• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ, ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ

FNN WEB by FNN WEB
March 13, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ, ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ
0
SHARES
3
VIEWS

ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ

ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା ଅଭିଯାନ ଆରମ୍ଭ କରାଯିବ । ସୂଚନାଯୋଗ୍ୟ ଯେ, ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଜାନୁଆରୀ ୧୩ ତାରିଖ ଦିନ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା ।

ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ (Co-Branding) କରାଯିବ । ଏହି ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ (Co-Branded Card) ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ ।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ। ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩, ୧୨, ୯୭୯। ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ ।

ଏହାଦ୍ୱାରା ରାଜ୍ୟର ସମୁଦାୟ ୩.୫୨ କୋଟି ଲୋକ ଉପକୃତ ହେବେ। ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବା ବେଳେ ପ୍ରତ୍ୟେକ ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ । ଗୋଟିଏ ପରିବାରରେ ୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ହେବ। ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ।

ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ, ଆଇଟି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ, ସ୍ୱାସ୍ଥ୍ୟ ବିଭାଗ ଶାସନ ସଚିବ ଶ୍ରୀମତୀ ଅଶ୍ବତୀ ଏସ୍‍ ଏବଂ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ପାଣ୍ଡରାରେ ୫୦ କୋଟିରେ ହେବ ଆଧୁନିକ ମାଛ ବଜାର

Next Post

୩୦ ମାର୍ଚ୍ଚରେ ଓଡ଼ିଶାରେ ଅନ୍ତ୍ୟୋଦୟ ଆବାସ ଯୋଜନା ଆରମ୍ଭ ହେବ

FNN WEB

FNN WEB

Next Post
ବନ୍ୟା ନିୟନ୍ତ୍ରଣ ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

୩୦ ମାର୍ଚ୍ଚରେ ଓଡ଼ିଶାରେ ଅନ୍ତ୍ୟୋଦୟ ଆବାସ ଯୋଜନା ଆରମ୍ଭ ହେବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.