ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୩ ବ୍ୟାଚ୍ର ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ଜୁଲାଇ ୧ରୁ ସଂସଦୀୟ ବ୍ୟାପାର ସଚିବ ଭାବେ କାର୍ଯ୍ୟ ଆରମ୍ଭ କରିବେ।
ସେପଟେ ପୂର୍ବରୁ କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୪ ବ୍ୟାଚ୍ର ଆଇଏଏସ୍ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନୂଆ ଦାୟିତ୍ବ ମିଳିଛି। ସେ ନ୍ୟୁ ଆଣ୍ଡ ରିନ୍ୟୁବଲ୍ ଏନର୍ଜୀ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏଥି ସହିତ ରଞ୍ଜନା ଚୋପ୍ରାଙ୍କୁ ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି।














