• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ ନୀତିନ ଗଡ଼କରୀ

FNN WEB by FNN WEB
April 17, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ ନୀତିନ ଗଡ଼କରୀ
0
SHARES
1
VIEWS

ବିଭିନ୍ନ ଲାବୋରେଟୋରି ବୁଲି ଦେଖିବା ସହ ଅତ୍ୟାଧୁନିକ ଭିତ୍ତିଭୂମିକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରାଳୟର ମାନ୍ୟବର ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଥିଲେ। ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବିକାଶ ସହିତ ସେମାନଙ୍କୁ ଶିଳ୍ପ ଉପଯୋଗୀ ତାଲିମ ପ୍ରଦାନ କରିବାରେ ଏହି କେନ୍ଦ୍ର ବିଶେଷ ଭୂମିକା ଗ୍ରହଣ କରୁଥିବା ଜାଣି ଖୁସି ହୋଇଥିଲେ। ଏହି ଅତ୍ୟାଧୁନିକ ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ସେ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଥିଲେ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ପହଞ୍ଚିବା ପରେ ତାଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଥିଲେ। ପରେ ସେ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ, ଟ୍ରାଭେଲେଟର ଓ ଏସ୍କାଲେଟର ଲାବୋରେଟୋରି ସହିତ ଅଟୋମେସନ ଆଣ୍ଡ ବେସିକ୍‌ ରୋବୋଟିକ୍ସ ଲ୍ୟାବ୍‌ ଏବଂ ଅତ୍ୟାଧୁନିକ ୱେଲ୍ଡିଂରେ ଉତ୍କର୍ଷ କେନ୍ଦ୍ର ବୁଲି ଦେଖିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ ଓ ପ୍ରଶିକ୍ଷକଙ୍କ ସହ କଥା ହୋଇଥିଲେ। ଏହି ଅତ୍ୟାଧୁନିକ ଲାବୋରେଟୋରିରେ ସେମାନଙ୍କ ଦକ୍ଷତା ବିକାଶ ଏବଂ କ୍ୟାରିୟର ସ୍ୱପ୍ନ ପୂରଣ ଦିଗରେ କିପରି ସହାୟକ ହେଉଛି ସେ ବିଷୟରେ ପଚାରି ବୁଝିଥିଲେ।

ଏହି କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗ ଦେଇଥିଲେ। ସେ କହିଥିଲେ ଯେ, ‘‘ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦକ୍ଷତା ବିକାଶ କ୍ଷେତ୍ରକୁ ସୁଦୃଢ଼ କରାଯାଉଛି। ଯୁବପିଢ଼ିଙ୍କ ଦକ୍ଷତାକୁ ନୂଆ ଉଚ୍ଚତାକୁ ନେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏ ଦିଗରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଏକ ବଡ଼ ଯୋଗଦାନ ରହୁଛି। ଏଠାରେ ଅତ୍ୟାଧୁନିକ ତାଲିମ ନେଇ ଛାତ୍ରଛାତ୍ରୀମାନେ ଦେଶ ବିଦେଶରେ ନିଯୁକ୍ତି ସୁଯୋଗ ପାଉଛନ୍ତି। ଆଗାମୀ ଦିନରେ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ବିଶେଷ ପରିଚୟ ପାଇବାକୁ ଯାଉଛି।’’ ଏହି ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

କାର୍ଯ୍ୟକ୍ରମରେ ଭୁବନେଶ୍ୱର ଲୋକସଭା କ୍ଷେତ୍ରର ମାନ୍ୟବର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧାର ମାନ୍ୟବର ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦ୍ଦେବ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଶ୍ରୀ ଭୁପେନ୍ଦ୍ର ସିଂ ପୁନିଆ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଶ୍ରୀମତୀ ରଶ୍ମିତା ପଣ୍ଡା, ବିଶ୍ୱ ଦକ୍ଷତା କେନ୍ଦ୍ରର ଚିଫ୍ ସ୍କିଲ ଅଫିସର ଶ୍ରୀ ବ୍ରୁସ୍ ପୋହ ଏବଂ ସିଓଓ ଶ୍ରୀ ପିନାକୀ ପଟ୍ଟନାୟକ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ଭିତରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଶ୍ରୀ ଟି ଥମ୍ବିରାଜା ଏବଂ ଉପାଧ୍ୟକ୍ଷା ଶ୍ରୀମତୀ ଜିତାମିତ୍ର ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ।

Previous Post

ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ସମ୍ମିଳନୀ ଅନୁଷ୍ଠିତ

Next Post

୬ ଥାକିଆ ହେବ ଭୁବନେଶ୍ବର-ପୁରୀ ରାସ୍ତା: କେନ୍ଦ୍ରମନ୍ତ୍ରୀ

FNN WEB

FNN WEB

Next Post
୬ ଥାକିଆ ହେବ ଭୁବନେଶ୍ବର-ପୁରୀ ରାସ୍ତା: କେନ୍ଦ୍ରମନ୍ତ୍ରୀ

୬ ଥାକିଆ ହେବ ଭୁବନେଶ୍ବର-ପୁରୀ ରାସ୍ତା: କେନ୍ଦ୍ରମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.