• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆନ୍ତର୍ଜାତିକ ମହିଳା ଦିବସରେ ୧ କୋଟି ୬୪ ହଜାର ମହିଳା ପାଇଲେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି

FNN WEB by FNN WEB
March 8, 2025
in ଓଡ଼ିଶା, ମୁଖ୍ୟ ଖବର
0
ଆନ୍ତର୍ଜାତିକ ମହିଳା ଦିବସରେ ୧ କୋଟି ୬୪ ହଜାର ମହିଳା ପାଇଲେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି
0
SHARES
2
VIEWS

ଗଂଜାମ ଜିଲ୍ଲା ପାଇଁ ୬୩୮ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମହିଳା ହିଂସାରେ ଲିପ୍ତ ବ୍ୟକ୍ତି ମାନଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ୯ ମାସର ଆମର ନୂଆ ସରକାର ଆଜି ରାଜ୍ୟର ୧ କୋଟିରୁ ଅଧିକ ମା’ଙ୍କ ପାଇଁ ଆର୍ଥିକ ସ୍ୱାଧୀନତାର ରାସ୍ତା ଖୋଲି ପାରିଛି । ସବୁ ମା’ଙ୍କୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏଁ ମିଳିଲା। ସେ ଦୃଷ୍ଟିରୁ, ମୁଖ୍ୟମନ୍ତ୍ରୀ ଭାବେ ଆଜି ଦିନଟି ମୋ ପାଇଁ ସବୁଠାରୁ ସନ୍ତୋଷର ଦିନ ଓ ସବୁଠାରୁ ଗୌରବର ଦିନ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବ ସରକାରଙ୍କୁ ସମାଲୋଚନା କରି କହିଛନ୍ତିଯେ, ଯେଉଁମାନେ ପଚାରୁଛନ୍ତି ଯେ ଆମ ସରକାର ୯ ମାସରେ କ’ଣ କରିଛି, ସେମାନଙ୍କୁ କୁହନ୍ତୁ ଯେ ୨୪ ବର୍ଷରେ ଯେଉଁ ସରକାର ମହିଳାଙ୍କ ପାଇଁ କେବଳ ସ୍ଲୋଗାନ ଦେଉଥିଲେ, ମୋହନ ସରକାର କ୍ଷମତାକୁ ଆସିବାର ମାତ୍ର ୨୪ ମିନିଟ ମଧ୍ୟରେ ଐତିହାସିକ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନେଇଥିଲେ ଏବଂ ଖୁସିର ବିଷୟ ଯେ ତିନିମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ କରି ଆଜି ୯ ମାସ ମଧ୍ୟରେ ଏକ କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି।

ସେ ଆହୁରି ମଧ୍ୟ କହିଥିଲେଯେ, ଆମର ନିନ୍ଦୁକମାନେ ଭୁଲି ଯାଇଛନ୍ତି ଯେ ଶିଶୁଟିଏ ଜନ୍ମ ହେବାକୁ ମଧ୍ୟ ମା’ ଗର୍ଭରେ ୯ ମାସ ବିତେଇବାକୁ ପଡିଥାଏ। ଆମ ସରକାରର ୯ ମାସ ପୂରଣ କରିବାକୁ ଆହୁରି ଚାରିଦିନ ବାକି ଅଛି। କିନ୍ତୁ, ଏହି ସ୍ୱଳ୍ପ ସମୟ ଭିତରେ ଆମେ ଓଡିଶାର ଜନସାଧାରଣଙ୍କ ପାଇଁ ଯେଉଁ କାର୍ଯ୍ୟ କରି ପାରିଛୁ, ତାହା ସେମାନେ ପ୍ରକୃତରେ ବିଶ୍ୱାସ କରିପାରୁ ନାହାନ୍ତି। ସେମାନେ ବିଶ୍ୱାସ କରି ପାରୁନାହାନ୍ତି ଯେ ଚାଷୀଙ୍କୁ ୨୪ ବର୍ଷ ରେ MSP ଠାରୁ କିଛି ଅଧିକ ଟଙ୍କା ଦେଇ ପାରିଲେ ନାହିଁ , କିନ୍ତୁ ଏ ନୂଆ ସରକାର କିପରି ଭାବେ ୨୪ ମିନିଟରେ କୁଇଣ୍ଟାଲ ପିଛା ୧୦୦ ନୁହେଁ, ୮୦୦ ଟଙ୍କା ଦେବା ପାଇଁ ନିଷ୍ଫତ୍ତି ନେଇଗଲେ।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଜବାବ ରଖି କହିଥିଲେଯେ, ୨୪ ବର୍ଷ ଧରି ଆପଣ ଯାହା କରିବାକୁ ଚିନ୍ତା କରିପାରି ନ ଥିଲେ ଆମେ ତାକୁ କାର୍ଯ୍ୟରେ ପରିଣତ କରିଛୁ। ଗରିବ ପରିବାରଙ୍କ କନ୍ୟା ସନ୍ତାନ ବିବାହ ଏବଂ ରାଜ୍ୟର ଗରିବ ଜନସାଧାରଣଙ୍କୁ ନିଃଶୁଳ୍କ ଜଗନ୍ନାଥ ଦର୍ଶନ କରାଇବାର ନିଷ୍ପତ୍ତି ମଧ୍ୟ ଆମେ ନେଇଛୁ। ସେ ପୁଣି କହିଥିଲେ, ଏହି କାର୍ଯ୍ୟକ୍ରମ ଆଜି ଏକ ବିପ୍ଲବରେ ପରିଣତ ହୋଇଛି, ସୁଭଦ୍ରା ବିପ୍ଲବ। କାରଣ ସୁଭଦ୍ରା ଯୋଜନା କେବଳ ବର୍ଷକୁ ଦୁଇଥର ସହାୟତା ବାଣ୍ଟିବା କାର୍ଯ୍ୟକ୍ରମ ନୁହେଁ। ସୁଭଦ୍ରା ଯୋଜନା ଏକ ବ୍ୟାପକ ଅଭିଯାନର ରୂପ ନେବାକୁ ଯାଉଛି। କିଶୋରୀ ମାନଙ୍କଠାରୁ ଆରମ୍ଭ କରି ଭିନ୍ନ ଭିନ୍ନ ବୟସର ମହିଳାମାନେ ସଶକ୍ତ ଏବଂ ସମୃଦ୍ଧ ହୋଇପାରିବାର ବ୍ୟବସ୍ଥା କରାଯାଉଛି। ଏହା ରାଜ୍ୟର ପ୍ରତ୍ୟେକ ସୁଭଦ୍ରାଙ୍କ ମନରେ ଏକ ନୂତନ ଆଶା ଓ ବିଶ୍ୱାସର ସଂଚାର କରିବ। ମହିଳାଙ୍କ ବିରୁଦ୍ଧରେ ହିଂସା ଏବଂ ଅସଦାଚରଣ କରୁଥିବା ବ୍ୟକ୍ତିଙ୍କ ପାଇଁ କଡା ବାର୍ତ୍ତା ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ମହିଳାଙ୍କ ବିରୁଦ୍ଧରେ ହିଂସାରେ ଲିପ୍ତ ବ୍ୟକ୍ତି ସରକାର, ବିଶେଷଭାବେ ବ୍ୟକ୍ତିଗତ ଭାବେ ମୋ ପାଇଁ କେବଳ ଜଣେ ଜଣେ ଅପରାଧୀ, ଏବଂ ଏହିପରି ଅପରାଧୀଙ୍କ ସ୍ଥାନ ଜେଲର ଚାରିକାନ୍ଥ ମଧ୍ୟରେ, ସଭ୍ୟ ସମାଜରେ ତାଙ୍କର କୌଣସି ସ୍ଥାନ ନାହିଁ। ଏହାକୁ କଡାକଡି ଭାବେ ପାଳନ କରିବା ପାଇଁ ମୁଁ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇସାରିଛି।

ସେ ପୁଣି କହିଥିଲେଯେ, ମହିଳା ମାନଙ୍କୁ ଲକ୍ଷପତି କରାଇବା ପାଇଁ ‘ଲକ୍ଷପତି ଦିଦି’ ଯୋଜନା ଆରମ୍ଭ ହୋଇଛି । ସାରା ଦେଶରେ 3 କୋଟି ଲକ୍ଷପତି ଦିଦି ସୃଷ୍ଟି କରିବାର ଲକ୍ଷ୍ୟ ରଖାଯାଇଛି । ଆମ ରାଜ୍ୟ ଲକ୍ଷପତି ଦିଦି ଯୋଜନାକୁ କାର୍ଯ୍ୟକାରୀ କରି ସମଗ୍ର ଭାରତବର୍ଷରେ ଦ୍ଵିତୀୟ ସ୍ଥାନ ହାସଲ କରିଛି; ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରି ସାରିଲୁଣି । ଓଡିଶାରେ ଆମେ ୨୦୨୭ ସୁଦ୍ଧା ଅତି କମ୍ ରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାର କାର୍ଯ୍ୟକ୍ରମ ଜାରି ରଖିଛୁ । ବିଗତ ୨୪ ବର୍ଷରେ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନରେ ରହିଯାଇଥିଲା। କିନ୍ତୁ, ଆମ ସରକାର ମହିଳାଙ୍କୁ ରାଜନୈତିକ, ସାମାଜିକ ଏବଂ ଅର୍ଥନୈତିକ ସ୍ତରରେ ସଶକ୍ତ କରିବା ପାଇଁ ଶପଥ ନେଇ ବିଭିନ୍ନ କାର୍ଯ୍ୟ ଓ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୪୯୩ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ ୧୪୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‍ଘାଟନ କରାଯାଇଛି । ସୂଚନା ଥାଉକି, ଏଥିରେ ଅନେକ ଜଳଯୋଗାଣ ପ୍ରକଳ୍ପ, ସଡ଼କ ଉନ୍ନତିକରଣ, ସେତୁ ନିର୍ମାଣ, ଚେକ୍‍ ଡ୍ୟାମ୍‍ ପ୍ରକଳ୍ପ, ସ୍ୱାସ୍ଥ୍ୟସେବା କେନ୍ଦ୍ର ସ୍ଥାପନ, ଇନ୍‍ଷ୍ଟ୍ରିମ୍‍ ଷ୍ଟୋରେଜ୍‍ ପ୍ରକଳ୍ପ ଆଦି ପ୍ରକଳ୍ପ ରହିଛି ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେଯେ ସୁଭଦ୍ରା ଆଜି ୧ କୋଟିରୁ ଉର୍ଦ୍ଧ୍ଵ ମହିଳାଙ୍କ ପାଖରେ ପହଂଚିଛି। କଥା ଦେଇ ଆମ ସରକାର ଆଜି କଥା ରଖିଛନ୍ତି। ୮ ମାସ ମଧ୍ୟରେ ଏହି ଯେଉଁ ପ୍ରତିଶ୍ରୁତି ଆମେ ଦେଇଥିଲୁଯେ ମହିଳାଙ୍କୁ ସଶକ୍ତ କରିବୁ ଏବଂ ତାହା ଏହି ଭଳି ଭାବେ ଆଗକୁ ମଧ୍ୟ ଆମେ ପୂର୍ଣ୍ଣ କରିବୁ । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ, ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବାଣିଜ୍ୟ, ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ବ୍ରହ୍ମପୁର ସାଂସଦ ଶ୍ରୀ ପ୍ରଦୀପ ପାଣିଗ୍ରାହୀ, ଆସିକା ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ ଓ ଗଂଜାମ ଜିଲ୍ଲାର ସମସ୍ତ ବିଧାୟକ ମାନେ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମହିଳା ଏବଂ ଶିଶୁବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ, ଗଂଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ଧନ୍ୟବାଦ ଦେଇଥିଲେ।

Previous Post

କିଟ୍‍ ଓ କିସରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

Next Post

ଓସମେ ମହିଳା ଶାଖା ପକ୍ଷରୁ ହରଷ୍ଟୋରୀ ୨୦୨୫ ଆୟୋଜିତ

FNN WEB

FNN WEB

Next Post
ଓସମେ ମହିଳା ଶାଖା ପକ୍ଷରୁ ହରଷ୍ଟୋରୀ ୨୦୨୫ ଆୟୋଜିତ

ଓସମେ ମହିଳା ଶାଖା ପକ୍ଷରୁ ହରଷ୍ଟୋରୀ ୨୦୨୫ ଆୟୋଜିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.