• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home Uncategorized

ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶିତ:ଲଗାତାର ୧୮ବର୍ଷ ଧରି କିସ୍‌ର ଶତ ପ୍ରତିଶତ ସଫଳତା

FNN WEB by FNN WEB
May 2, 2025
in Uncategorized, ଓଡ଼ିଶା, ମୁଖ୍ୟ ଖବର
0
ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶିତ:ଲଗାତାର ୧୮ବର୍ଷ ଧରି କିସ୍‌ର ଶତ ପ୍ରତିଶତ ସଫଳତା
0
SHARES
2
VIEWS

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ସମଗ୍ର ଓଡ଼ିଶାରେ ପାସ୍ ହାର ୯୪.୯୩% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି। କିସ୍ ଆରମ୍ଭରୁ ଲଗାତାର ୧୮ବର୍ଷ ଧରି ଏହାର ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଆସୁଛନ୍ତି। ଚଳିତ ବର୍ଷ ସ୍କୁଲ୍‌ର ମୋଟ ୧୯୦୦ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୧ପ୍ରତିଶତ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବାକି ଛାତ୍ରଛାତ୍ରୀ ୫୦ ପ୍ରତିଶତରୁ ଅଧିକ ନମ୍ବର ରଖି ଦ୍ୱତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କିସ୍ ଛାତ୍ରୀ ଖଇରାଣୀ ମାଝୀ ସର୍ବାଧିକ ୫୬୦ ନମ୍ବର ରଖି ସ୍କୁଲ୍ ଟପ୍‌ପର ହୋଇଛନ୍ତି। ଏହା ସହିତ କିସ୍‌ର ସଉରା, ବଣ୍ଡା, ଜୁଆଙ୍ଗ, ଖଡ଼ିଆ, ଲୋଧା, ପାଉଡ଼ି ଭୂୟାଁ ଆଦି ଅତି ଦୁର୍ବଳ ଜନଜାତି ବର୍ଗର ୨୦୧ଜଣ ଛାତ୍ରଛାତ୍ରୀ ମଧ୍ୟ ଏଥର ଭଲ ପ୍ରଦର୍ଶନ କରିଛନ୍ତି। ଖୁସିର କଥା ଚଳିତବର୍ଷ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ରାଜ୍ୟରୁ ଆସି କିସ୍‌ରେ ପଢ଼ୁଥିବା ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷାରେ ଭଲ ନମ୍ବର ରଖି ସଫଳତା ହାସଲ କରିଛନ୍ତି। କିସ୍ ଫଳାଫଳ ନେଇ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ମାଟ୍ରିକ୍ ପରୀକ୍ଷାରେ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ସାମନ୍ତ କହିଛନ୍ତି, କିସ୍‌ର ଏହି ଛାତ୍ରଛାତ୍ରୀମାନେ ହେଉଛନ୍ତି ଶିକ୍ଷା କ୍ଷେତ୍ରରେ ସେମାନଙ୍କ ବଂଶର ପ୍ରଥମ ପିଢ଼ି। କିସ୍‍ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିଷ୍ଠା ଓ ସମୟକୁ ସମୟ ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ ଏବଂ ଛାତ୍ରଛାତ୍ରୀମାନଙ୍କ ଅକ୍ଲାନ୍ତ ପରିଶ୍ରମ ସେମାନଙ୍କ ମୂଳଦୁଆକୁ ଦୃଢ଼ କରିପାରିଛି। ସେଥିପାଇଁ ପ୍ରତିବର୍ଷ କିସ୍ ଏହି ସଫଳତା ପାଇପାରୁଛି ବୋଲି ଶ୍ରୀ ସାମନ୍ତ କହିଛନ୍ତି। ଏଥିପାଇଁ ଶ୍ରୀ ସାମନ୍ତ କିସ୍‌ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Previous Post

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ

Next Post

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ୱାକ୍ଷରିତ

FNN WEB

FNN WEB

Next Post
କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ୱାକ୍ଷରିତ

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ୱାକ୍ଷରିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.