• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କାଶୀ-ତାମିଲ୍ ସଙ୍ଗମ ୩.୦ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
February 24, 2025
in ଓଡ଼ିଶା, ମୁଖ୍ୟ ଖବର
0
କାଶୀ-ତାମିଲ୍ ସଙ୍ଗମ ୩.୦ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
0
SHARES
6
VIEWS

ଆମେ ମହାଭାରତୀୟ ସାଂସ୍କୃତିକ ଐତିହ୍ୟର ଗୋଟିଏ ଅଂଶ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାରାଣାସୀ ଠାରେ ଆୟୋଜିତ କାଶୀ-ତାମିଲ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, କାଶୀ-ତାମିଲ୍ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତର ପ୍ରତ୍ୟେକ ଅଞ୍ଚଳର ଭାଷା, ରୀତିନୀତି ଓ ପ୍ରଥା ଅଲଗା ହୋଇପାରେ କିନ୍ତୁ ଆମ ସମସ୍ତଙ୍କର ପାରସ୍ପରିକ ସ୍ନେହ, ସୌହାର୍ଦ୍ଦ୍ୟ ଓ ଆଧ୍ୟାତ୍ମିକ ଚିନ୍ତାଧାରା ସମାନ । ଆମର ଏହି ସାଂସ୍କୃତିକ ଏକତା ଭାରତକୁ ଅନ୍ୟ ସବୁ ରାଷ୍ଟ୍ରମାନଙ୍କ ଠାରୁ ସ୍ୱତନ୍ତ୍ର କରିଛି । ଆମେ ସମସ୍ତେ ମହାଭାରତୀୟ ସାଂସ୍କୃତିକ ଐତିହ୍ୟର ଗୋଟିଏ ଗୋଟିଏ ଅଂଶ । ଆମେ ସମସ୍ତେ ଏହି ମହାଭାରତୀୟ ଚେତନାରେ ବାନ୍ଧି ହୋଇ ରହିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଭାରତର ସାଂସ୍କୃତିକ ଏକତାକୁ ସୁଦୃଢ଼ କରିବା ପାଇଁ ଓ ଏହାର ପ୍ରଚାର ପ୍ରସାର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ରେ କାଶୀ-ତାମିଲ ସଙ୍ଗମ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଚଳିତ ବର୍ଷ ଏହା ଫେବୃଆରୀ ୧୫ ତାରିଖରୁ ବାରାଣାସୀର ନମୋ-ଘାଟରେ ଆୟୋଜିତ ହେଉଛି । ଆଜିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡଃ ସୁକାନ୍ତ ମଜୁମ୍‍ଦାର ଏବଂ ଉତ୍ତର ପ୍ରଦେଶର କ୍ୟାବିନେଟ ମନ୍ତ୍ରୀ ଶ୍ରୀ ଅନିଲ ରାଜଭର ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଁ ନିଜକୁ ଖୁବ୍‍ ଗୌରବାନ୍ୱିତ ମନେ କରୁଛି । କାଶୀ ଓ ତାମିଲନାଡ଼ୁ ମଧ୍ୟରେ ଆଧ୍ୟାତ୍ମିକ ସମ୍ପର୍କ ଖୁବ୍‍ ପ୍ରାଚୀନ । କାଶୀ କେବଳ ଏକ ସହର ନୁହେଁ, ଏହା ଭାରତର ସାଶ୍ୱତ, ଆଧ୍ୟାତ୍ମିକ ପରମ୍ପରାର ପ୍ରତୀକ । ସେହିପରି ତାମିଲନାଡ଼ୁର ଶାସ୍ତ୍ରୀୟ ଭାଷା, ସାହିତ୍ୟ, ଭବ୍ୟମନ୍ଦିର ଓ ଦାର୍ଶନିକ ପରମ୍ପରା ଭାରତୀୟ ସଂସ୍କୃତିକୁ ସମୃଦ୍ଧ କରିଛି । କାଶୀ-ତାମିଲ ସଙ୍ଗମ ହେଉଛି ବିବିଧତା ମଧ୍ୟରେ ଆମ ଏକତାର ପ୍ରତୀକ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ଓଡ଼ିଶା ମଧ୍ୟ ସେହି ଭାରତୀୟ ସାଂସ୍କୃତିକ ଭାବଧାରାର ପରିଚୟ ବହନ କରେ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିରକୁ ଦେଶର ସବୁକୋଣରୁ ଭକ୍ତମାନେ ଆସିଥାନ୍ତି ଏବଂ ମହାପ୍ରଭୁଙ୍କ ରଥଯାତ୍ରାରେ ସବୁଧର୍ମ, ସବୁ ସଂସ୍କୃତିର ଲୋକ ଯୋଗ ଦେଇଥାନ୍ତି । ଏହି ମହାଭାରତୀୟ ଐଶ୍ୱରିକ ଚିନ୍ତାଧାରାର ପ୍ରସାରରେ ଶ୍ରୀ ଜଗନ୍ନାଥ ସଂସ୍କୃତି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାର ଓଡ଼ିଶୀ ନୃତ୍ୟ ଓ ତାମିଲନାଡ଼ୁର ଭାରତନାଟ୍ୟମ୍‍ ଆଞ୍ଚଳିକ ଭାଷାଗତ ପାର୍ଥକ୍ୟର ଉପରକୁ ଯାଇ ଶାସ୍ତ୍ରୀୟ ନୃତ୍ୟକଳା ଜରିଆରେ ଭକ୍ତିଭାବର କାହାଣୀ ବର୍ଣ୍ଣନା କରିଥାନ୍ତି । କାଶୀ ଓ ତାମିଲନାଡ଼ୁର ସାସ୍କୃତିକ ଐତିହ୍ୟକୁ ଯୋଡ଼ିବା ପାଇଁ ଏହି ଅନନ୍ୟ ପ୍ରୟାସ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେବା ସହିତ ଆୟୋଜକ ମାନଙ୍କୁ ମଧ୍ୟ ପ୍ରଂଶସା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ଏହି ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବର ଆଦାନ ପ୍ରଦାନ ଦେଶର ଭବିଷ୍ୟତର ପିଢ଼ିକୁ ପ୍ରେରଣା ଦେଇ ଏକତାର ବନ୍ଧନରେ ବାନ୍ଧି ରଖିବ ।

Previous Post

ଓଡ଼ିଶାର ୩୪ ଲକ୍ଷରୁ ଅଧିକ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଉପକୃତ

Next Post

ଏକାମ୍ର ହାଟଠାରେ ସ୍ଵତନ୍ତ୍ର ହସ୍ତତନ୍ତ ପ୍ରଦର୍ଶନୀ ଉଦ୍‌ଘାଟିତ

FNN WEB

FNN WEB

Next Post
ଏକାମ୍ର ହାଟଠାରେ ସ୍ଵତନ୍ତ୍ର ହସ୍ତତନ୍ତ ପ୍ରଦର୍ଶନୀ ଉଦ୍‌ଘାଟିତ

ଏକାମ୍ର ହାଟଠାରେ ସ୍ଵତନ୍ତ୍ର ହସ୍ତତନ୍ତ ପ୍ରଦର୍ଶନୀ ଉଦ୍‌ଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.