• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲୋକସେବା ଭବନରେ ‘ଓଡିଶା ଭିଜନ ୨୦୩୬ ଓ ୨୦୪୭’ ପାଇଁ ‘ପରାମର୍ଶ କର୍ମଶାଳା’

FNN WEB by FNN WEB
May 9, 2025
in ଓଡ଼ିଶା, ମୁଖ୍ୟ ଖବର
0
ଲୋକସେବା ଭବନରେ ‘ଓଡିଶା ଭିଜନ ୨୦୩୬ ଓ ୨୦୪୭’ ପାଇଁ ‘ପରାମର୍ଶ କର୍ମଶାଳା’
0
SHARES
1
VIEWS

ଭିଜନ ଡକୁମେଣ୍ଟ ସାଢ଼େ ୪ କୋଟି ଓଡ଼ିଆଙ୍କ ସ୍ୱପ୍ନର ରୋଡମ୍ୟାପ୍ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ହେବ। ଏଥିପାଇଁ ୩୬ଟି କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଓଡିଶାକୁ ୫୦୦ ବିଲିଅନ ଡଲାର ଅର୍ଥନୀତିରେ ପରିଣତ କରାଯିବ। ୨୦୩୬ ସୁଦ୍ଧା ସମାଜର ଶେଷ ସ୍ତରରେ ଥିବା ଲୋକମାନେ ଯେପରି ସବୁ ପ୍ରକାରର ମୌଳିକ ସୁବିଧା ପାଇପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ। ଆଜି ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ ଠାରେ ‘ଭିଜନ ଓଡିଶା ୨୦୩୬ ଓ ୨୦୪୭’ ପାଇଁ ଆୟୋଜିତ ରାଜ୍ୟସ୍ତରୀୟ ‘ପରାମର୍ଶ କର୍ମଶାଳା’ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ଏହି ଭିଜନ ଡକ୍ୟୁମେଣ୍ଟ ସାଢ଼େ ୪ କୋଟି ଓଡ଼ିଆଙ୍କ ସ୍ୱପ୍ନର ଏକ ରୋଡମ୍ୟାପ୍ । ଏହା ଆମ ଭବିଷ୍ୟତର ପିଢିଙ୍କ ପାଇଁ ଏକ ପ୍ରତିଶ୍ରୁତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ଭିଜନ ଡକୁମେଣ୍ଟ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ଏକ ଡ୍ରାଫ୍ଟ ଡକୁମେଣ୍ଟ ପ୍ରସ୍ତୁତ କରାଯାଇଛି। ବିଶେଷଜ୍ଞ ମାନଙ୍କ ପରାମର୍ଶ ପରେ ଚୂଡାନ୍ତ ଡକୁମେଣ୍ଟ ପ୍ରସ୍ତୁତ କରାଯିବ। ଆଜି ଏକ ରାଜ୍ୟ ସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ କରାଗଲା। ଏହା ପରେ ସମ୍ବଲପୁର, ବାଲେଶ୍ୱର ଓ ଜୟପୁରରେ ଆହୁରି ତିନୋଟି ଆଞ୍ଚଳିକ କର୍ମଶାଳା ଅନୁଷ୍ଠିତ ହେବବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜିର ଏହି ରାଜ୍ୟସ୍ତରୀୟ କର୍ମଶାଳାରେ ଅଭିଜ୍ଞ ପ୍ରଶାସକ, ଶିକ୍ଷାବିତ୍, ଜନପ୍ରତିନିଧି, ଶିଳ୍ପ ଏବଂ ନାଗରିକ ସମାଜର ପ୍ରତିନିଧି, ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ କ୍ଷେତ୍ରର ପ୍ରତିଷ୍ଠିତ ବ୍ୟକ୍ତିତ୍ଵ ମାନେ ଯୋଗଦେଇ ନିଜନିଜର ଚିନ୍ତାଧାରା ପ୍ରକାଶ କରିବା ସହିତ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ । ସେ କହିଲେ ଯେ, ୨୦୩୬ ସୁଦ୍ଧା ପ୍ରମୁଖ କ୍ଷେତ୍ରଗୁଡ଼ିକରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇବା ପାଇଁ ୩୬ଟି ସର୍ବୋଚ୍ଚ ପ୍ରାଥମିକ କାର୍ଯ୍ୟକ୍ରମ ଚିହ୍ନଟ କରାଯାଇଛି। ଏହା ଏକ ରଣନୈତିକ ପଦକ୍ଷେପ (Strategic Initiative)। ଏହି ପଦକ୍ଷେପ ହେଉଛି ‘36 for 36’ । ଏହି ପଦକ୍ଷେପ ଓଡ଼ିଶାର ଅଭିବୃଦ୍ଧିର ଯାତ୍ରାକୁ ତ୍ୱରାନ୍ୱିତ କରିବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଭିଜନ ହାସଲ ପାଇଁ ସମ୍ପୂର୍ଣ୍ଣ ସରକାର (Whole of Government) ଆଭିମୁଖ୍ୟରେ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଅର୍ଥନୀତି, ଶିଳ୍ପ, ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ପର୍ଯ୍ୟଟନ, ବିଜ୍ଞାନ ଓ ଗବେଷଣା, ଅଭିନବ ଚିନ୍ତାଧାରା(Innovation), ମହିଳା ସଶକ୍ତି କରଣ, ଗ୍ରାମ ବିକାଶ, ଆଦିବାସୀ କଲ୍ୟାଣ, ଓଡିଆ ଭାଷା, ସଂସ୍କୃତି ଓ ଅସ୍ମିତାର ପ୍ରସାର ଆଦି ୩୬ଟି କ୍ଷେତ୍ରରେ ସ୍ପଷ୍ଟ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ପଦକ୍ଷେପ ମାନ ଗ୍ରହଣ କରାଯିବ।

ସେ ପୁଣି କହିଲେ ଯେ, ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ପ୍ରେରଣାଦାୟୀ ନେତୃତ୍ୱରେ ଦେଶ ଏକ ବିକଶିତ ଭାରତ ହେବା ଲକ୍ଷ୍ୟରେ ଅଗ୍ରସର ହେଉଛି। ରାଜ୍ୟ ଗଠନର ଶତବାର୍ଷିକୀ ପାଳନ ଅବସରରେ, ଆମ ସରକାର ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିବା ପାଇଁ ଏକ ଉଚ୍ଚାଭିଳାଷୀ ସଂକଳ୍ପ ନେଇଛନ୍ତି । ୨୦୪୭ ସୁଦ୍ଧା ଆମ ଦେଶକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ ଦିଗରେ ମଧ୍ୟ ଓଡିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ । ସେ ପୁଣି କହିଲେ ଯେ, ଆମର ଭିଜନ ୨୦୩୬ ଏବଂ ୨୦୪୭ ଡକୁମେଣ୍ଟ ହେଉଛି ଏକ ସମୃଦ୍ଧ, ବିକଶିତ ଏବଂ ଗର୍ବିତ ଓଡ଼ିଶା ଗଠନ ପାଇଁ ଆମର ମହତ୍ୱାକାଂକ୍ଷୀ ସଂକଳ୍ପ – ଏକ ‘ବିକଶିତ ଓଡ଼ିଶା’ ଯାହା ‘ବିକଶିତ ଭାରତ’ ମଧ୍ୟରେ ଏକ ଉଜ୍ଜ୍ୱଳ ତାରକା ଭାବରେ ଉଦୀୟମାନ ହେବ।

ଡକୁମେଣ୍ଟ ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ‘ଜନ ଭାଗିଦାରୀ’ ଦର୍ଶନକୁ ସମର୍ଥନ କରି ଆମେ ପରାମର୍ଶ ପାଇଁ ଦ୍ୱାର ଖୋଲିଥିଲୁ ଏବଂ ଓଡ଼ିଶାର ନାଗରିକ ଓ ପ୍ରବାସୀ ଓଡ଼ିଆଙ୍କ ଠାରୁ ୩.୨ ଲକ୍ଷରୁ ଅଧିକ ପ୍ରସ୍ତାବ ମିଳିସାରିଛି । ଆମର ଭିଜନ ଡକ୍ୟୁମେଣ୍ଟ ଲୋକଙ୍କ ପାଇଁ ଏବଂ ଲୋକଙ୍କ ଦ୍ୱାରା ପ୍ରସ୍ତୁତ କରାଯାଉଛି। ଏହି ଡକୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍‌ସର ବ୍ୟବହାର କରାଯାଇଛି ବୋଲି ମତଦେଇ ସେ କହିଲେ ଯେ, ଓଡ଼ିଶା ହେଉଛି ଭାରତର ପ୍ରଥମ ରାଜ୍ୟ, ଯାହା କୁତ୍ରିମ ବୁଦ୍ଧିମତ୍ତାର ସହାୟତାରେ ଜନସାଧାରଣ ଦେଇଥିବା ତଥ୍ୟ ଏବଂ ପରାମର୍ଶଗୁଡ଼ିକୁ ବିଶ୍ଳେଷଣ କରି, ଏହି ଦସ୍ତାବିଜ ପ୍ରସ୍ତୁତ କରୁଛନ୍ତି। ବିଧାୟକ ଓ ସାଂସଦ ମାନଙ୍କ ଠାରୁ ମଧ୍ୟ ସେମାନଙ୍କର ଦୀର୍ଘ ଦିନର ଅଭିଜ୍ଞତା ଦୃଷ୍ଟିରୁ, ତାଙ୍କର ମୂଲ୍ୟବାନ ମତାମତ ଦେବାପାଇଁ ପତ୍ର ଜରିଆରେ ଅନୁରୋଧ କରାଯାଇଛି ବୋଲି ସେ ସୂଚନା ଦେଇଥିଲେ ।

କାର୍ଯ୍ୟକ୍ରମରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଲେ ଯେ, ଆମର ବର୍ତ୍ତମାନର ସ୍ଥିତି ଓ ଭବିଷ୍ୟତର ଲକ୍ଷ୍ୟ, ଏ ଦୁଇଟି ବିଷୟକୁ ନେଇ ଆମର କାର୍ଯ୍ୟପନ୍ଥା ପ୍ରସ୍ତୁତ କରିବାକୁ ପଡିବ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ମେକ୍‌ ଇନ୍‌ ଇଣ୍ଡିଆ କାର୍ଯ୍ୟକ୍ରମ ଆରମ୍ଭ ହେବା ପରେ ଦେଶ ଏବେ ଆତ୍ମ ନିର୍ଭର ଭାରତ ହେବା ଦିଗରେ ଅଗ୍ରସର ହୋଇ ଚାଲିଛି। ୨୦୩୬ରେ ଓଡିଶାରେ ମହିଳା ସଶକ୍ତି କରଣ କିପରି ହେବ ସେ ବିଷୟରେ ମଧ୍ୟ ସ୍ପଷ୍ଟ ଦିଗ ନିର୍ଦ୍ଧାରଣ କରାଯାଇଛି। ମହିଳା ମାନଙ୍କୁ ସବୁ କ୍ଷେତ୍ରରେ ସମାନ ଅଧିକାର ମିଳିବା ଆବଶ୍ୟକ। ସବୁ କ୍ଷେତ୍ରରେ ସେମାନଙ୍କ ସୁରକ୍ଷାକୁ ସୁନିଶ୍ଚିତ କରାଯିବା ଆବଶ୍ୟକ। ଓଡିଶାରେ ଲକ୍ଷପତି ଦିଦି ସୃଷ୍ଟି କରିବାରେ ଓଡିଶା ନିର୍ଦ୍ଧାରିତ ଲକ୍ଷ୍ୟଠାରୁ ଅଧିକ ସଫଳତା ହାସଲ କରିଛି ବୋଲି ପ୍ରକାଶ କରି ସେ କହିଲେ ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯାଇଛି।

କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଆଇନ, ଅବକାରୀ ଏବଂ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂହ, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା କୁଡୋ ଆସୋସିଏସନ

Next Post

ପାକିସ୍ତାନର ଟାର୍ଗେଟରେ ଧାର୍ମିକ ସ୍ଥଳ: ତୁର୍କୀର ଡ୍ରୋନ ବ୍ୟବହାର କରୁଛି ପାକିସ୍ତାନ

FNN WEB

FNN WEB

Next Post
ପାକିସ୍ତାନର ଟାର୍ଗେଟରେ ଧାର୍ମିକ ସ୍ଥଳ: ତୁର୍କୀର ଡ୍ରୋନ ବ୍ୟବହାର କରୁଛି ପାକିସ୍ତାନ

ପାକିସ୍ତାନର ଟାର୍ଗେଟରେ ଧାର୍ମିକ ସ୍ଥଳ: ତୁର୍କୀର ଡ୍ରୋନ ବ୍ୟବହାର କରୁଛି ପାକିସ୍ତାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.