ଭୁବନେଶ୍ବର : ଚଳିତ ମାସ ୨୬ ତାରିଖରେ ମିଳିବ ସୁଭଦ୍ରା ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ଏପ୍ରିଲ ୨୪ ତାରିଖରେ ପୁରୀଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ। ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ। ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ।
ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।














