• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଟକରେ ଶିଶୁ ଚିକିତ୍ସା ପ୍ରତିଷ୍ଠାନର ବହୁବିଧ ଉପଯୋଗୀ ଚିକିତ୍ସାଳୟ ଲୋକାର୍ପିତ

FNN WEB by FNN WEB
April 11, 2025
in ଓଡ଼ିଶା, ମୁଖ୍ୟ ଖବର
0
କଟକରେ ଶିଶୁ ଚିକିତ୍ସା ପ୍ରତିଷ୍ଠାନର ବହୁବିଧ ଉପଯୋଗୀ ଚିକିତ୍ସାଳୟ ଲୋକାର୍ପିତ
0
SHARES
0
VIEWS

କଟକ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସାର ଓ ରସାୟନ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି କଟରେ ନବନିର୍ମିତ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ନାତକୋତ୍ତର ଶିଶୁ ଚିକିତ୍ସା ପ୍ରତିଷ୍ଠାନର ସାତ ମହଲା ବିଶିଷ୍ଟ ବହୁବିଧ ଉପଯୋଗୀ ଚିକିତ୍ସାଳୟ ଓ ଛାତ୍ରାବାସର ଶୁଭ ଉଦ୍‌ଘାଟନ କରିବା ସହ ମାଇକ୍ରୋବାୟୋଲୋଜିକାଲ ଲାବୋରେଟୋରୀର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ସହିତ ଭୁବନେଶ୍ୱରର ରାଜ୍ୟ ମେଡିକାଲ କର୍ପୋରେସନ କ୍ୟାମ୍ପସ୍‌ରେ ଏକ ମାଇକ୍ରୋ-ବାୟୋଲୋଜିକାଲ୍ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରାଯାଇଛି। ଏହା ଦ୍ୱାରା ଖାଦ୍ୟ ଓ ପାଣି ସାମ୍ପଲ ଗୁଡିକର ପରୀକ୍ଷା କରାଯାଇ, ତା’ର ମାନ ନିର୍ଦ୍ଧାରଣ କରାଯାଇ ପାରିବ । ଏହି ଅବସରରେ ସୁସ୍ଥ ଓଡ଼ିଶା-ବିକଶିତ ଓଡ଼ିଶା ଗଠନରେ ସହଯୋଗ କରି ରାଜ୍ୟକୁ ୨୦୩୬ ସୁଦ୍ଧା ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶା ଭାବେ ଗଢିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ। କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ କହିଥିଲେ, ଆମ ସରକାର ଲୋକଙ୍କ ପାଇଁ କାମ କରେ। ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟର ଆଦିବାସୀ ସମ୍ପ୍ରଦାୟର ସବୁଠାରୁ ଅଧିକ ଲୋକ ଉପକୃତ ହୋଇପାରିବେ ବୋଲି ସେ ମତ ଦେଇଥିଲେ ।

୧୫୨.୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ୭ ମହଲା ବିଶିଷ୍ଟ ଏହି ମଲ୍ଟି-ୟୁଟିଲିଟି ହସ୍ପିଟାଲ କମ୍ପ୍ଲେକ୍ସ ଶିଶୁ ଚିକିତ୍ସା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ଏହି କ୍ୟାମ୍ପସ୍‌ରେ ଶିଶୁମାନଙ୍କ ପାଇଁ ୮୪୬ଟି ଶଯ୍ୟା ରହିଛି। ସେଥିମଧ୍ୟରୁ ୧୪୦ଟି ଆଇସିୟୁ ଶଯ୍ୟା, ୨୨୭ଟି ନବଜାତ କେୟାର୍ ବେଡ୍‌, ଏସ୍‌ଏନ୍‌ସିୟୁ ପାଇଁ ୪୮ଟି ଶଯ୍ୟା, ପେଡିଆଟ୍ରିକ ମେଡ଼ିସିନ ପାଇଁ ୨୫୯ଟି ଶଯ୍ୟା, ପେଡିଆଟ୍ରିକ୍ ନେଫ୍ରୋଲୋଜି ପାଇଁ ୩୦ଟି ଶଯ୍ୟା, ସଂକ୍ରାମକ ରୋଗ ପାଇଁ ୨୬ଟି ଶଯ୍ୟା, ପେଡିଆଟ୍ରିକ୍ ସର୍ଜରି ପାଇଁ ୬୦ଟି ଶଯ୍ୟା, ଏନ୍‌ଆରସି ପାଇଁ ୧୦ଟି ଶଯ୍ୟା ଏବଂ କାଜୁଆଲିଟି ପାଇଁ ୪୬ଟି ଉତ୍ସର୍ଗୀକୃତ ଶଯ୍ୟା ଉପଲବ୍ଧ ରହିଛି। ଏଥିସହ ମାଗଣା ଔଷଧ ବଣ୍ଟନ ପାଇଁ ୪ଟି ଔଷଧ ବିତରଣ କେନ୍ଦ୍ର ଓ ୧୮୦ ଜଣ ଆବାସିକ ଡାକ୍ତରଙ୍କ ପାଇଁ ଏକ ହଷ୍ଟେଲ ରହିଛି, ଯାହା ୨୪ ଘଣ୍ଟା ଚିକିତ୍ସା ସେବା ଯୋଗାଇ ଦେବା ସୁନିଶ୍ଚିତ କରିବ। ଏହି କ୍ୟାମ୍ପସ୍‌ରେ ଶିଶୁମାନଙ୍କ ପାଇଁ ରହିଛି ୮୪୬ଟି ଶଯ୍ୟା ରହିଛି। ମାଗଣା ଔଷଧ ବଣ୍ଟନ ପାଇଁ ୪ଟି ଔଷଧ ବିତରଣ କେନ୍ଦ୍ର ଓ ୧୮୦ ଜଣ ଆବାସିକ ଡାକ୍ତରଙ୍କ ପାଇଁ ଏକ ହଷ୍ଟେଲ ରହିଛି, ଯାହା ୨୪ ଘଣ୍ଟା ଚିକିତ୍ସା ସେବା ଯୋଗାଇ ଦେବା ସୁନିଶ୍ଚିତ କରିବ।

ଏଥିସହ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନଡ୍ଡା ମାଇକ୍ରୋବାୟୋଲୋଜିକାଲ ଲାବୋରେଟୋରିର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ୪.୬ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ଏହି ଲାବୋରେଟୋରିରେ FSSAI ମାନକ ଅନୁଯାୟୀ ଖାଦ୍ୟ ଏବଂ ଜଳ ନମୁନାଗୁଡିକର ମାଇକ୍ରୋବାୟୋଲୋଜିକାଲ୍ ପରୀକ୍ଷା କରାଯିବ। ଏହା ଭୁବନେଶ୍ୱର ଓଏସ୍‌ଏମ୍‌ସିଏଲ୍‌ କ୍ୟାମ୍ପସ୍ ଭିତରେ ଥିବା ରାଜ୍ୟ ଖାଦ୍ୟ ପରୀକ୍ଷଣ ଲାବୋରେଟୋରିରେ ପ୍ରତିଷ୍ଠା କରାଯିବ। ଉଦ୍‌ଘାଟନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, କଟକ ସାଂସଦ ଭତ୍ତୃହର ମହତାବ, ବାରବାଟୀ-କଟକ ବିଧାୟକ ସୋଫିଆ ଫିର୍ଦୋସ, ନିଆଳି ବିଧାୟକ ଛବି ମଲ୍ଲିକ, କଟକ ସଦର ବିଧାୟକ ଇଂ ପ୍ରକାଶ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

Next Post

୧୨ରେ ଭୁବନେଶ୍ବର ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ

FNN WEB

FNN WEB

Next Post
୧୨ରେ ଭୁବନେଶ୍ବର ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ

୧୨ରେ ଭୁବନେଶ୍ବର ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.