• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୦୦ କୋଟିରୁ ଉର୍ଦ୍ଧ ବ୍ୟୟର ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

FNN WEB by FNN WEB
March 4, 2025
in ଓଡ଼ିଶା, ମୁଖ୍ୟ ଖବର
0
୧୦୦ କୋଟିରୁ ଉର୍ଦ୍ଧ ବ୍ୟୟର ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
0
SHARES
0
VIEWS

ଧାର୍ଯ୍ୟ ସମୟସୀମା ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ
ପ୍ରକଳ୍ପର ଗୁଣବତ୍ତା ଉପରେ ଅଧିକ ନଜର ରଖିବାକୁ ଗୁରୁତ୍ୱ
ପ୍ରତି ମାସରେ ହେବ କଣ୍ଟ୍ରାକ୍ଟ ମ୍ୟାନେଜ୍‌ମେଣ୍ଟ ମିଟିଂ
କାର୍ଯ୍ୟରେ ବିଳମ୍ବ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ପୂର୍ତ୍ତ ବିଭାଗ ଅଧୀନରେ ଥିବା ୧୦୦ କୋଟିରୁ ଅଧିକ ପ୍ରକଳ୍ପ ମୂଲ୍ୟର ରାସ୍ତାଘାଟ, ସେତୁ ତଥା କୋଠାବାଡ଼ି ଆଦି କାର୍ଯ୍ୟର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନ କନ୍‌ଭେନ୍‌ସନ୍‌ ହଲ୍‌ଠାରେ ଅନୁଷ୍ଠିତ ଏହି ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ସରକାର ରାଜ୍ୟବାସୀଙ୍କୁ ଉନ୍ନତ ଭିତ୍ତିଭୂମି ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ । ତେଣୁ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ କିମ୍ବା ଗୁଣବତ୍ତା ନେଇ ସାଲିସ କରାଯିବ ନାହିଁ । ଏଥି ପାଇଁ ବିଭାଗୀୟ ଅଧିକାରୀ, ମୁଖ୍ୟଯନ୍ତ୍ରୀ, ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ନିୟମିତ କାର୍ଯ୍ୟର ତଦାରଖ ସହ ପ୍ରତି ମାସରେ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିବେ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ।

ଠିକା ସଂସ୍ଥାଙ୍କ ସମସ୍ୟାର ସମାଧାନ ସହ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ ଅଧିକାରୀ ଉଦ୍ୟମ ଜାରି ରଖିବେ । ସେହିଭଳି କାର୍ଯ୍ୟଭାର ନେଇଥିବା ଏଜେନ୍ସି ଅବା ଠିକା ସଂସ୍ଥା ନିଜର ମାନବସମ୍ବଳ ଓ ଜ୍ଞାନକୌଶଳକୁ ଉପଯୋଗ କରି ଧାର୍ଯ୍ୟ ସମୟସୀମା ମଧ୍ୟରେ କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ । ତେବେ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ କିମ୍ବା ଗୁଣବତ୍ତା ନେଇ କୌଣସି ସଂସ୍ଥା ବିରୋଧରେ ଅଭିଯୋଗ ଆସିଲେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେବେ ବି ପଛଘୁଞ୍ଚା ଦେବେ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପ୍ରକାଶ କରିଛନ୍ତି । ସେହିଭଳି ଆଗାମୀ ଦିନରେ ପ୍ରକଳ୍ପ କାର୍ଯ୍ୟାଦେଶ ପ୍ରଦାନ ସମୟରେ ପୂର୍ବ ପ୍ରଦର୍ଶନକୁ ଗୁରୁତ୍ୱ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ଜଗତସିଂହପୁର, ଯାଜପୁର, ଜୟପୁର ବାଇପାସ୍‌ ରାସ୍ତା ସମେତ ବିଭିନ୍ନ ପ୍ରମୁଖ ରାସ୍ତା, କୋରାପୁଟ ହସ୍‌ପିଟାଲ, ଜୟପୁର ହସ୍‌ପିଟାଲ, ଯାଜପୁର ହସ୍‌ପିଟାଲ ଏବଂ କ୍ୟାପିଟାଲ ହସ୍‌ପିଟାଲ୍‌ର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ସମେତ ବିଭିନ୍ନ କୋଠାବାଡ଼ି ପ୍ରକଳ୍ପର ଅଗ୍ରଗତି ନେଇ ବୈଠକରେ ଆଲୋଚନା ହୋଇଥିଲା । ରାଜ୍ୟରେ ବିଭିନ୍ନ ନଦୀ ଉପରେ ଥିବା ହାଇଲେବୁଲ ସେତୁର ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ମଧ୍ୟ ବିଭାଗୀୟ ଅଧିକାରୀ, ଇଞ୍ଜିନିୟର ଓ ଠିକା ସଂସ୍ଥାଙ୍କଠାରୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପଚାରି ବୁଝିଥିଲେ । ଏହି ସମୀକ୍ଷା ବୈଠକରେ ପୂର୍ତ୍ତ ବିଭାଗ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ଇଆଇସି (ସିଭିଲ୍‌) ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଏଲ୍‌.କେ. ପାଢ଼ୀ, ଓବିସିସିର ପରିଚାଳନା ନିର୍ଦ୍ଦେଶକ ସମୀର ହୋତାଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଠିକା ସଂସ୍ଥାର ପ୍ରତିନିଧିମାନେ ଯୋଗଦେଇଥିଲେ ।

Previous Post

ମତ୍ସ୍ୟଚାଷ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ସରକାର ଏବଂ ଆଇଆରଏମଏ ମଧ୍ୟରେ ବୁଝାମଣା

Next Post

ସମବାୟ କ୍ଷେତ୍ର ଉପରେ ମୁଖ୍ୟ ସଚିବଙ୍କ ଗୁରୁତ୍ୱ

FNN WEB

FNN WEB

Next Post
ସମବାୟ କ୍ଷେତ୍ର ଉପରେ ମୁଖ୍ୟ ସଚିବଙ୍କ ଗୁରୁତ୍ୱ

ସମବାୟ କ୍ଷେତ୍ର ଉପରେ ମୁଖ୍ୟ ସଚିବଙ୍କ ଗୁରୁତ୍ୱ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.