• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ମହିଳା ହିଂସା ସୀମା ଟପିଛି : ଭକ୍ତ ଚରଣ ଦାସ

FNN WEB by FNN WEB
March 1, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ମହିଳା ହିଂସା ସୀମା ଟପିଛି : ଭକ୍ତ ଚରଣ ଦାସ
0
SHARES
0
VIEWS


ଭୁବନେଶ୍ବର: ରାଜ୍ୟରେ ମହିଳାମାନଙ୍କ ସୁରକ୍ଷା ବିପଦଜନ୍ନକ ସ୍ଥିତିରେ ରହିଛି । ଗୋଟିକ ପରେ ଗୋଟିଏ ମହିଳା ହିଂସା ଡବଲ ଇଞ୍ଜିନ ସରକାରର ମୁଖା ଖୋଲିଦେଇଛି। ବେଟି ବଚାଓ, ବେଟି ପଢ଼ାଓ ସ୍ଲୋଗାନ ଦେଉଥିବା ଡବଲ ଇଞ୍ଜିନ ସରକାରଙ୍କ ୮ ମାସର ଶାସନକାଳ ଲଜ୍ଜାରେ ଭରି ରହିଛି। ଗତ ୮ ମାସ ଭିତରେ ୫୪ଟି ଗଣବଳାତ୍କାର ଘଟଣା ସରକାରଙ୍କ ଆଇନଶୃଙ୍ଖଳାର ବିଫଳତାକୁ ପଦାରେ ପକାଇଛି । ସୁଭଦ୍ରା ଯୋଜନା ଟଙ୍କା ବାଂଟି ମହିଳାଙ୍କ ମସିହା ପ୍ରଚାର କରୁଥିବା ମୋହନ ସରକାର ନାରୀ ସୁରକ୍ଷା ଦିଗରେ ମୌନ ରହିଛି । ବାଲେଶ୍ୱରର ସୋର, ଢ଼େଙ୍କାନାଳ, ସମ୍ବଲପୁର, ରାଉରକେଲା, ବଲାଙ୍ଗୀରର ଖଇରାପାଲ୍ଲି, କୋରାପୁଟରର ଲକ୍ଷ୍ମୀପୁର, ଭଦ୍ରକର ବେତଡ଼ା, ଦେଓଗଡ଼ ଓ ବରଗଡ଼ରେ ଧନୁଯାତ୍ରା ସମୟରେ ମହିଳାମାନଙ୍କ ପ୍ରତି ଗଣବଳାତ୍କାର ଘଟଣା ରାଜ୍ୟବାସୀଙ୍କ ଭିତରେ ଆଲୋଡନ ସୃଷ୍ଟି କରିଛି। ଯେଉଁ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ, ଛାତ୍ରୀମାନେ କୁଆଁରୀ ମା’ ହେବା ସାମଗ୍ରିକ ପ୍ରଶାସନିକ ବ୍ୟବସ୍ଥାକୁ ଲଜ୍ଜିତ କରିଛି ବୋଲି ପିସିସି ସଭାପତି ଶ୍ରୀ ଭକ୍ତଚରଣ ଦାସ କହିଛନ୍ତି । ସ୍କୁଲରେ ନାବାଳିକା ଗର୍ଭବତି ହେବା ଓ ସନ୍ତାନ ପ୍ରସବ କଲାଭଳି ଘଟଣା ମୋହନ ସରକାରଙ୍କ ଶାସନର ବିଫଳତାକୁ ପ୍ରମାଣିତ କରୁଛି। ଚିତ୍ରକୋଣ୍ଡା, ଚମ୍ପୁଆ, ବରି, ଲକ୍ଷ୍ମୀପୁର ଅଂଚଳରେ ଏଭଳି ସାଂଘାତିକ ଘଟଣା ଦୃଷ୍ଟିକୁ ଆସିଛି। ବେଟି ପଢ଼ିବାକୁ ଯାଇ ଏଭଳି ଅମାନୁଷିକ ଭାବେ ନିର୍ଯ୍ୟାତିତ ହେବା ମୋହନ ସରକାରଙ୍କୁ କାଠଗଡ଼ାରେ ଛିଡ଼ା କରିଛି।

ଏହା ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ, ମହିଳା କଂଗ୍ରେସ, ଯୁବ କଂଗ୍ରେସ ଓ ଛାତ୍ର କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବାକୁ ଯିବାବେଳେ ପୋଲିସ ସହ ଧସ୍ତାଧ୍ବସ୍ତି ହୋଇଛି। ରାଜ୍ୟରେ ଏଭଳି ବେଭିଚାର ଶାସନ ବିରୁଦ୍ଧରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ତାର ପ୍ରତିବାଦ ଜାରି ରଖୁବ। ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ଓ ନ୍ୟାୟ ଦେବାପାଇଁ ଗଣତାନ୍ତ୍ରିକ ଉପାୟରେ କଂଗ୍ରେସ ତାର ଆନ୍ଦୋଳନକୁ ଅଧିକ ତୀବ୍ରତର କରିବବୋଲି ପିସିସି ସଭାପତି ଶ୍ରୀ ଦାସ କହିଛନ୍ତି। ଆନ୍ଦୋଳନକାରୀ କଂଗ୍ରେସର ମହିଳାନେତ୍ରୀ ମାନଙ୍କୁ ପୋଲିସ ଗାଡ଼ିରେ ନେଇ ପରେ ଛାଡ଼ି ଦେଇଥିଲେ ।୨୦୨୩ରେ ରାଜ୍ୟରେ ୨୮୨୬, ୨୦୨୪ ରେ ୩୦୫୪ ବଳାତ୍କାର ମାମଲା ରୁଜୁ ହୋଇଥ‌ିବା ବିଧାନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଭଳିକି ଅନେକ ନାରୀ ହତ୍ୟା ମାମଲା ସହ ନାବାଳିକା ଦୁଷ୍କର୍ମ, ଯୌତୁକ ନିର୍ଯ୍ୟାତନା, ଯୁବତୀ ଚାଳାଣ, କ୍ୟାନଭୃଣ ହତ୍ୟା ଭଳି ମହିଳାଙ୍କ ପ୍ରତି ଅପରାଧରେ ଓଡ଼ିଶା ଏକ ଅଲୋଡ଼ା ରେକର୍ଡ ସୃଷ୍ଟି କରିଛି । ଏଭଳି ଘଟଣା ପ୍ରତିଦିନ ଘଟୁଥିଲେ ମଧ୍ୟ ରାଜ୍ୟରେ ପୋଲିସ ପ୍ରଶାସନ ସଂପୂର୍ଣ ଶିଳ କାହିଁକି । ଖୋଦ ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ ବିଭାଗ ରହିଛି। ଏସବୁ ସଂଗୀନ ଘଟଣାକୁ ଜାଣିଲାପରେ ପୋଲିସ ପ୍ରଶାସନ ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟ୍ରାନ୍ତମୁଳକ କାର୍ଯ୍ୟାନୁଷ୍ଠାନ ନେବାସହିତ କୋଠର ଦଣ୍ଡବିଧାନ କରିବା କଥା କିନ୍ତୁ ଦୋଷୀ ବେଫିକର ହୋଇ ରାଜ୍ୟରେ ବୁଲୁଛନ୍ତି । ତେଣୁ ଅପରାଧୂ ଭୟଶୂନ୍ୟ ହୋଇଯାଇଛନ୍ତି ।

ଏହି ୮ମାସର ଡବଲ ଇଞ୍ଜିନ ସରକାର ସମୟରେ ରାଜ୍ୟର ଅପରାଧ ସଂଖ୍ୟା ଦୃତ ଗତିରେ ବଢ଼ିଚାଲିଛି। ଓଡ଼ିଶା ଏକ ଅପରାଧ ପ୍ରବଣ ରାଜ୍ୟରୂପେ ପରିଗଣତି ହେବାକୁ ବସିଲାଣି । ବେଳ ଥାଉ ଥାଉ ସରକାର ଯଦି କୋଠର କାର୍ଯ୍ୟାନୁଷ୍ଠାନ ନଗ୍ରହଣ କରନ୍ତି ଏବଂ ମହିଳା ମାନଙ୍କର ସୁରକ୍ଷାକୁ ପ୍ରାଥମିକତା ନଦିଅନ୍ତି ତାହାଲେ ରାଜ୍ୟ କଂଗ୍ରେସ ଏ ସରକାରକୁ ଶାନ୍ତିରେ ନିଶ୍ବାସ ମାରିବାକୁ ଦେବ ନାହିଁ ବୋଲି ଶ୍ରୀ ଦାସ କହିଛନ୍ତି । ଆଜିର ଆନ୍ଦୋଳନକୁ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ବଜିତ୍ ଦାଶ, ସାଂସଦ ପ୍ରାର୍ଥୀ ସୟଦ ୟାସିର ନଓ୍ୱାଜ ଓ ଯୁବ କଂଗ୍ରେସ ନେତା ରଞ୍ଜିତ ପାତ୍ର ପରିଚାଳନ କରିଥିଲେ। ଅନ୍ୟମାନଙ୍କ ଭିତରେ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ପୂର୍ବତନ ମହିଳା କଂଗ୍ରେସ ସଭାପତି ମିନାକ୍ଷୀ ବାହିନୀପତି, ଜାନକୀବଲ୍ଲଭ ପଟ୍ଟନାୟକ, ମନୋରଞ୍ଜନ ଦାସ, ସୁବ୍ରତ ମହାପାତ୍ର, ସସ୍ମିତା ବେହେରା, ରଜନୀ ମହାନ୍ତି, ଅଶୋକ ଦାସ, ମହମ୍ମଦ ଇମ୍ଦାଦ, ପ୍ରଶାନ୍ତ ଚମ୍ପତି, ଗୀତାଞ୍ଜଳି ମହାନ୍ତି, ମନୋଜ ବିଶ୍ବାଳ, ପ୍ରକାଶ ଜେନା, ଆଶିଷ ମଲ୍ଲିକ, ମନୀଷା ଦାସ ପଟ୍ଟନାୟକ, ଅଜୟ କୁମାର ସାହୁ, ଗୋପନ ମାର୍ଥା, ମିଲନ ପଟ୍ଟନାୟକ, ସୋନାଲି ସାହୁ, ଶ୍ରୀୟା ମହାନ୍ତି, ମିହିର ଆଚାର୍ଯ୍ୟ, ସ୍ନେହାପ୍ରଭା ଜେନା, ପ୍ରଭାତ ପ୍ରତାପ ସିଂ, ସଙ୍କୁନା କଅଁର, ମହମ୍ମଦ ଗୁଲଫାମ୍, ପ୍ରସନ୍ନ ନାୟକ, ସୌମେନ୍ଦ୍ର ମହାନ୍ତି, ସାହାରୁକ୍ ଖାନ୍, ଶ୍ରୀୟାସ୍ମିତା ପଣ୍ଡା, କୁସୁମ ପ୍ରଧାନ, ଜୟଶ୍ରୀ ପାତ୍ର, ଜୟକୃଷ୍ଣ ସୁବୁଦ୍ଧି, ପରଭେଜ ମୁସାରଫ, ଅମରେଶ ପରିଡ଼ା, ସେକ୍ ତାକ୍ସିମ୍, ସୁରଜ ରାଉତ, ମିର୍ଜା ଇସ୍‌ଲାମ୍ ବେଗ୍, ସେକ୍ ନିଆଜୁଲ୍ ଇସ୍‌ଲାମ୍, ଜୟକୃଷ୍ଣ ମଲ୍ଲିଆ, ଦେବରାଜ ମିଶ୍ର, ଦେବୀ ପ୍ରସାଦ ବାହାଲିଆ, ସୁରଭୀ ବିଷୋଇ ଓ କେଦାର ଦଳେଇ ପ୍ରମୁଖ ନେତୃତ୍ବ ନେଇଥିଲେ । ଛାତ୍ର ଓ ଯୁବ କଂଗ୍ରେସର ବହୁ ଯୁବନେତା ଆଜିର ଘେରାଉ କାର୍ଯ୍ୟକ୍ରମରେ ଯୋଗଦେଇ ବିଜେପି ସରକାର ବିରୁଦ୍ଧରେ ସ୍ଲୋଗାନ ଦେଇଥିଲେ ।

Previous Post

କିଟ୍‌ରେ ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ

Next Post

କପ୍ତିପଦା ଉପଖଣ୍ଡ ପାଇଁ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
କପ୍ତିପଦା ଉପଖଣ୍ଡ ପାଇଁ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କପ୍ତିପଦା ଉପଖଣ୍ଡ ପାଇଁ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.