• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭାରତୀୟ ଜଳ ପରିଚାଳନା ପ୍ରତିଷ୍ଠାନ ପକ୍ଷରୁ ବିଶ୍ୱ ଜଳଦିବସ ପାଳିତ

FNN WEB by FNN WEB
March 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭାରତୀୟ ଜଳ ପରିଚାଳନା ପ୍ରତିଷ୍ଠାନ ପକ୍ଷରୁ ବିଶ୍ୱ ଜଳଦିବସ ପାଳିତ
0
SHARES
3
VIEWS

ଏକ ପ୍ରତିବଦ୍ଧ ପୃଥିବୀ ପାଇଁ ‘ହିମଖଣ୍ଡ ସଂରକ୍ଷଣ’ର ଆବଶ୍ୟକତା ରହିଛି
ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଭାରତୀୟ ଜଳ ପରିଚାଳନା ପ୍ରତିଷ୍ଠାନରେ ବୈଜ୍ଞାନିକମାନଙ୍କ ଦ୍ୱାରା ‘ବିଶ୍ୱ ଜଳ ଦିବସ’ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କର୍ମଶାଳାରେ ପ୍ରତିଷ୍ଠାନର ବୈଜ୍ଞାନିକମାନେ ‘ହିମଖଣ୍ଡ ସଂରକ୍ଷଣ’ ଭଳି ସାମ୍ପ୍ରତିକ ସମୟର ଏକ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ବିଷଦ ଆଲୋଚନା କରିଥିଲେ । କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅମରେଶ କୁମାର ନାୟକ ମୁଖ୍ୟ ଅତିଥି ଏବଂ କେନ୍ଦ୍ରୀୟ ଭୂତଳ ବୋର୍ଡର ଆଞ୍ଚଳିକ ନିର୍ଦ୍ଦେଶକ ଡ. ବି.କେ. ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏକ ପ୍ରତିବଦ୍ଧ ପୃଥିବୀ ପାଇଁ ‘ହିମଖଣ୍ଡ ସଂରକ୍ଷଣ’ର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ । ଭାରତୀୟ ଜଳ ପରିଚାଳନା ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅର୍ଜମାଦତ୍ତ ଷଡ଼ଙ୍ଗୀ, ପ୍ରତିଷ୍ଠାନ ଦ୍ୱାରା ବିକଶିତ ବୈଷୟିକ ଜ୍ଞାନକୌଶଳ ସମ୍ବନ୍ଧରେ ଅବଗତ କରାଇବା ସହିତ ଆଗାମୀ ଦିନରେ ସେନ୍‌ସର, ଆଇ.ଓ.ଟି, କୁତ୍ରିମ ବୁଦ୍ଧିମତ୍ତା ତଥା ରିମୋଟ ସେନ୍ସିଙ୍ଗ୍‌ ଆଦି ଆଧୁନିକ ଜ୍ଞାନକୌଶଳର ବ୍ୟବହାର ଦ୍ୱାରା ହିମଖଣ୍ଡ ତଥା ଜଳର ସୁପରିଚାଳନା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଉପସ୍ଥିତ ବୈଜ୍ଞାନିକମାନେ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ବନ୍ଧରେ ସୂଚନା ଦେଇଥିଲେ । ଏହି ଅବସରରେ ପ୍ରତିଷ୍ଠାନର ବିଭିନ୍ନ ପ୍ରୋଜେକ୍ଟ ସହିତ ସଂଶ୍ଳିଷ୍ଟ ହୋଇ ଆଧୁନିକ ଜଳସେଚନ ପଦ୍ଧତିକୁ ଆପଣାଇ ଥିବା ସଫଳ କୃଷକମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହା ସହିତ ବିଶ୍ୱ ଜଳ ଦିବସ ସନ୍ଦର୍ଭରେ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ ବିଜୟୀ ହୋଇଥିବା ଡି.ଏ.ଭି ଚନ୍ଦ୍ରଶେଖରପୁରର ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

ଏହି ଅବସରରେ ଏକ ‘ମାସନ ମନ୍ଥନ’ କର୍ମଶାଳା ଆୟୋଜନ କରାଯାଇଥିଲା । ଯାହାର ବିଷୟବସ୍ତୁ ଥିଲା ‘ଭୂତଳ ଜଳ-ଖାଦ୍ୟ-ଉର୍ଜାର ଜଟିଳ ସଂରଚନାଗତ ସମ୍ପର୍କ: ଆହ୍ୱାନ ଏବଂ ସୁଯୋଗ’ । ଏହି କର୍ମଶାଳାରେ ଭାରତୀୟ କୃଷି ଅନୁସନ୍ଧାନ ପରିଷଦର ବୈଜ୍ଞାନିକମାନଙ୍କ ସହିତ ଅନ୍ତର୍ଜାତୀୟ ଜଳ ପରିଚାଳନା ପ୍ରତିଷ୍ଠାନ, ଓଡ଼ିଶା କୃଷି ବିଶ୍ୱବିଦ୍ୟାଳୟ, କେନ୍ଦ୍ରୀୟ ଭୂତଳ ବୋର୍ଡ, କେନ୍ଦ୍ରୀୟ ଜଳ ଆୟୋଗ, ଭାରତୀୟ ବିଜ୍ଞାନ ପ୍ରତିଷ୍ଠାନ, ଆଇଆଇଟି, ଖଡ଼ଗ୍‌ପୁର ଓ ଗୌହାଟି, ତାମିଲନାଡ଼ୁ, ଜୁନାଗଡ଼, ପଞ୍ଜାବ ଓ ମହାତ୍ମାଫୁଲେ କୃଷି ବିଶ୍ୱବିଦ୍ୟାଳୟ, ଜାତୀୟ କୃଷି ଅର୍ଥନୀତି ଏବଂ ନୀତି ଅନୁସନ୍ଧାନ କେନ୍ଦ୍ର, ଜାତୀୟ ଭୂ-ପଦାର୍ଥ ବିଜ୍ଞାନ ଅନୁସନ୍ଧାନ ପ୍ରତିଷ୍ଠାନ ଆଦିର ବରିଷ୍ଠ ବୈଜ୍ଞାନିକ ଏବଂ ବିଶେଷଜ୍ଞମାନେ ଯୋଗଦେଇଥିଲେ । ଏହି କର୍ମଶାଳାରେ ‘ଦେଶର ଭୂତଳ ଜଳର ସ୍ଥିତି ଏବଂ ପରିଚାଳନା’, ‘ଭୂତଳ-ଖାଦ୍ୟ-ଉର୍ଜାର ପାରସ୍ପରିକ ସମ୍ପର୍କ’ ଏବଂ ‘ଭୂତଳ ଜଳର ଗୁଣବତ୍ତା ତଥା ଜଳ ପରିଚାଳନାର ଶାସନ ଓ ନୀତି’ ଆଦି ବିଷୟ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା । ଆଗାମୀ ଦିନରେ ଦେଶକୁ କୃଷି ଜଳ ଅଭାବ ସ୍ଥିତିରୁ ବଞ୍ଚାଇବା ପାଇଁ ବିଭିନ୍ନ ରଣନୀତି ଉପରେ ବିଚାରବିମର୍ଶ କରାଯାଇଥିଲା । ଏହି କାର୍ଯ୍ୟକ୍ରମର ପରିଚାଳନା ସଂସ୍ଥାନର ପ୍ରଧାନ ବୈଜ୍ଞାନିକ ଡ. ସୁଶାନ୍ତ କୁମାର ଜେନା କରିଥିଲେ ।

Previous Post

ବିଧାନସଭାରେ ରାଜ୍ୟସ୍ତରୀୟ ବିକଶିତ ଭାରତ ଯୁବ ସଂସଦ କାର୍ଯ୍ୟକ୍ରମ

Next Post

କଂଗ୍ରେସର ୧୨ଜଣ ବିଧାୟକ ବିଧାନସଭାରୁ ନିଲମ୍ବିତ

FNN WEB

FNN WEB

Next Post
କଂଗ୍ରେସର ୧୨ଜଣ ବିଧାୟକ ବିଧାନସଭାରୁ ନିଲମ୍ବିତ

କଂଗ୍ରେସର ୧୨ଜଣ ବିଧାୟକ ବିଧାନସଭାରୁ ନିଲମ୍ବିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.