• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସମ୍ବଲପୁରରେ ‘କିଷାନ ସମ୍ମାନ ସମାରୋହ’ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

FNN WEB by FNN WEB
February 24, 2025
in ଓଡ଼ିଶା, ମୁଖ୍ୟ ଖବର
0
ସମ୍ବଲପୁରରେ ‘କିଷାନ ସମ୍ମାନ ସମାରୋହ’ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ
0
SHARES
3
VIEWS


ସମ୍ବଲପୁର ଜିଲ୍ଲାରେ ନିର୍ଦ୍ଧାରିତ ଲକ୍ଷ୍ୟରୁ ଅଧିକ ଧାନ କିଣାଯିବା ଡବଲ ଇଞ୍ଜିନ ସରକାର କାମର ପ୍ରତିଫଳନ: ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଧାରିତ ଲକ୍ଷ୍ୟରୁ ଅଧିକ ଧାନ କିଣାଯାଇଛି, ଯାହା ଡବଲ ଇଞ୍ଜିନ ସରକାରର ଚାଷୀଙ୍କ ପ୍ରତି ଥିବା ପ୍ରତିବଦ୍ଧତାର ପ୍ରତିଫଳନ ବୋଲି ସୋମବାର ସମ୍ବଲପୁର ଠାରେ ପିଏମ୍ କିଷାନ ସମ୍ମାନ ନିଧିର ୬ ବର୍ଷ ପୂର୍ତ୍ତି ଅବସରରେ ‘କିଷାନ ସମ୍ମାନ ସମାରୋହ’ରେ ଯୋଗଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଡବଲ ଇଞ୍ଜିନ ସରକାରରେ ସମ୍ବଲପୁର ଜିଲ୍ଲାର ୧ ଲକ୍ଷ ୨୦ ହଜାର ଚାଷୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଓ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ୧୨୦ କୋଟି ଟଙ୍କା ଲାଭ ପାଇଛନ୍ତି । କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କା ଏମଏସପିରେ ଧାନ ସଂଗ୍ରହ ବାବଦକୁ ସମ୍ବଲପୁର ଜିଲ୍ଲାରେ ପ୍ରାୟ ୩୨ ଲକ୍ଷ କ୍ୱିଣ୍ଟାଲ ଧାନ ପ୍ରାୟ ୯୭୬ କୋଟି ଟଙ୍କାରେ କିଣାଯାଇଛି । ସେଥିମଧ୍ୟରୁ କେନ୍ଦ୍ର ସରକାର ୭୨୪ କୋଟି ଏବଂ ରାଜ୍ୟ ସରକାର ୨୫୨ କୋଟି ଟଙ୍କା ମୂଲ୍ୟର ଧାନ କିଣିଛନ୍ତି । ନିର୍ଦ୍ଧାରିତ ଲକ୍ଷ୍ୟ ଠାରୁ ଅଧିକ ଧାନ କିଣିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ବିହାରର ଭାଗଲପୁରରୁ ପିଏମ କିଷାନ ସମ୍ମାନ ନିଧିର ୧୯ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶା ସମେତ ଦେଶର ୯ କୋଟି ୮୦ ଲକ୍ଷ ଚାଷୀ ହିତାଧିକାରୀଙ୍କୁ ପ୍ରାୟ ୨୨ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି । ଆଜି ପିଏମ କିଷାନ ସମ୍ମାନ ନିଧି ଯୋଜନାରେ ସମ୍ବଲପୁର ଜିଲ୍ଲାର ପାଖାପାଖି ୬୧ ହଜାର ୨୩୭ ଜଣ ଚାଷୀଙ୍କୁ ପ୍ରାୟ ୧୨ କୋଟି ଟଙ୍କା ମିଳିଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ରେ ବିଭିନ୍ନ ଚାଷୀମାନଙ୍କୁ ସହାୟତା ରାଶି ମଧ୍ୟ ହସ୍ତାନ୍ତରଣ କରାଯାଇଛି । ପିଏମ କିଷାନ ସମ୍ମାନ ନିଧି ଯୋଜନାରେ ଡିବିଟି ମାଧ୍ୟମରେ ଟଙ୍କା ଗ୍ରହଣ କରିଥିବା ଏବଂ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଉପକୃତ ହୋଇଥିବା ଅନ୍ନଦାତାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେହିପରି ଜିଲ୍ଲାରେ ୨ ଲକ୍ଷ ୬୦ ହଜାର ମା’ ଭଉଣୀଙ୍କୁ ସୁଭଦ୍ରା ଯୋଜନାରେ ପ୍ରାୟ ୨୬୦ କୋଟି ଟଙ୍କା ଦିଆଯାଇଛି । ମହିଳାମାନଙ୍କୁ ବିନା ସୁଧରେ ୪୨୫ କୋଟିରୁ ଅଧିକ ଟଙ୍କାର ଋଣ ମିଳିଛି । ଚାଷୀମାନଙ୍କୁ କମ ସୁଧରେ ପ୍ରାୟ ୫ ହଜାର କୋଟି ଟଙ୍କା ଋଣ ଆକାରରେ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ୧୧୨ଟି ବର୍ଗରେ ଫସଲ, ଗୋପାଳନ, ମତ୍ସ୍ୟ ଚାଷ ସମେତ ସବୁ ବର୍ଗର ଚାଷୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଆର୍ଥିକ ରାଶି ପ୍ରଦାନ କରାଯାଉଛି । ସବସିଡି ବି ପ୍ରଦାନ କରାଯାଉଛି । କେନ୍ଦ୍ର ବଜେଟରେ ଡାଲି ଉତ୍ପାଦନରେ ଆତ୍ମନିର୍ଭର ହେବା ତୈଲ ଜାତୀୟ ଫସଲକୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱ ଦିଆଯାଉଛି ।

ଆଗାମୀ ଦିନରେ ଭାରତ ସରକାରଙ୍କ ସହଯୋଗରେ ଏହି ଅଞ୍ଚଳରେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ମତ୍ସ୍ୟ ପ୍ରକ୍ରିୟାକରଣ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ହେବ । ଏକ ଇଏସଆଇ ହସ୍ପିଟାଲ କରିବା ପାଇଁ ମଧ୍ୟ ଯୋଜନା ହେଉଛି । ନୀଳଡୁଙ୍ଗୁରି ମାର୍କେଟି ଟର୍ମିନାଲର ପ୍ରସ୍ତାବକୁ ପୁନର୍ବାର କରିବା ପାଇଁ କାମ ଆରମ୍ଭ ହୋଇଛି । ଚିପିଲିମାର କୃଷି ବିଶ୍ୱବିଦ୍ୟାଳୟକୁ ସମ୍ପୂର୍ଣ୍ଣ ଭାବେ ସ୍ୱତନ୍ତ୍ର କୃଷି ବିଦ୍ୟାଳୟରେ ପରିଣତ କରିବା ନେଇ କଳ୍ପନା ରହିଛି । ଜଙ୍ଗଲଜାତ ଉତ୍ପାଦ ପାଇଁ ଏଗ୍ରୋଫରେଷ୍ଟ୍ରି କୋର୍ସ କରାଯିବାର ଯୋଜନା ରହିଛି । ସମ୍ବଲପୁର ଜିଲ୍ଲାରେ ପାଖାପାଖି ୧୫ ଲକ୍ଷ ଲୋକମାନେ ବାସ କରୁଛନ୍ତି । ସେମାନଙ୍କ ଏ ଜୀବନରେ ସମ୍ପନ୍ନତା ଆଣିବା ଆମର ଲକ୍ଷ୍ୟ ରହିଛି । “ସବକା ସାଥ୍ – ସବକା ବିକାଶ”କୁ ଶାସନର ମୂଳ ମନ୍ତ୍ର କରିଥିବା ମୋଦୀ ସରକାର ସମ୍ବଲପୁର ଜିଲ୍ଲାକୁ କୃଷି ଓ ଗ୍ରାମ୍ୟ ଆଧାରିତ ଅର୍ଥନୀତିର ପେଣ୍ଠସ୍ଥଳୀ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି । ଉଲ୍ଲେଖନୀୟ ଯେ, ଶ୍ରୀ ପ୍ରଧାନ ସମ୍ବଲପୁରରେ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ଆୟୋଜିତ ମେଳା ବୁଲିବା ସହ ଚାଷୀମାନଙ୍କ କଥା ହୋଇଥିଲେ ।

Previous Post

ଆରମ୍ଭ ହେଲା ‘ସୁଭଦ୍ରା ଶକ୍ତି ମେଳା’

Next Post

ଜାରି ହେଲା ପିଏମ୍ କିଷାନର ୧୯ତମ କିସ୍ତି

FNN WEB

FNN WEB

Next Post
ଜାରି ହେଲା ପିଏମ୍ କିଷାନର ୧୯ତମ କିସ୍ତି

ଜାରି ହେଲା ପିଏମ୍ କିଷାନର ୧୯ତମ କିସ୍ତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.