ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳୁ ଆରମ୍ଭ ହେବ। ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳୁଆ ପାଠପଢ଼ା ହେବ। ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍ ପ୍ୟାକେଟ୍ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ କହୁଯାଇଛି ଯେ, ଜିଲ୍ଲାପାଳମାନେ ନିଜ ଜିଲ୍ଲାର ପାଗର ସ୍ଥିତି ନେଇ ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ। ତେବେ ବର୍ତ୍ତମାନ ସୁଦ୍ଧା ସମୟ ସାରଣୀ ପ୍ରକାଶ ପାଇ ନାହିଁ । ସ୍କୁଲରେ ପାଠ ପଢା କେଉଁ ସମୟରୁ ଆରମ୍ଭ ହୋଇ କେଉଁ ସମୟରେ ଶେଷ ହେବ ସେ ନେଇ କୌଣସି ସୂଚନା ମିଳିପାରି ନାହିଁ।