• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

FNN WEB by FNN WEB
May 5, 2025
in ଓଡ଼ିଶା, ମୁଖ୍ୟ ଖବର
0
କୁସୁମିତା ଠାରେ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ
0
SHARES
0
VIEWS

ବିପ୍ଲବୀ ଧରଣୀଧରଙ୍କ ମାଟିରେ ସ୍ମୃତି ସଂଗ୍ରହାଳୟ ଓ ଵ୍ୟାଖ୍ୟାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୫୦ କୋଟି,

ଧରଣୀଧରଙ୍କ ନାମରେ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଅତିଥି ଭବନ

କେନ୍ଦୁଝରରେ ୮୭ କୋଟି ଟଙ୍କାରେ ୧୦୪ଟି ପ୍ରକଳ୍ପର ଉଦ୍ଘାଟନ
୪୪୯ କୋଟି ଟଙ୍କାରେ ୨୧୪ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
୬୨୦ କୋଟି ଟଙ୍କାରେ ୨୨ଟି ନୂତନ ପ୍ରକଳ୍ପର ଘୋଷଣା

ଭୁବନେଶ୍ୱର/କେନ୍ଦୁଝର : ମହାନ ବିପ୍ଳବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆଜି ତାଙ୍କ ଜନ୍ମଭୂମି କେନ୍ଦୁଝର ଜିଲ୍ଲାର କୁସୁମିତା ଠାରେ ମହାସମାରୋହରେ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରି ୫୦ କୋଟି ଟଙ୍କା ବ୍ୟୟ ବରାଦରେ କୁସୁମୀତା ଠାରେ ସ୍ମୃତି ସଂଗ୍ରହାଳୟ ଓ ଵ୍ୟାଖ୍ୟାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ଜିଲ୍ଲାରେ ପ୍ରାୟ ୧୧୫୫ କୋଟି ଟଙ୍କା ବ୍ୟୟ ବରାଦର ସମୁଦାୟ ୩୪୦ ଗୋଟି ନୂତନ ପ୍ରକଳ୍ପର ଘୋଷଣା, ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ବିଳ୍ପବ ସହିତ ଆଧ୍ୟାତ୍ମିକତାର ପ୍ରତୀକ ଥିଲେ ଧରଣୀଧର। ମହାନ ବିପ୍ଲବୀ ଧରଣୀଧର ଓଡ଼ିଶାରେ ବ୍ରିଟିଶ୍ ବିରୋଧୀ ଆନ୍ଦୋଳନରେ ନେତୃତ୍ୱ ଦେଇଥିବା ଏକ ଦୃଢ ସଂଘର୍ଷୀ ନାୟକ। ତାଙ୍କ ଦୃଢ ସଂକଳ୍ପ, ଦେଶପ୍ରେମ ଓ ତ୍ୟାଗ ଆଜି ଯୁବପିଢି ପାଇଁ ପ୍ରେରଣା ସ୍ରୋତ। ରାଜ୍ୟ ସରକାର ତାଙ୍କ ସ୍ମୃତିକୁ ଅମର କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ପୂଜ୍ୟପୂଜା ପରମ୍ପରାକୁ ଗୁରୁତ୍ୱ ଦେଇ ଆଜି ଆମ ସରକାର ସାରା ଓଡିଶାରେ ମହାପୁରୁଷ ମାନଙ୍କ ଜୟନ୍ତୀ ସେମାନଙ୍କ ଜନ୍ମ ମାଟିରେ ପାଳନ କରୁଛି । ଏହାହିଁ ଆମ ଅସ୍ମିତାର ପରିଚୟ।

ଧରଣୀଧରଙ୍କ ଜୀବନୀ ହିଁ ଆମକୁ ଅଖଣ୍ଡତା ଓ ବିକାଶର ଦିଗରେ କାର୍ଯ୍ୟ କରିବାକୁ ଶିକ୍ଷା ପ୍ରଦାନ କରେ। ଜୀବନର ପ୍ରଥମ ଭାଗ ସେ ବିଦ୍ରୋହ କରି ସ୍ୱାଧୀନତାର ଅଗ୍ନି ଜଳାଇଥିଲେ ଓ ଶେଷ ଭାଗକୁ ସେ ଆଧ୍ୟାତ୍ମିକ ମାର୍ଗରେ ଯାଇ ଦେଶର ସ୍ୱାଧୀନତା ପାଇଁ ଇଶ୍ୱରଙ୍କ ଆଶୀର୍ବାଦ ଲାଭ କରିଥିଲେ। ଆଜି ଧରଣୀଧର ନାହାନ୍ତି, ତାଙ୍କ ସ୍ମୃତି ଅଛି। ବିପ୍ଲବ କରିବାର ଯେଉଁ ଚେତନା ସେ ସୃଷ୍ଟି କରିଥିଲେ, ସେ ଚେତନା ଅଛି। ଆଜି ସ୍ୱାଧୀନତା ପାଇଁ ଲଢିବାର ନାହିଁ। ଆଜିର ସମୟ ହେଉଛି ବିକାଶ ପାଇଁ ଲଢିବାର ସମୟ। ଦୀର୍ଘ ଦିନ ଧରି କେନ୍ଦୁଝରକୁ ଯେଉଁ ଅବହେଳା ହୋଇଥିଲା, ତାକୁ ଦୂର କରିବାର ସମୟ ଆଜି ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲଢେଇ କରି ବଞ୍ଚିବା ପାଇଁ ଏ ମାଟିର ବରପୁତ୍ର ଧରଣୀଧର ଆହ୍ୱାନ ଦେଇଥିଲେ ଏବଂ ସେହି ଆହ୍ୱାନକୁ କାମରେ ଲଗାଇ ଆଜି ମୁଁ ମୋ ରାଜ୍ୟର ସେବା କରିବାର ସୁଯୋଗ ପାଇଛି। ଏ ମାଟିର ଶକ୍ତି ଆମକୁ ଆହୁରି ସଶକ୍ତ କରିଛି ଏବଂ ଏକ ସମୃଦ୍ଧ ଓଡିଶା ଗଠନ କରିବା ପାଇଁ ଏହି ଶକ୍ତି ଆମକୁ ପ୍ରେରଣା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧରଣୀଧରଙ୍କ ସ୍ମୃତିରେ ଭୁବନେଶ୍ୱରରେ ଏକ ଅତିଥି ଭବନ ପ୍ରତିଷ୍ଠା କରାଯିବ। ଯେଉଁ ସ୍ମୃତି ପୀଠ ପାଇଁ ଭିତ୍ତିପ୍ରସ୍ତର ରଖା ଯାଇଛି ସେଥିରେ ଧରଣୀଧରଙ୍କ ପୈତୃକ ବାସ ଗୃହର ସଂରକ୍ଷଣ କରାଯିବ ଏବଂ ତାଙ୍କ ବ୍ୟବହୃତ ସାମଗ୍ରୀ ଗୁଡିକୁ ସୁରକ୍ଷିତ କରି ରଖାଯିବ। ଧରଣୀଧରଙ୍କ ଘର ପାଖରେ ଦୁଇ ଏକର ଜମିରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବା ସହିତ ଏକ ବ୍ୟାଖ୍ୟାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ। ଏହାକୁ ଏକ ପର୍ଯ୍ୟଟନ ଭାବେ ବିକଶିତ କରିବା ପାଇଁ ପାର୍କ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦୁଝରରେ ଖୁବଶୀଘ୍ର ଜେଏସ୍‌ଡବ୍ଲୁ ଦ୍ୱାରା ଏକ ମେଗା ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଷ୍ଟିଲପ୍ଲାଣ୍ଟ ପାଇଁ ପ୍ରଥମ ପର୍ଯ୍ୟାୟରେ ୩୫ ହଜାର କୋଟି ଟଙ୍କା ବିନିଯୋଗ ହେବ। ଏଥି ସହିତ କେନ୍ଦୁଝରରେ ସମୁଦାୟ ୧,୨୯,୮୦୦ କୋଟି ଟଙ୍କା ପୁଞ୍ଜିନିବେଶରେ ୩୦ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଯାହାଦ୍ୱାରା ୩୦ରୁ ୩୫ ହଜାର ଯୁବକ ଯୁବତୀ ରୋଜଗାର ପାଇବେ। ଶିଳ୍ପ ପ୍ରତିଷ୍ଠାନ ସହିତ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ଜଳସେଚନ ପ୍ରକଳ୍ପ ଗୁଡିକୁ ମଧ୍ୟ ପ୍ରାଧାନ୍ୟ ଦିଆଯିବ ଯାହା ଦ୍ୱାରା କେନ୍ଦୁଝର ଜିଲ୍ଲା ଅର୍ଥନୈତିକ ଦୃଷ୍ଟିକୋଣରୁ ମଧ୍ୟ ଆଗକୁ ଯିବ।

କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିପ୍ଲବୀ ଧରଣୀଧରଙ୍କୁ ସ୍ୱାଭିମାନର ପ୍ରତୀକ ବୋଲି କହିବା ସହିତ ତାଙ୍କ ଜୀବନୀରୁ ପ୍ରତ୍ୟେକ ବର୍ଗ ଅନୁପ୍ରାଣିତ ହେବା ପାଇଁ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଶ୍ରୀ କାଙ୍ଗାଳି ଚରଣ ନାଏକଙ୍କୁ ଧରଣୀଧର ସମ୍ମାନରେ ସମ୍ମାନିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, ତେଲକୋଇ ବିଧାୟକ ଡଃ ଫକୀର ମୋହନ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଢ ପ୍ରମୁଖ ନିଜ ଅଭିଭାଷଣ ରଖିଥିଲେ। କାର୍ଯ୍ୟକ୍ରମରେ ବିପ୍ଲବୀ ଧରଣୀଧର ନାଏକଙ୍କ ବଂଶଧର ଶ୍ରୀ କଳାକର ନାଏକ ଯୋଗଦେଇଥିବା ବେଳେ ଭୂୟାଁ ସାଂସ୍କୃତିକ ସଂଗଠନର ସମ୍ପାଦକ ଶ୍ରୀ ଶ୍ୟାମ ସୁନ୍ଦର ନାଏକ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ କେନ୍ଦୁଝର ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହ ସ୍ୱାଗତ ଭାଷଣ ଦେଇଥିବା ବେଳେ ଭୂୟାଁ ସାଂସ୍କୃତିକ ସଂଗଠନର ଉପଦେଷ୍ଟା ଶ୍ରୀମତୀ ମମିତା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

କେନ୍ଦୁଝର ଟାଉନ ଥାନା ଓ ରିଜର୍ଭ ପୋଲିସ ଅଫିସ ଗୃହର ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

Next Post

କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର

FNN WEB

FNN WEB

Next Post
କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର

କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.