• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

FNN WEB by FNN WEB
May 10, 2025
in ଓଡ଼ିଶା, ମୁଖ୍ୟ ଖବର
0
ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ
0
SHARES
4
VIEWS

ଭୁବନେଶ୍ୱର: ଆତଙ୍କବାଦ ର କୌଣସି ଧର୍ମ ନାହିଁ, ହିଂସା ର କୌଣସି ଶାସ୍ତ୍ର ନାହିଁ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି। ଚଳିତ ମଇ ୧୦ ତାରିଖ ଅପରାହ୍ନରେ ରାଜ ଭବନର ନ୍ୟୁ ଅଭିଷେକ ହଲ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର ବୈଠକ ରେ ରାଜ୍ୟପାଳ ଏପରି କହିଛନ୍ତି। ପହଲଗାମ ରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକ ରେ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ର କର୍ମକର୍ତ୍ତା ଏବଂ ବିଭିନ୍ନ ଗୋଷ୍ଠୀ ର ପ୍ରତିନିଧି ମାନେ ଏହି ବୈଠକ ରେ ଅଂଶଗ୍ରହଣ କରିଥିଲେ। ୨୬ ନିରୀହ ଲୋକଙ୍କ ଜୀବନ ନେଇଥିବା ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଗଭୀର ଦୁଃଖ ପ୍ରକାଶ କରି ଡ. କମ୍ଭମପାଟି କହିଛନ୍ତି ଯେ, ଏହା କେବଳ ନିରୀହ ନାଗରିକଙ୍କ ଉପରେ ଆକ୍ରମଣ ନୁହେଁ ବରଂ ଭାରତର ଧାରଣା, ଆମର ଏକତା, ଗଣତନ୍ତ୍ର ଏବଂ ଶାନ୍ତି ଉପରେ ଆକ୍ରମଣ। ରାଜ୍ୟପାଳ ସୂଚନା ଦେଇ କହିଥିଲେ ଯେ ସଶସ୍ତ୍ର ବାହିନୀ ଅପରେସନ ସିନ୍ଦୂର ଆରମ୍ଭ କରିଛି, ଯେଉଁଥିରେ ସୀମାପାର ଆତଙ୍କବାଦୀ ଶିବିର ଗୁଡ଼ିକୁ ଟାର୍ଗେଟ କରି ସଠିକ୍ ଆକ୍ରମଣ କରାଯାଇଛି। ଆମର ସାହସୀ ସୈନିକମାନେ ଆମର ସାର୍ବଭୌମତ୍ୱକୁ ରକ୍ଷା କରିବା ଆଗଧାଡିରେ ଛିଡ଼ା ହୋଇଛନ୍ତି। ଏହି ଗୁରୁତ୍ବପୂର୍ଣ୍ଣ ସମୟରେ ଆମକୁ ସେମାନଙ୍କ ପଛରେ ଦୃଢ଼ ଭାବରେ ଛିଡ଼ା ହେବାକୁ ପଡ଼ିବ ବୋଲି ରାଜ୍ୟପାଳ କହିବା ସହିତ ସମସ୍ତେ ପରଲୋକଗତ ଏବଂ ଆହତଙ୍କ ପାଇଁ ପାର୍ଥନା କରିବାକୁ କହିଥିଲେ ଏବଂ ଶିକ୍ଷାନୁଷ୍ଠାନ ଗୁଡିକ ଏକତା ପ୍ରଦର୍ଶନ କରିବା ନିମନ୍ତେ ଜାତୀୟ ପତାକା ଉଡ଼ାଇବାକୁ କହିଥିଲେ। ବିଶ୍ୱାସ, ଭାଷା ଏବଂ ରୀତିରେ ବିବିଧତା ଥିଲେ ମଧ୍ୟ ଆମର ରାଷ୍ଟ୍ର ଏବଂ ଏହାର ମୂଲ୍ୟବୋଧକୁ ରକ୍ଷା କରିବା ପାଇଁ ଆମେ ଏକତାବଦ୍ଧ ବୋଲି ବାର୍ତ୍ତା ଦେବାକୁ ଆହ୍ବାନ ଜଣାଇଥିଲେ। ସାଧାରଣ ନାଗରିକ ଏବଂ ସୈନିକ ସମେତ ପୀଢ଼ିତ ପରିବାରଙ୍କୁ ଗଭୀର ସମବେଦନା ଜଣାଇବା ସହିତ ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ। ଭାରତ କେବେ ଆତଙ୍କବାଦ ଆଗରେ ନତ ହେବନାହିଁ । ଆମର ଶକ୍ତି, ଆମର ଏକତା ଏବଂ ଆମକୁ ସୁରକ୍ଷା ଦେଉଥିବା ଲୋକଙ୍କ ପ୍ରତି ଆମର ଅଟଳ ସମର୍ଥନ ରହିଛି ବୋଲି ସମଗ୍ର ବିଶ୍ୱକୁ ବାର୍ତ୍ତା ଦେବାକୁ ରାଜ୍ୟପାଳ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବୈଠକରେ ଯୋଗଦେଇ ଉଦବୋଦନ ଦେଇ କହିଥିଲେ ଯେ ଆତଙ୍କବାଦ ମାନବତା ବିରୁଦ୍ଧରେ ଏକ ଯୁଦ୍ଧ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ଯେତେବେଳେ ଦେଶକୁ ଆବଶ୍ୟକତା ପଡ଼ିଥାଏ, ସେତେବେଳେ ସମସ୍ତ ଗୋଷ୍ଠୀ କିପରି ଏକାଠି ହୁଅନ୍ତି ବୋଲି ଅବତାରଣା କରିବା ସହିତ ଅବଦୁଲ ହମିଦଙ୍କ ସାହସିକତା ଏବଂ ବଳିଦାନର ଉଦାହରଣ ଦେଇଥିଲେ। ଭାରତୀୟ ଭାବେ ଆମର ସର୍ବୋତ୍ତମ ପରିଚୟ ରହିଛି। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ ବୋଲି କହିବା ସହିତ ସମସ୍ତେ ଏକଜୁଟ ହୋଇ ଦେଶ ପାଇଁ ନିଜର କର୍ତ୍ତବ୍ୟ ନିଭାଇବାକୁ ଆହ୍ବାନ ଜଣାଇଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର, ପ୍ରତିରକ୍ଷା ବିଭାଗରେ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ରଣନୀତି ପ୍ରସ୍ତୁତି ନେଇ ବସୁଛି ଘନଘନ ବୈଠକ

Next Post

ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି

FNN WEB

FNN WEB

Next Post
ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି

ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.