• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୟୂରଭଞ୍ଜର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 13, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୟୂରଭଞ୍ଜର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ବିଶୋଇ ବ୍ଲକ ମୁଖ୍ୟାଳୟରେ +୨ ମହାବିଦ୍ୟାଳୟ ସ୍ଥାପନ ହେବ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ +୨ ମହାବିଦ୍ୟାଳୟ ସ୍ଥାପନ କରିବା ପାଇଁ ଓ ବିଶୋଇ ସ୍ଥିତ ମିନି ଷ୍ଟାଡିଅମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରିବା ଏବଂ ସେଠାରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟଯେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ମଧ୍ୟରେ ୩୨୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୩୩ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଏବଂ ୯୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୫୨ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ବିଶୋଇ ମିନିଷ୍ଟାଡିଅମ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ମୟୂରଭଞ୍ଜ ଜିଲ୍ଲାର ବିକାଶ ଯାତ୍ରାରେ ଏ ସବୁ ପ୍ରକଳ୍ପ ଗୁଡ଼ିକ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିଲା। ଆଜି ଦିନଟି ଜିଲ୍ଲାବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ସମସ୍ତ ପ୍ରକଳ୍ପ ଗୁଡ଼ିକ ରାଇରଙ୍ଗପୁର, କୁସୁମି, ବିଜାତଳା, ବହଳଦା, ଜାମ୍‌ଦା, ତିରିଂ ଅଞ୍ଚଳରେ ବିକାଶର ଏକ ନୂଆଧାରା ସୃଷ୍ଟି କରିବା ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୂଳଦୁଆ ପକାଇବ। ଏହି ସବୁ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ, ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ, ବିଦ୍ୟାଳୟ ଭିତ୍ତିଭୂମି ଉନ୍ନତି କରଣ, ବ୍ୟାଙ୍କ ସୁବିଧା, ସ୍ୱାସ୍ଥ୍ୟକେନ୍ଦ୍ର, ସଡକ ନିର୍ମାଣ ପ୍ରକଳ୍ପ, ଆଦିବାସୀ ସଂସ୍କୃତି ଭବନ ଏବଂ ଅନ୍ୟାନ୍ୟ ସରକାରୀ ଭିତ୍ତିଭୂମି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

୨୦୩୬ ସୁଦ୍ଧା ଏହି ସବୁ ଲକ୍ଷ୍ୟ ହାସଲ କରିବା ପାଇଁ ଆମେ ୩୬ଟି ସ୍ପଷ୍ଟ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛୁ। ଏହାକୁ କୁହାଯାଉଛି ‘୩୬ ପାଇଁ ୩୬’ । ଆପଣମାନଙ୍କ ସହଯୋଗରେ, ଓଡ଼ିଶାର ସାଢ଼େ ୪ କୋଟି ଲୋକଙ୍କ ଉଦ୍ୟମରେ ଆମେ ଗଢ଼ିବୁ ସମୃଦ୍ଧ ଓଡ଼ିଶା। ଏହା ହେବ ଆମ ସମସ୍ତଙ୍କର ସ୍ୱପ୍ନର ଓଡ଼ିଶା। ସମୃଦ୍ଧ ଓଡ଼ିଶାରେ ଆମେ ଶିକ୍ଷା, ସ୍ୱାସ୍ଥ୍ୟ, ଶିଳ୍ପ, ଭିତ୍ତିଭୂମି ଆଦି ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରିବାର ଲକ୍ଷ୍ୟ ରଖିଛୁ । ତା’ସହିତ ସମାଜର ଶେଷଧାଡ଼ିରେ ରହୁଥିବା ଭାଇଭଉଣୀ ମାନଙ୍କୁ ଯେପରି ସବୁ ପ୍ରକାର ମୌଳିକ ସୁବିଧା ଉପଲବ୍‍ଧ ହେବ, ସେ ଦିଗରେ ମଧ୍ୟ ଆମର ଉଦ୍ୟମ ରହିଛି। ସମସ୍ତଙ୍କୁ ବିଶୁଦ୍ଧ ପାଣି, ଉନ୍ନତ ସ୍ୱାସ୍ଥ୍ୟ ସେବା, ଗୁଣାତ୍ମକ ବିଜୁଳି, ଗମନାଗମନ ସୁବିଧା ଏ ସବୁ ଉପଲବ୍‍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ ଶେଷରେ କହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ସ୍ଥାନୀୟ ହିତାଧିକାରୀଙ୍କୁ ମୃତ୍ୟୁ ସହାୟତା ରାଶି, ଶ୍ରମିକ ମାନଙ୍କ କନ୍ୟା ମାନଙ୍କ ପାଇଁ ବିବାହ ପ୍ରୋତ୍ସାହନ ରାଶି ଓ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ,ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂଖୁଣ୍ଟିଆ, ମୟୂରଭଞ୍ଜ ସାଂସଦ ଶ୍ରୀମତୀ ମମତା ମହାନ୍ତ, ବାଲେଶ୍ବର ସାଂସଦ, ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମୟୂରଭଞ୍ଜ ସାଂସଦ, ଶ୍ରୀ ନବଚରଣ ମାଝୀ, ଉଦଳା ବିଧାୟକ ଶ୍ରୀ ଭାସ୍କର ଚନ୍ଦ୍ର ମଢେଇ, ରାଇରଙ୍ଗପୁର ବିଧାୟକ, ଶ୍ରୀ ଜଲେନ ନାଏକ,ବାରିପଦା ବିଧାୟକ, ଶ୍ରୀ ପ୍ରକାଶ ସୋରେନ, ବାଙ୍ଗିରିପୋଷି ବିଧାୟିକା, ସୁଶ୍ରୀ ସଞ୍ଜୀଳି ମୁର୍ମୁ, ପ୍ରମୁଖ ମଂଚାସୀନ ଥିଲେ। କାର୍ଯ୍ୟକ୍ରମରେ ସାରସକଣା ବିଧାୟକ, ଶ୍ରୀ ଭାଦବ ହାଁସଦା ସ୍ୱାଗତଭାଷଣ ଦେଇଥିବା ବେଳେ, ମୟୂରଭଞ୍ଜ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ: କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

Next Post

ପିଓକେ ଖାଲି କରୁ ପାକିସ୍ତାନ: ବିଦେଶ ମନ୍ତ୍ରାଳୟ

FNN WEB

FNN WEB

Next Post
ପିଓକେ ଖାଲି କରୁ ପାକିସ୍ତାନ: ବିଦେଶ ମନ୍ତ୍ରାଳୟ

ପିଓକେ ଖାଲି କରୁ ପାକିସ୍ତାନ: ବିଦେଶ ମନ୍ତ୍ରାଳୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.