• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

FNN WEB by FNN WEB
February 20, 2025
in ଜାତୀୟ, ମୁଖ୍ୟ ଖବର, ରାଜନୀତି
0
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା
0
SHARES
0
VIEWS

ପରବେଶ ବର୍ମା ହେଲେ ଉପ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ବିଜେପି ନେତ୍ରୀ ରେଖା ଗୁପ୍ତା ଆଜି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଉପ ରାଜ୍ୟପାଳ ଭିକେ ସକ୍ସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ୬ ଜଣ ବିଜେପି ବିଧାୟକ କ୍ୟାବିନେଟ ସଦସ୍ୟ ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ପରବେଶ ସାହିବ ସିଂ ବର୍ମା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିପରି ଆଶିଷ ସୁଦ, ମନଜିନ୍ଦର ସିଂ ଶୀର୍ଷା, ରବୀନ୍ଦର ଇନ୍ଦ୍ରଜ ସିଂ, କପିଲ ମିଶ୍ରା ଓ ପଙ୍କଜ କୁମାର ସିଂ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସମେତ ମନ୍ତ୍ରୀ ଭାବେ ଶପଥ ନେବାକୁ ଥିବା ବିଧାୟକମାନେ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ। ମନ୍ତ୍ରୀ ଭାବେ ଶପଥ ନେବାକୁ ଥିବା କପିଲ ମିଶ୍ରା ଦିଲ୍ଲୀର ଝଣ୍ଡେୱାଲା ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ।

ରେଖା ପ୍ରଥମଥର ପାଇଁ ବିଧାୟକ ହୋଇଛନ୍ତି। ନିକଟରେ ଶେଷ ହୋଇଥିବା ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶାଲିମାର ବାଗରୁ ରେଖା ୨୯ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ। ବିଜେପି ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତା ଦଖଲ କରିଥିବା ବେଳେ ଫଳାଫଳ ପ୍ରକାଶ ପାଇବାର ୧୧ ଦିନ ପରେ ରେଖା ଗୁପ୍ତା ଓ ତାଙ୍କ କ୍ୟାବିନେଟ ସହଯୋଗୀମାନେ ରାମଲୀଲା ମୈଦାନରେ ଶପଥ ନେଇଛନ୍ତି। ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଦିଲ୍ଲୀ ବିଜୟର ବିନ୍ଧାଣୀ ବୈଜୟନ୍ତ ପଣ୍ଡାଙ୍କ ସମେତ ଏନଡିଏ ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ରେଖା ପ୍ରଥମଥର ବିଧାୟକ ହୋଇଥିଲେ ହେଁ ବିଜେପି ଦିଲ୍ଲୀରେ ମହିଳା କାର୍ଡ ଖେଳି ତାଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ସବୁଠାରୁ ଚର୍ଚ୍ଚାରେ ଥିବା ପରବେଶ ବର୍ମା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ୨୦ରାଜ୍ୟର ମୁଖ୍ୟମନ୍ତ୍ରୀ ଶପଥ ସମାରୋହରେ ସାମିଲ ହୋଇଛନ୍ତି। ଏଥିସହ ବିଶିଷ୍ଟ ଉଦ୍ୟୋଗପତି, ସାଧୁସନ୍ଥ, ସେଲିବ୍ରିଟିଙ୍କ ସମେତ ବହୁ ଭିଆଇପି ଅତିଥି ଶପଥ ସମାରୋହରେ ଯୋଗ ଦେଇଛନ୍ତି। ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି କ୍ଷମତାକୁ ଫେରିଛି। ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦିଲ୍ଲୀ ଶାଲିମାରବାଗ ବିଧାୟିକା ରେଖା ଗୁପ୍ତାଙ୍କ ନାଁରେ ମୋହର ବାଜିଥିଲା।

ସେପଟେ ରେଖା ଗୁପ୍ତା ମହିଳା ମୁଖ୍ୟମନ୍ତ୍ରୀ ହୋଇଥିବାରୁ ତାଙ୍କ ଠାରୁ ଅନେକ କିଛି ଆଶା ରଖିଛନ୍ତି ଦିଲ୍ଲୀବାସୀ । ନରେନ୍ଦ୍ର ମୋଦୀଙ୍କୁ ଭରସା କରି ଏଥର ଦିଲ୍ଲୀ ଜନତା ରାଜଧାନୀରେ ଫୁଲ ଫୁଟାଇଛନ୍ତି ଆଉ ବିଜେପିକୁ ବନବାସରୁ ଫେରାଇଛନ୍ତି । ଦିଲ୍ଲୀ ବିଜେପିରେ ଆସିବା ଏବଂ ଜଣେ ମହିଳାଙ୍କ ହାତରେ କ୍ଷମତା ଦିଆଯିବା ଦିଲ୍ଲୀ ଜନତାଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ କୁହାଯାଉଥିବା ବେଳେ ରେଖା ହିଁ ଦିଲ୍ଲୀର ଭାଗ୍ୟ ରେଖା ବୋଲି ଅନେକ ଚର୍ଚ୍ଚା କରୁଛନ୍ତି । ଯେଉଁ କାରଣରୁ ଏବଂ ଯେଉଁ ସମସ୍ୟା ପାଇଁ ଦିଲ୍ଲୀରେ ଆପ୍ ହାରିଲା ସେହି ସବୁ ସମସ୍ୟା ରେଖାଙ୍କ ହାତରେ ଦୂର ହେବ ବୋଲି ଜନତା ଆଶା ରଖିଛନ୍ତି । ଶିକ୍ଷା, ସ୍ବାସ୍ଥ୍ୟ, ରାସ୍ତାଘାଟ, ପାଣି ସମସ୍ୟା ଦିଲ୍ଲୀରେ ରେଖା ସରକାର ଦୂରେଇବ ବୋଲି ଅନେକ ଆଶାବାଦୀ ଥିବା ବେଳେ ଶପଥ ନେବା ପୂର୍ବରୁ ସବୁ ପ୍ରତିଶ୍ରୁତି ପୂରଣ କରିବାର କଥା ଦେଇଛନ୍ତି ରେଖା ଗୁପ୍ତା । ମହିଳାଙ୍କ ପାଇଁ ବଡ ଯୋଜନା ଆଣିବାର ଆଶା ଦେଖାଇଛନ୍ତି ରେଖା । ମାଆ ଭଉଣୀଙ୍କ ଜୀବନରେ ବଡ ପରିବର୍ତ୍ତନ ଆସିପାରେ ବୋଲି ରେଖା ଇସାରା ଦେଇଛନ୍ତି । ସେପଟେ ରେଖା ସରକାରକୁ ନେଇ ଶୀର୍ଷ ନେତୃତ୍ବ ମଧ୍ୟ ଆଶାବାଦୀ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଶୁଭେଚ୍ଛା ଜଣାଇଛନ୍ତି ଅମିତ ଶାହା । କହିଛନ୍ତି ରାଜଧାନୀ ଦିଲ୍ଲୀକୁ ଦୁନିଆର ସବୁଠୁ ଶୀର୍ଷ ରାଜଧାନୀ କରିବାକୁ ପ୍ରଧାନମନ୍ତ୍ରୀ ଯେଉଁ ପରିକଳ୍ପନା କରିଛନ୍ତି ଆଶା କରୁଛି ଆପଣ ସେହି ଦିଗରେ ସମର୍ପଣର ସହ କାମ କରିବେ । ସେହିପରି ରାଜନାଥ ସିଂହ ଶୁଭେଚ୍ଛା ଜଣାଇ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବିକଶିତ ଭାରତର ବିକଶିତ ରାଜଧାନୀ ହେବ । ଏହା ମୋର ବିଶ୍ବାସ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରେଖାଙ୍କୁ ଅଭିନନ୍ଦନ ଜଣାଇ ଲେଖିଛନ୍ତି ଆପଣଙ୍କ ନେତୃତ୍ବରେ ଦିଲ୍ଲୀ ବିକାଶ ଏବଂ ଶୁସାନର ନୂଆ ଉଚ୍ଚତାକୁ ଅଗ୍ରସର ହେବ ।

Previous Post

ଦୁବାଇର ‘ଗଲ୍ ଫୁଡ୍ ‘ ପ୍ରଦର୍ଶନୀ ମେଳାରେ ଭାରତ ମସଲା

Next Post

ଓଏଏସ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

FNN WEB

FNN WEB

Next Post
ଓଏଏସ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଓଏଏସ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.