• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଜୁ ଜୟନ୍ତୀରେ ମୋହନ ସରକାରଙ୍କ ଉପରେ ବର୍ଷିଲେ ନବୀନ

FNN WEB by FNN WEB
March 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଜୁ ଜୟନ୍ତୀରେ ମୋହନ ସରକାରଙ୍କ ଉପରେ ବର୍ଷିଲେ ନବୀନ
0
SHARES
0
VIEWS


ଭୁବନେଶ୍ବର: ବିଜୁ ଜୟନ୍ତୀରେ ମୁହଁ ଖୋଲିଲେ ନବୀନ। ଶଙ୍ଖ ଭବନରେ ବିଜେପି ସରକାର ଉପରେ ବର୍ଷିଲେ। ବିଜୁ ଜୟନ୍ତୀରେ ପଞ୍ଚାୟତିରାଜ ଦିବସ ପାଳନ ନକରିବା ନିଷ୍ପତ୍ତିକୁ କଲେ କଡା ସମାଲୋଚନା। ନବୀନ କହିଛନ୍ତି, ବିଜୁ ବାବୁ ଥିଲେ ଟଲ୍ ମ୍ୟାନ, ଲାର୍ଜ ହାର୍ଟ। କିନ୍ତୁ ତାଙ୍କ ଲିଗାସିକୁ ଲିଭାଇବାକୁ ଚାହୁଁଛନ୍ତି ରାଜ୍ୟର ବିଜେପି ସରକାର। ବିଜୁ ପଟ୍ଟନାୟକ ବିମାନ ବନ୍ଦରର ନାମ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି। ୩୦ ବର୍ଷ ଧରି ରାଜ୍ୟ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରୁଛନ୍ତି। ଏବେ କିନ୍ତୁ ବିଜେପି ସରକାର ପଞ୍ଚାୟତିରାଜ ଦିବସକୁ ବଦଳାଇ ଦେଲେ। କିନ୍ତୁ ଲୋକଙ୍କ ହୃଦୟକୁ ପରିବର୍ତ୍ତନ କରିପାରିବ ନାହିଁ। ପାରାଦୀପ ପୋର୍ଟ ବଦଳାଇ ପାରିବ କି ସୁନାବେଡା ହାଲ୍ କୁ ବନ୍ଦ କରିପାରିବେ କି, ଏନଟିପିସି ବନ୍ଦ କରିପାରିବେ କି । ଏହା ଛୋଟ ଚିନ୍ତାଧାରା ବୋଲି କହିଛନ୍ତି ନବୀନ ପଟ୍ଟନାୟକ। ଦୁର୍ଭାଗ୍ୟଜନକ ଯେ, ବିଜେପି ଶାସନକୁ ଆସିବା ପରେ ପ୍ରଥମେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳାଇବାକୁ ଚେଷ୍ଟା କଲେ। ପ୍ରବଳ ବିରୋଧ ଯୋଗୁ ସମ୍ଭବ ହେଲାନି। ନିକଟରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଗଲା, ମାତ୍ର ଏଯାଏ ଦୋଷୀ ଧରାପଡିନି। ଶୁଣିବାକୁ ମିଳୁଛି ବିଜୁ ପଟ୍ଟନାୟକ ବିମାନ ବନ୍ଦର ନାଁ ପରିବର୍ତ୍ତନ ଲାଗି ସରକାର ଚେଷ୍ଟା କରୁଛନ୍ତି। ଆପଣ ନାଁ ବଦଳାଇ ଦେଇପାରନ୍ତି ମାତ୍ର ବିଜୁ ପ୍ରତି ଥିବା ପ୍ରତିଟି ଓଡ଼ିଆଙ୍କ ଭଲ ପାଇବା ବଦଳାଇ ପାରିବେ ନାହିଁ ବୋଲି ନବୀନ କହିଛନ୍ତି। ଖାଲି ସେତିକି ନୁହେଁ ନବୀନ ପ୍ରଶ୍ନ କରିଛନ୍ତି, ଆପଣ ଯଦି ବିଜୁଙ୍କ ଲିଗାସି କାଟିବାକୁ ଚାହୁଁଛନ୍ତି ତାହାଲେ କଣ ପାରାଦ୍ବୀପ ବନ୍ଦର, ତାଳଚେର ଏନ୍ଟିପିସି, ଓୟୁଏଟି, ଏନ୍ଆଇଟି ରାଉରକେଲା, ହାଲ୍‌କୁ କାଟିପାରିବେ ? ଏସବୁ ବିଜୁଙ୍କ ଅବଦାନ। ଇତିହାସକୁ କେହି ଲିଭାଇପାରିବେନି।

ଏହାସହ ନବୀନ କହିଛନ୍ତି, ବିଜୁ ବାବୁ ରାଜନୀତିକୁ ଆସିଥିଲେ ଲୋକଙ୍କ ସେବା ପାଇଁ ଆସିଥିଲେ। ଇଣ୍ଡୋନେସିଆର ମୁକ୍ତି ସଂଗ୍ରାମ ହେଉ ବା UNESCO କଳିଙ୍ଗ award କଥା ହେଉ ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଥିଲେ। ପଞ୍ଚାୟତିରାଜ ବ୍ୟବସ୍ଥାକୁ ସଶକ୍ତ କରିଥିଲେ। ମହିଳାଙ୍କ ପାଇଁ 33 ପ୍ରତିଶତ ସଂରକ୍ଷଣ କରିଥିଲେ। ସରପଞ୍ଚଙ୍କୁ ପଞ୍ଚାୟତର ମୁଖ୍ୟମନ୍ତ୍ରୀ ବୋଲି କହୁଥିଲେ ବିଜୁ ବାବୁ। ତାଙ୍କ ଅବଦାନକୁ ଅଣଦେଖା କରାଯାଇ ପାରିବ ନାହିଁ। ଇତିହାସ ବଦଳାଇବାକୁ କିଛି ବ୍ୟକ୍ତି ଚେଷ୍ଟା କରୁଛନ୍ତି। ଲୋକେ ଏହାର ଜବାବ ଦେବେ। ଇତିହାସ ହେଉଛି ସମୟର ଖୋଲା ବହି। U CANT CHANGE GLORIOUS LEGACY । ସରକାର ଆସିବ ଯିବ, କିନ୍ତୁ ବିଜୁ ବାବୁ ସବୁବେଳେ ଓଡ଼ିଆଙ୍କ ହୃଦୟରେ ରହିବେ। ଓଡ଼ିଆ ତାଙ୍କ ପାଇଁ ଗର୍ବିତ ବୋଲି କହିଛନ୍ତି ନବୀନ ପଟ୍ଟନାୟକ।

ସେପଟେ ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ । ନତଃ ମସ୍ତକ ହୋଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାପାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ନବୀନ ପଟ୍ଟନାୟକ ।

Previous Post

ଗେରୁଆ ହେବ ସରକାରୀ ସ୍କୁଲ

Next Post

କଫି ବୋର୍ଡ଼ ଚେୟାରମ୍ୟାନଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଆଲୋଚନା

FNN WEB

FNN WEB

Next Post
କଫି ବୋର୍ଡ଼ ଚେୟାରମ୍ୟାନଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଆଲୋଚନା

କଫି ବୋର୍ଡ଼ ଚେୟାରମ୍ୟାନଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.