• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦୁଝର ଟାଉନ ଥାନା ଓ ରିଜର୍ଭ ପୋଲିସ ଅଫିସ ଗୃହର ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 5, 2025
in ଓଡ଼ିଶା, ମୁଖ୍ୟ ଖବର
0
କେନ୍ଦୁଝର ଟାଉନ ଥାନା ଓ ରିଜର୍ଭ ପୋଲିସ ଅଫିସ ଗୃହର ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର/କେନ୍ଦୁଝର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଟାଉନରେ ନବ ନିର୍ମିତ ଥାନାଗୃହ ଏବଂ ରିଜର୍ଭ ପୋଲିସ ଅଫିସ ଉଦ୍‍ଘାଟନ କରିଛନ୍ତି। ଏହି ଅବସରରେ ନବନିର୍ମିତ ଟାଉନ ଥାନାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମୁଦାୟ ୩ କୋଟି ୩୪ ଲକ୍ଷ ୧୪ ହଜାର ଟଙ୍କା ବ୍ୟୟରେ ନିର୍ମିତ ଏହି ଥାନା ଓ ୨ କୋଟି ୭୬ ଲକ୍ଷ ୬୮ ହଜାର ଟଙ୍କା ବ୍ୟୟରେ ନିର୍ମିତ ରିଜର୍ଭ ପୋଲିସ ଅଫିସର ଅଧିକାରୀ ଓ କର୍ମଚାରୀମାନେ ସାଧାରଣ ଜନତାଙ୍କୁ ଉତ୍ସର୍ଗୀକୃତ ସେବା ପ୍ରଦାନ କରିବେ । ଏହି ଥାନାଗୁଡ଼ିକ ଦ୍ଵାରା ଲୋକମାନେ ଉନ୍ନତ ମାନର ସେବା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହି ଅବସରରେ ପୋଲିସ କର୍ମଚାରୀଙ୍କ ପାଇଁ ୧୭ ଟି SUV ଗାଡି ଏବଂ ୮୦ ଟି ମୋଟର ସାଇକେଲକୁ ସବୁଜ ପତାକା ଦେଖାଇ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିଲେ।

ସୂଚନାଯୋଗ୍ୟ ଯେ, ଏହି ନବନିର୍ମିତ ଥାନାରେ ଭିନ୍ନକ୍ଷମଙ୍କ ପାଇଁ ରାମ୍ପ୍ ବ୍ୟବସ୍ଥା, ବିଲ୍ଡିଂ ଏବଂ ବାରାକ୍, ସମ୍ମିଳନୀ କୋଠରୀ, ସନ୍ଦିଗ୍ଧ ଓ ସାକ୍ଷୀ ପରୀକ୍ଷା କୋଠରୀ, ୱେୟାରଲେସ୍ ଏବଂ ଯୋଗାଯୋଗ କୋଠରୀ, ଆଧୁନିକ ମାଲଖାନା, Reception Centre ଏବଂ ମହିଳା ଓ ଶିଶୁ Help desk ପ୍ରସ୍ତୁତ କରାଯାଇଛି। ଏହାବ୍ୟତୀତ ଶିଶୁସଦନ, ଯାନ ବାହନ ପାର୍କିଂ ବ୍ୟବସ୍ଥା, ତଥ୍ୟ ସଂରକ୍ଷଣ ସହିତ ୨୪ ଘଣ୍ଟିଆ ସିସିଟିଭି କ୍ୟାମେରା ବ୍ୟବସ୍ଥା, ଅଗ୍ନି ନିର୍ବାପକ ଯନ୍ତ୍ର ଏବଂ ଅଗ୍ନି ସତର୍କ ସୂଚନା ଘଣ୍ଟି ବ୍ୟବସ୍ଥା ଭଳି ଅତ୍ୟାଧୁନିକ ବ୍ୟବସ୍ଥା ମଧ୍ୟ କରାଯାଇଛି ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଇନ ଶୃଙ୍ଖଳା ରକ୍ଷା ଦିଗରେ ଥାନାର ପ୍ରମୁଖ ଭୂମିକା ରହିଛି। ସେଥିପାଇଁ ଆମ ସରକାର ଆସିବା ପରେ ଥାନାଗୁଡ଼ିକୁ ଆଧୁନିକୀକରଣ ଓ ସୁବ୍ୟବସ୍ଥିତ କରିବା ପାଇଁ ସମସ୍ତ ପଦକ୍ଷେପ ନେଉଛନ୍ତି। ଥାନାରେ କର୍ତ୍ତବ୍ୟରତ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୋର ପରାମର୍ଶ, ଥାନାକୁ ବିଭିନ୍ନ ସମସ୍ୟା ନେଇ ଆସୁଥିବା ଜନସାଧାରଣମାନଙ୍କୁ ଉତ୍ତମ ବ୍ୟବହାର କରନ୍ତୁ। କାରଣ ସେମାନେ ଅସୁବିଧାରେ ପଡି ମନଦୁଃଖରେ ଆପଣଙ୍କ ପାଖକୁ ଆସୁଛନ୍ତି। ସେମାନଙ୍କ ସହ ବନ୍ଧୁତ୍ୱପୂର୍ଣ୍ଣ ବ୍ୟବହାର କରନ୍ତୁ।

ସେ କହିଥିଲେ ଯେ, ରାଜ୍ୟରେ ଅପରାଧ ନିୟନ୍ତ୍ରଣ ଓ ନିରାକରଣ ପାଇଁ ଆମ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ଆଗାମୀ ଦିନରେ ସମସ୍ତ ଥାନାମାନଙ୍କରେ ଅତିରିକ୍ତ ଯାନ ଉପଲବ୍ଧ କରିବା ନିମନ୍ତେ ଉଚ୍ଚମାନର ଦ୍ରୁତଗାମୀ SUV ଗାଡି ଯୋଗାଇ ଦେବାର ବ୍ୟବସ୍ଥା କରା ଯାଇଛି । ଏହି ଯାନବାହନର ସଠିକ ଉପଯୋଗ ଦ୍ୱାରା ଅପରାଧ ନିୟନ୍ତ୍ରଣ ତଥା ଆଇନ ଶୃଙ୍ଖଳା ରକ୍ଷା ଭଳି କାର୍ଯ୍ୟ ସୁରୁଖୁରୁରେ ସମ୍ପାଦିତ ହୋଇପାରିବ ବୋଲି ମୁଁ ଆଶା ପ୍ରକଟ କରୁଛି । ପୋଲିସ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ପ୍ରଭାବଶାଳୀ କରିବା ପାଇଁ ଆବଶ୍ୟକ ସମ୍ବଳ, ତାଲିମ ଏବଂ ଭିତ୍ତିଭୂମି ଯୋଗାଇ ଦେବାକୁ ଆମ ସରକାର ପ୍ରତିଶୃତିବଦ୍ଧ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ବିଗତ ଦିନରେ ଘଟିଥିବା ଅପରାଧର ଆଉ ଯେପରି ପୁନରାବୃତ୍ତି ନହୁଏ ସେଥିପ୍ରତି ସଜାଗ ରହିବାପାଇଁ ଉପସ୍ଥିତ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ଥାନାକୁ ଆସୁଥିବା ସାଧାରଣ ଲୋକମାନଙ୍କୁ ଭଲ ବ୍ୟବହାର କରିବା ପାଇଁ ଅଧିକାରୀ ଓ କର୍ମଚାରୀମାନଙ୍କୁ କଡ଼ା ଚେତାବନୀ ଦେଇଥିଲେ ଏବଂ ଥାନାକୁ ଅଭିଯୋଗ ନେଇ ଆସୁଥିବା ଲୋକଙ୍କ ପାଖରୁ ତୁରନ୍ତ FIR ଗ୍ରହଣ ନକଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ ।

ସେ ଏହା ମଧ୍ୟ କହିଥିଲେ ଯେ, ଗତ ସରକାର ଅମଳରେ ପୋଲିସକୁ ନିଜର କାର୍ଯ୍ୟ କରିବା ପାଇଁ ଦିଆଯାଉନଥିଲା। ଯାହାର ଫଳାଫଳ ଆମେ ସମସ୍ତେ ଦେଖିଛୁ। ଅପରାଧୀମାନେ ଜାଣିଥିଲେ ଯେ ସେମାନଙ୍କୁ ରାଜନୈତିକ ସୁରକ୍ଷା ମିଳୁଛି, ତେଣୁ ବେଧଡକ ବିଭିନ୍ନ ଅପରାଧ ଘଟାଉ ଥିଲେ। ନୂଆ ସରକାର ସହିତ ସେହି ମାନସିକତା ବି ବଦଳି ଯାଇଛି। ଅପରାଧୀଙ୍କୁ ମିଳୁଥିବା ରାଜନୈତିକ ସୁରକ୍ଷାର ଅବଧି ୧୨ ଜୁନ ୨୦୨୪ ରୁ ସରିଯାଇଛି। Renewal ହେବାର କୌଣସି ସୁଯୋଗ ବି ନାହିଁ। ଏହାର ଫଳାଫଳ ଆପଣ କେନ୍ଦୁଝର ଜିଲ୍ଲାରେ ଦେଖିପାରୁଥିବେ। ଆଇନ ଆଗରେ ରାଜା-ପ୍ରଜା ସମସ୍ତେ ସମାନ। ଯଦି ଅପରାଧ କରିବ, ତାର ଫଳାଫଳ ଭୋଗିବ। ଅପରାଧୀ ଯେତେବଡ଼ ହୋଇଥାଉ ନା କାହିଁକି, ଯେତେ ବିତ୍ତଶାଳୀ ହୋଇଥାଉନା କାହିଁକି, ଯେତେ ପ୍ରଭାବଶାଳୀ ହୋଇଥାଉ ନା କାହିଁକି, ଆଇନ ଆଗରେ ନତମସ୍ତକ ହେବାକୁ ପଡ଼ିବ।

ରାଜ୍ୟରେ ସମୁଦାୟ ୩୨ ହଜାର ନୂଆ ପଦବୀ ସୃଷ୍ଟି କରାଯାଇଥିବା ବେଳେ ୧୬ ହଜାର ଖାଲି ପଦବୀ, ନୂତନ ଭାବେ ସୃଷ୍ଟି ହୋଇଥିବା ୧୬ ହଜାର ପଦବୀ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆପଣମାନେ ଭାବନ୍ତୁ, ଆଗାମୀ କିଛି ବର୍ଷ ମଧ୍ୟରେ ରାଜ୍ୟ ପୋଲିସର କର୍ମଚାରୀ ଓ ଅଧିକାରୀ ସଂଖ୍ୟା ୩୨ ହଜାର ବଢ଼ିବ। ଏହାଦ୍ୱାରା ପୋଲିସର ସାମର୍ଥ୍ୟ ବୃଦ୍ଧି ପାଇବ। ସରକାର ପୋଲିସ ବାହିନୀର ସାମର୍ଥ୍ୟ ଓ ମନୋବଳ ବୃଦ୍ଧି କରିବା ପାଇଁ ସମ୍ପୂର୍ଣ୍ଣ ଭାବରେ ପ୍ରତିବଦ୍ଧ ହୋଇ କାମ କରୁଛନ୍ତି। ତେଣୁ ଆପଣମାନେ ମଧ୍ୟ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ସେହିପରି ପ୍ରତିବଦ୍ଧ ହୋଇ କାମ କରନ୍ତୁ ବୋଲି ଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ କହିଥିଲେଯେ ଏହି ନୂଆ ଥାନା ଗୃହ ଜରିଆରେ ଆମ ପୋଲିସ କର୍ମଚାରୀଙ୍କ କାର୍ଯ୍ୟ ଦକ୍ଷତାରେ ଉନ୍ନତି ଆଣିବା ସହ ଜନସାଧାରଣଙ୍କୁ ଉନ୍ନତ ସେବା ପ୍ରଦାନ କରିବାକୁ ଆମେ ସଦାସର୍ବଦା ପ୍ରତିଶୃତିବଦ୍ଧ ରହିଛୁ । ସାଧାରଣ ଜନତାଙ୍କ ସେବା ଏବଂ ସୁରକ୍ଷା ପାଇଁ ଆମେ ସବୁବେଳେ ତତ୍ପର ଏବଂ ଜାଗ୍ରତ। ଆଇନକୁ ବଜାୟ ରଖିବା ଏବଂ ସାଧାରଣ ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଆମେ ଆଗାମୀ ଦିନରେ ନିଷ୍ଠାର ସହ କାର୍ଯ୍ୟ କରିବୁ।

ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଆନନ୍ଦପୁର ବିଧାୟକ ଶ୍ରୀ ଅଭିମନ୍ୟୁ ସେଠୀ, ଘସିପୁରା ବିଧାୟକ ଶ୍ରୀ ବଦ୍ରିନାରାୟଣ ପାତ୍ର, ତେଲକୋଇ ବିଧାୟକ ଡଃ ଫକୀର ମୋହନ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାୟକ, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଡ, ଡିଜିପି ଯୋଗେଶ ବାହାଦୁର ଖୁରାନିଆ, ଆଇ ଜି ଶ୍ରୀ ହିମାଂଶୁ ଲାଲ, କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ଵିଶାଲ ସିଂହ, କେନ୍ଦୁଝର ଏସ୍‍ପି ନୀତିନ କୁଶଲକର ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଦିଘାଠାରେ ନିର୍ମିତ ଶ୍ରୀଜଗନ୍ନାଥଙ୍କ ମନ୍ଦିର ବାବଦରେ ତଦନ୍ତ ରିପୋର୍ଟ ପ୍ରଦାନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Next Post

କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

FNN WEB

FNN WEB

Next Post
କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.