• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିକାଶ ହେଉଛି ଆମର ପରିଚୟ, ୨୦୩୬ ସୁଦ୍ଧା ଓଡ଼ିଶା ହେବ ଦେଶର ଏକ ନମ୍ବର ରାଜ୍ୟ : ନବୀନ

FNN WEB by FNN WEB
April 24, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ବିକାଶ ହେଉଛି ଆମର ପରିଚୟ, ୨୦୩୬ ସୁଦ୍ଧା ଓଡ଼ିଶା ହେବ ଦେଶର ଏକ ନମ୍ବର ରାଜ୍ୟ : ନବୀନ
0
SHARES
0
VIEWS

ଭୁବନେଶ୍ବର/ ବ୍ରହ୍ମପୁର : ଆଗକୁ ନିର୍ବାଚନ ଥିବା ବେଳେ ଆଜିଠୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ହିଞ୍ଜିଳିର ସମରଝୋଳ ଓ ଶେରଗଡରେ ଦୁଇଟି ଜନସଭାକୁ ସମ୍ବୋଧନ କରିବା ସହ ଯୋଡି ଶଙ୍ଖରେ ଆଶୀର୍ବାଦ କରନ୍ତୁ ବୋଲି ଲୋକଙ୍କୁ କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ବିଶାଳ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଆପଣ ମାନେ ଏତେ ଖରାରେ ଆସିଛନ୍ତି ସେଥିପାଇଁ ଧନ୍ୟବାଦ ଦେଉଛି । ଆପଣ ମାନେ ସବୁ ବେଳେ ମୋ ସହ ଅଛନ୍ତି, ଓଡ଼ିଶା ମା’ର ସେବା କରିବାର ସୁଯୋଗ ଆପଣ ମାନେ ମୋତେ ଦେଇଛନ୍ତି । ସେଥିପାଇଁ ମୁଁ ଆପଣଙ୍କୁ ଧନ୍ୟବାଦ ଜଣାଉଛି । ମୁଁ ସବୁବେଳେ କହି ଆସୁଛି ଓଡ଼ିଶାର ସାଢେ ୪ କୋଟି ଲୋକ ମୋ ପରିବାର । ମୁଁ ସବୁବେଳେ ଓଡ଼ିଶାର ବିକାଶ ପାଇଁ କାମ କରୁଛି ଓ ଶେଷପର୍ଯ୍ୟନ୍ତ କରିବି । ହିଞ୍ଜିଳି ଓ ଶେରଗଡ଼ ଆଜି ଦେଶରେ ବିକାଶର ମଡେଲ ସାଜିଛି । ୫ ଟି ରୂପାନ୍ତରଣ କାର୍ଯ୍ୟକ୍ରମ କ୍ରମରେ ସ୍କୁଲ ଓ ମନ୍ଦିରର ରୂପାନ୍ତରଣ କାର୍ଯ୍ୟ ହିଞ୍ଜିଳିରୁ ଆରମ୍ଭ ହୋଇଥିଲା । ଆପଣ ମାନଙ୍କ ସହଯୋଗରେ ଓଡ଼ିଶାର ବିକାଶ ପାଇଁ କାର୍ଯ୍ୟ କରିଛି । ଆପଣଙ୍କ ସହଯୋଗ ପାଇଁ ମୁଁ ଚିରଉପକୃତ । ହିଞ୍ଜିଳିରୁ ସେବା କରିବା ପାଇଁ ସୁଯୋଗ ପାଇଥିବାରୁ ମୁଁ ଗର୍ବିତ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଆମ ସରକାର ନାରୀ ସଶକ୍ତିକରଣକୁ ସାର୍ଥକ କରିଛି। ମିଶନ ଶକ୍ତିର ମା’ମାନେ ଆଜି ଉଦ୍ୟୋଗୀ । ଆଜି ଓଡ଼ିଶାର ଚାଷୀମାନେ ଶୂନ ପ୍ରତିଶତ ସୁଧରେ ଋଣ ପାଉଛନ୍ତି । ମିଶନ ଶକ୍ତିର ମା’ମାନେ ବିନା ସୁଧରେ ଋଣ ପାଉଛନ୍ତି । ମୁଁ ବହୁତ ଖୁସି ଯେ, ଆମ ରାଜ୍ୟର ମା’ ମାନେ ୮ ହଜାର କୋଟି ଟଙ୍କାର ଋଣ ନେଇ ସାରିଲେଣି । ରାଜ୍ୟରେ ପାଖାପାଖି ୬ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ କରି ପାଖାପାଖି ୭୦ ଲକ୍ଷ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିପାରିଛି। ଏଥି ସହିତ ଜନସଭାରେ ନବୀନ ଓଡ଼ିଶାର ବିପର୍ଯ୍ୟୟ କଥା ମନେ ପକାଇ କହିଛନ୍ତି ବିପର୍ଯ୍ୟୟ ପ୍ରବଣ ରାଜ୍ୟରୁ ଆମେ ବିପର୍ଯ୍ୟୟ ନିୟନ୍ତ୍ରଣ ମାମଲାରେ ଦେଶର ଅଗ୍ରଣୀ ରାଜ୍ୟ ହୋଇଛୁ। ଦେଶକୁ ଖାଦ୍ୟ ଯୋଗାଇବାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ସହ ନିବେଶ ମାମଲାରେ ମଧ୍ୟ ଓଡ଼ିଶା ଦେଶର ଆଗୁଆ ରାଜ୍ୟ ହୋଇପାରିଛି। ୨୦୩୬ରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଭାବେ ଶହେ ବର୍ଷ ପୂରଣ କରିବ, ଆଉ ସେହି ସମୟ ବେଳକୁ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ଭାବେ ଉଭା ହୋଇଥିବ। ବିକାଶ ହେଉଛି ଆମର ପରିଚୟ, ଆଗକୁ ବିକାଶ କାମ ଜାରି ରହିବା ସହ ଓଡ଼ିଶା ଉନ୍ନତି କରିଚାଲିବ। ଏଣୁ ମୋର ବିଶ୍ୱାସ ଆପଣଙ୍କ ଆର୍ଶିବାଦରେ ବିଧାନସଭା ନିର୍ବାଚନରେ ବିଜେଡି ଭଲ ପ୍ରଦର୍ଶନ କରିବ । ଲୋକସଭା ନିର୍ବାଚନରେ ମଧ୍ୟ ବିଜେଡି ଭଲ ପ୍ରଦର୍ଶନ କରିବ । ଯୋଡ଼ିଶଙ୍ଖକୁ ଆର୍ଶିବାଦ ଦିଅନ୍ତୁ ବୋଲି ନବୀନ ଲୋକଙ୍କୁ ଅନୁରୋଧ କରିଛନ୍ତି।

Previous Post

‘୨୦୨୪ରୁ ୩୪’ ଏହି ଦଶ ବର୍ଷ ହେବ ଯୁବଶକ୍ତିଙ୍କ ପାଇଁ ସୁବର୍ଣ୍ଣ ଯୁଗ : ନବୀନ ପଟ୍ଟନାୟକ

Next Post

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ: ଆସିଲା ଗସ୍ତର ସମ୍ପୂର୍ଣ୍ଣ ବିବରଣୀ

FNN WEB

FNN WEB

Next Post
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ: ଆସିଲା ଗସ୍ତର ସମ୍ପୂର୍ଣ୍ଣ ବିବରଣୀ

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ: ଆସିଲା ଗସ୍ତର ସମ୍ପୂର୍ଣ୍ଣ ବିବରଣୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.