• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

FNN WEB by FNN WEB
April 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା
0
SHARES
3
VIEWS

ଓଡିଶା ବିକାଶ ଇତିହାସରେ ଯୋଡିହେଲା ନୂଆ ଅଧ୍ୟାୟ

-ଉପକୃତ ହେବେ ୩ କୋଟି ୫୨ ଲକ୍ଷ ହିତାଧିକାରୀ
-୭୦ ବର୍ଷରୁ ଅଧିକ ବୟୋଜ୍ୟେଷ୍ଠଙ୍କ ପାଇଁ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା

ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ହେଉଛି ସାମାଜିକ ଓ ଆର୍ଥିକ ପ୍ରଗତିର ମୂଳଭିତ୍ତି- ମୁଖ୍ୟମନ୍ତ୍ରୀ
ପୃଥିବୀର ବୃହତ୍ତମ ଯୋଜନା: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ବିକାଶ ଇତିହାସରେ ଯୋଡିହୋଇଛି ଏକ ନୂଆ ଫର୍ଦ୍ଦ। ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି କଟକର ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନଡ୍ଡା କହିଛନ୍ତି ଯେ, ଆୟୁଷ୍ମାନ ଭାରତ ଯୋଜନା ଏକ ଇନସୁରାନ୍‌ସ ନୁହେଁ ଏହା ହେଉଛି ଏକ ଆସ୍ୟୁରାନ୍‌ସ । ଏହା ପୃଥିବୀର ସବୁଠାରୁ ବୃହତ୍ତମ ଯୋଜନା । ବର୍ତ୍ତମାନ ସୁଦ୍ଧା ଏଥିରେ ୮କୋଟି ୯୦ ଲକ୍ଷ ଲୋକ ଉପକୃତ ହୋଇସାରିଛନ୍ତି । ନିର୍ବାଚନ ସମୟରେ ଆମେ ଏହାକୁ ଲାଗୁ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲୁ ଏବଂ ଏହାକୁ ଆଜି ଲାଗୁ ମଧ୍ୟ କଲୁ । ଓଡିଶା ଲୋକମାନେ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେଇଛନ୍ତି। ତେଣୁ, ଓଡିଶାରେ ଏହି ଯୋଜନା ଲାଗୁ ହୋଇପାରିଲା । ଏହାଦ୍ୱାରା ଲୋକମାନେ ଆର୍ଥିକ ସ୍ତରରେ ଲାଭବାନ ହୋଇପାରିବେ ବୋଲି ସେ କହିଛନ୍ତି ।

ଓଡିଶାରେ ଶାସନ ଭାର ଗ୍ରହଣ କରିବାର ମାତ୍ର ୧୦ ମାସ ମଧ୍ୟରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିଥିବାରୁ ଶ୍ରୀ ନଡ୍ଡା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କୁ ଧନ୍ୟବାଦ ଦେବା ସହିତ ଟିବି ନିରାକରଣ ଦିଗରେ ଓଡିଶା ଉଲ୍ଲେଖନୀୟ କାର୍ଯ୍ୟ କରୁଛି ବୋଲି କହିଥିଲେ । ଏହି ଅବସରରେ ସେ ଅଧିକରୁ ଅଧିକ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହୋଇ ପାରିବେ ଏବଂ କାର୍ଡ ବନାଇବେ ସେଥିନେଇ ସଚେତନ କରିବାକୁ ପ୍ରତି ଘରୁକୁ ଯିବା ପାଇଁ ସେ ବିଧାୟକ ମାନଙ୍କୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ ଅଭିଭାଷଣରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରି କହିଲେ ଯେ ଓଡିଶା ବିକାଶ ଇତିହାସରେ ଆଉ ଏକ ଅଧ୍ୟାୟ ଯୋଡିହୋଇଛି। ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ପ୍ରାୟ ୬ ବର୍ଷ ହେଲା ରାଜନୈତିକ କାରଣରୁ ରାଜ୍ୟବାସୀଙ୍କୁ ବଞ୍ଚିତ କରାଯାଇଥିବା ଏହି ଐତିହାସିକ ଯୋଜନା ଆଜି ଆରମ୍ଭ ହେଉଛି।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ଧନ୍ୟବାଦ ଜ୍ଞାପନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସମାନ ଭାବେ ଦିଲ୍ଲୀର ଜନ ସାଧାରଣଙ୍କୁ ମଧ୍ୟ ବଞ୍ଚିତ କରାଯାଇଥିବା ଏହି ଯୋଜନା, ଗତକାଲିଠାରୁ ଲାଗୁ ହୋଇସାରିଛି। ଏହା ହେଉଛି ଡବଲ ଇଞ୍ଜିନ ସରକାରର ମଡେଲ। ଏଥିରେ ବିକାଶର ଗତି ଦୁଇଗୁଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟସେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ଅର୍ଥ କେବେ ବାଧକ ହେବ ନାହିଁ । ଏହି ଯୋଜନାରେ ଆଜି ରାଜ୍ୟର ପ୍ରାୟ ୧ କୋଟି ୩ ଲକ୍ଷ ପରିବାରର ୩ କୋଟି ୪୬ ଲକ୍ଷ ହିତାଧିକାରୀ ଉପକୃତ ହେବେ। ପ୍ରତି ପରିବାରଙ୍କୁ ସରାଦେଶର ବିଭିନ୍ନ ରାଜ୍ୟରେ ତାଲିକାଭୁକ୍ତ ୨୯ ହଜାର ଘରୋଇ ଏବଂ ସରକାରୀ ହସ୍‍ପିଟାଲରେ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ମିଳିବ । ପରିବାରର ମହିଳା ସଦସ୍ୟମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ମିଳିବ । ଏହାଛଡ଼ା, ୭୦ ବା ତା’ଠୁ ଅଧିକ ବୟସ୍କ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନାରେ ପରିବାର ପିଛା ୫ ଲକ୍ଷ ଟଙ୍କାର ଦେୟମୁକ୍ତ ଚିକିତ୍ସା ସୁବିଧା ମିଳିବ । ଆୟୁଷ୍ଠାନ ବୟୋ-ବନ୍ଦନା ଯୋଜନାରେ ପ୍ରାୟ ୨୩ ଲକ୍ଷରୁ ଅଧିକ ବରିଷ୍ଠ ନାଗରିକ ଉପକୃତ ହେବେ । ପୂର୍ବରୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ହୋଇଥିବା ବୟୋଜ୍ୟେଷ୍ଠ ଲୋକଙ୍କ ସହିତ ଅତିରିକ୍ତ ଛ ଲକ୍ଷ ଲୋକ କାର୍ଡ ପାଇବେ। ଏ ସମସ୍ତ ମିଳିତ ଯୋଜନାରେ ୩କୋଟି ୫୨ଲକ୍ଷ ଲୋକ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ପରିବାର ନୁହେଁ, ସମନ୍ୱିତ ଯୋଜନାରେ ପରିବାରର ପ୍ରତ୍ୟେକ ହିତାଧିକାରୀଙ୍କୁ ମିଳିବ ଗୋଟିଏ ଲେଖାଏ ଏକକ କାର୍ଡ । ସେ କହିଥିଲେ ଯେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ବାବଦରେ ଓଡ଼ିଶା ସରକାର ୬୦:୪୦ ଅନୁପାତରେ କେନ୍ଦ୍ରୀୟ ଅଂଶଧନ ପାଇବେ। ରାଜ୍ୟ ସରକାର ମଧ୍ୟ ଏଥିପାଇଁ ଯଥେଷ୍ଟ ବ୍ୟୟ ବରାଦ କରିଛନ୍ତି। ସେ ପୁଣି କହିଲେ ଯେ, ଆଜିକାଲି ଅନେକ ପରିବାରର ସଦସ୍ୟ ଚାକିରି ହେଉ କିମ୍ବା ପାଠ ପଢ଼ିବା ପାଇଁ ପରିବାର ବାହାରେ ରହୁଛନ୍ତି। ଏମିତି ବି ପରିବାର ଅଛନ୍ତି ଯାହାର ସଦସ୍ୟମାନେ ଦୁଇରୁ ଅଧିକ ସ୍ଥାନରେ ରହୁଛନ୍ତି। ତେଣୁ, ସେମାନଙ୍କୁ ଏହି ସ୍ୱାସ୍ଥ୍ୟସେବା ପାଇବା ପାଇଁ କୌଣସି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟସେବା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଅନେକ କ୍ଷେତ୍ରରେ ଦେଖା ଯାଇଛି ଯେ ଆର୍ଥିକ ଅନାଟନ ଯୋଗୁଁ, ସନ୍ତାନ ସନ୍ତତିମାନେ ନିଜ ପିତାମାତାଙ୍କୁ ଉତ୍ତମ ଚିକିତ୍ସା ପ୍ରଦାନ କରିବା ପାଇଁ ପଛଘୁଞ୍ଚା ଦେଇଥାନ୍ତି, ଏବଂ ଅଣଦେଖା ମଧ୍ୟ କରିଥାନ୍ତି। ଆଜି ଠାରୁ ପରିବାରର ବରିଷ୍ଠ ନାଗରିକଙ୍କୁ ଉତ୍ତମ ଚିକିତ୍ସା ପ୍ରଦାନ କରାଇବା ପାଇଁ ସେମାନଙ୍କୁ ଚିନ୍ତା କରିବାକୁ ପଡ଼ିବ ନାହିଁ। ସେ ପୁଣି କହିଲେ ଯେ, ରାଜନୈତିକ କାରଣରୁ କେବଳ ସ୍ୱାସ୍ଥ୍ୟ ନୁହେଁ, ଓଡ଼ିଶାର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ନୂତନ ଶିକ୍ଷାନୀତି-୨୦୨୦ରୁ ମଧ୍ୟ ଦୂରେଇ ରଖାଯାଇଥିଲା। କିନ୍ତୁ, ଆମ ସରକାର ଆସିବା ମାତ୍ରେ ନୂତନ ଶିକ୍ଷାନୀତିକୁ ଲାଗୁ କରିସାରିଛନ୍ତି। ଏହା ଫଳରେ ଆମ ଛାତ୍ରଛାତ୍ରୀ ବହୁଳ ଭାବେ ଉପକୃତ ହେବେ ଏବଂ ତାଙ୍କର ଉଜ୍ଜ୍ଵଳ ଭବିଷ୍ୟତ ସୁନିଶ୍ଚିତ ହୋଇପାରିବ।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ନୂଆ ସରକାର ଗଠନ ପରେ ବର୍ତ୍ତମାନ ସୁଦ୍ଧା 3ଟି ପର୍ଯ୍ୟାୟରେ ବିଭିନ୍ନ ବର୍ଗର ୪ ହଜାର ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନଙ୍କୁ ନିଯୁକ୍ତି ଦିଆଯାଇଛି। ଆଉ ଅଧିକ 5 ହଜାର 374 ଡାକ୍ତର ଓ ଦନ୍ତ ଚିକିତ୍ସକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବହୁତ ଶୀଘ୍ର ଆମେ ଏହି ଲକ୍ଷ୍ୟ ହାସଲ କରିବୁ। ସେ କହିଲେ ଯେ, ଓଡ଼ିଶା ବାହାରେ ରହୁଥ‌ିବା ହିତାଧିକାରୀମାନେ ସାରା ଭାରତର ବିଭିନ୍ନ ସ୍ଥାନରେ ଥିବା ସଂପୃକ୍ତ ରାଜ୍ୟ ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ହସ୍‍ପିଟାଲରେ ଦେୟମୁକ୍ତ ଚିକିତ୍ସା ପାଇପାରିବେ । ତାଲିକାଭୁକ୍ତ ହସ୍‍ପିଟାଲ ମାନଙ୍କର ନାମ ଓ ଠିକଣା ସ୍ୱାସ୍ଥ୍ୟ ବିଭାଗ କିମ୍ବା ଆୟୁଷ୍ମାନ ଭାରତ ୱେବ ସାଇଟ୍ ରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଉପଲବ୍‍ଧ ହେବ । ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଅଧୀନରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଚଳିତ ବର୍ଷ ବଜେଟ୍‌ରେ ୩ ହଜାର ୮୮୧ କୋଟି ଟଙ୍କା ଏବଂ ଆମ ହସ୍‍ପିଟାଲ ଅଧୀନରେ ୪୨୦ କୋଟି ଟଙ୍କାର ପ୍ରସ୍ତାବ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ପର୍ଯ୍ୟାୟକ୍ରମେ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ । ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଚଳିତ ବର୍ଷ ବଜେଟ୍‌ରେ ୪ଟି ମେଡିକାଲ କଲେଜ ପାଇଁ ଅର୍ଥ ବରାଦ କରାଯାଇଛି। ଏଗୁଡିକ ହେଲା ଜଗତସିଂହପୁର, ଭଦ୍ରକ, ନବରଙ୍ଗପୁର ଓ ଢେଙ୍କାନାଳ। ।

ନୂଆ ସରକାର ଆସିବା ପରେ ବର୍ଷକ ମଧ୍ୟରେ ଅନେକ ଯୁଗାନ୍ତକାରୀ ଯୋଜନା କାର୍ଯ୍ୟକାରୀ ହୋଇଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ବର୍ଷ ଜୁନ ୧୨ ତାରିଖ ଦିନ ଓଡ଼ିଶାରେ ନୂତନ ସୂର୍ଯ୍ୟୋଦୟ ହୋଇଛି। ସାଢ଼େ ଚାରିକୋଟି ଜନସାଧାରଣଙ୍କ ଆଶୀର୍ବାଦ ଏବଂ ସଦିଚ୍ଛା ସହିତ ତାଙ୍କର ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ କାର୍ଯ୍ୟରତ। ଗତ ୨୪ ବର୍ଷରେ ଯେଉଁକାମ ହୋଇ ନ ଥିଲା ଆମେ ତାକୁ ୨୪ ମିନିଟରେ କରିବାକୁ ସମର୍ଥ ହୋଇଥିଲୁ, ସେ ସୁଭଦ୍ରା ଯୋଜନା ହେଉ, କି ଧାନ କିଣା ବାବଦକୁ ଅଧିକ ୮୦୦ ଟଙ୍କା ପ୍ରଦାନ କରିବା, କି ଶ୍ରୀମନ୍ଦିର ପରିଚାଳନା ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ହେଉ, କି ଚାରିଦ୍ଵାର ଖୋଲା ହେଉ। କେବଳ ସେତିକି ନୁହେଁ, ଗତ ଦଶ ମାସରେ ଅନେକ ନୂଆ ଯୋଜନା ଯେପରିକି ପଞ୍ଚାୟତ ସ୍ତରୀୟ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ, ମାଧୋ ସିଂ ହାତଖର୍ଚ୍ଚ ଯୋଜନା, ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା, ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା, ଅନ୍ତୋଦୟ ଗୃହ ଯୋଜନା ପରି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେ ଯେ, ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ସାରା ଭାରତବର୍ଷରେ କାଶ୍ମୀରଠୁ ନେଇ କନ୍ୟାକୁମାରୀ ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଓଡିଶାର ଲୋକମାନେ ଚିକିତ୍ସା ସେବା ପାଇ ପାରିବେ ବୋଲି ସେ କହିଥିଲେ । ଏହି ଅବସରରେ କଟକ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ, କେନ୍ଦ୍ରାପଡା ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡା ଏବଂ ଜଗତସିଂହପୁର ସାଂସଦ ଶ୍ରୀ ବିଭୁପ୍ରସାଦ ତରାଇ ପ୍ରମୁଖ ଆୟୁଷ୍ମାନ ଭାରତ ଯୋଜନା ଓଡିଶାର ଲୋକମାନଙ୍କ ପାଇଁ କିପରି ଉପାଦେୟ ହୋଇପାରିବ ସେ ସମ୍ପର୍କରେ ନିଜ ନିଜର ଅଭିଭାଷଣ ରଖିଥିଲେ । କାର୍ଯ୍ୟକ୍ରମରେ ଅତିଥି ଭାବରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏବଂ ବିଭିନ୍ନ ବିଧାୟକ ଗଣ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଏବଂ ସ୍ୱାସ୍ଥ୍ୟ ସଚିବ ଶ୍ରୀମତୀ ଅଶ୍ୱଥୀ ଏସ୍ ପ୍ରମୁଖ ଯୋଗଦେଇଥିଲେ ଏବଂ ଆଭାଷୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ମାନେ ଉପସ୍ଥିତ ଥିଲେ ।

Previous Post

ଆସନ୍ତାକାଲି ଆସିବେ ନଡ୍ଡା; ଆୟୁଷ୍ମାନ ଭାରତର କରିବେ ଉଦଘାଟନ

Next Post

କଟକରେ ଶିଶୁ ଚିକିତ୍ସା ପ୍ରତିଷ୍ଠାନର ବହୁବିଧ ଉପଯୋଗୀ ଚିକିତ୍ସାଳୟ ଲୋକାର୍ପିତ

FNN WEB

FNN WEB

Next Post
କଟକରେ ଶିଶୁ ଚିକିତ୍ସା ପ୍ରତିଷ୍ଠାନର ବହୁବିଧ ଉପଯୋଗୀ ଚିକିତ୍ସାଳୟ ଲୋକାର୍ପିତ

କଟକରେ ଶିଶୁ ଚିକିତ୍ସା ପ୍ରତିଷ୍ଠାନର ବହୁବିଧ ଉପଯୋଗୀ ଚିକିତ୍ସାଳୟ ଲୋକାର୍ପିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.