• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗ୍ରହଣ କରାଯାଇଥିବା ଅଭିଯୋଗ ପତ୍ର ମଧ୍ୟରୁ ୮୪ ପ୍ରତିଶତ ମାମଲାର ସମାଧାନ ହୋଇଛି

FNN WEB by FNN WEB
March 3, 2025
in ଓଡ଼ିଶା, ମୁଖ୍ୟ ଖବର
0
ଗ୍ରହଣ କରାଯାଇଥିବା ଅଭିଯୋଗ ପତ୍ର ମଧ୍ୟରୁ ୮୪ ପ୍ରତିଶତ ମାମଲାର ସମାଧାନ ହୋଇଛି
0
SHARES
1
VIEWS

ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି ଓ ତାଙ୍କ ସମସ୍ୟାର ତ୍ୱରିତ ସମାଧାନ କରିବା ପାଇଁ ପଦକ୍ଷେପ ନେଉଛନ୍ତି

ଭୁବନେଶ୍ୱର : ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ଶ୍ରୀମତୀ ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ । ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ପ୍ରକୋଷ୍ଠ ଜରିଆରେ ଆମ ସରକାର ସବୁ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି । ବିଶେଷ କରି ଭିନ୍ନକ୍ଷମ, ବରିଷ୍ଠ ଓ ଜରୁରୀ ସେବା ଆବଶ୍ୟକ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ଦୁଃଖ ଓ ସମସ୍ୟାରେ ଜର୍ଜରିତ ବ୍ୟକ୍ତିମାନେ ସେମାନଙ୍କ ସମସ୍ୟା ଓ ଅଭିଯୋଗ ନେଇ ଏଠାକୁ ଆସୁଛନ୍ତି । ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନିଆଯାଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷଙ୍କ ନିକଟକୁ ଏହାର ସମାଧାନ ପାଇଁ ଅଭିଯୋଗପତ୍ର ପ୍ରେରଣ କରାଯାଉଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ।

ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୪ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।

Previous Post

କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ନେଇ ଖୁଵ ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ: ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ

Next Post

ମାର୍ଚ୍ଚ ୫ରେ ଆଡମ୍ବର ସହ ପାଳନ ହେବ ବିଜୁ ବାବୁଙ୍କ ଜୟନ୍ତୀ

FNN WEB

FNN WEB

Next Post
ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମାର୍ଚ୍ଚ ୫ରେ ଆଡମ୍ବର ସହ ପାଳନ ହେବ ବିଜୁ ବାବୁଙ୍କ ଜୟନ୍ତୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.