• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆରମ୍ଭ ହେଲା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କ୍ଷେତ୍ର ଅଧିକାରୀଙ୍କ ଦୁଇଦିନିଆ କର୍ମଶାଳା

FNN WEB by FNN WEB
May 14, 2025
in ଓଡ଼ିଶା, ମୁଖ୍ୟ ଖବର
0
ଆରମ୍ଭ ହେଲା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କ୍ଷେତ୍ର ଅଧିକାରୀଙ୍କ ଦୁଇଦିନିଆ କର୍ମଶାଳା
0
SHARES
2
VIEWS

 ହସ୍ତତନ୍ତ ଓ ହସ୍ତଶିଳ୍ପ ଏ ଜାତିର ପରିଚୟ: ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତ
 ବୁଣାକାର, କାରିଗର ଓ ରେଶମ ଚାଷୀଙ୍କ ହିତକୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ
 ଅଧିକ ସୁଦୃଢ ହେବ ବିପଣନ ବ୍ୟବସ୍ଥା, ଅନଲାଇନ ଓ ବିଶ୍ୱବଜାରରେ ଉପଲବ୍ଧ ହେବ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ
 ଦକ୍ଷତା ବୃଦ୍ଧି ନିମନ୍ତେ ନିୟମିତ ପ୍ରଶିକ୍ଷଣ ଓ ପ୍ରୋତ୍ସାହନ ଉପରେ ଗୁରୁତ୍ଵାରୋପ

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗରେ କାର୍ଯ୍ୟରତ କ୍ଷେତ୍ର ଅଧିକାରୀମାନଙ୍କ ଦୁଇଦିନିଆ କର୍ମଶାଳା ଓ ସମୀକ୍ଷା ବୈଠକ ଆଜିଠୁ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମକୁ ମାନ୍ୟବର ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତ ଉଦ୍ଘାଟନ କରି କହିଛନ୍ତି, ହସ୍ତତନ୍ତ ଓ ହସ୍ତଶିଳ୍ପ ଓଡ଼ିଆ ଜାତିର ଅନ୍ୟତମ ପରିଚୟ । ଏହି ସମୃଦ୍ଧ ପରମ୍ପରାକୁ ଆଗକୁ ନେବାକୁ ହେଲେ ବିପଣନ ବ୍ୟବସ୍ଥାକୁ ସୁଦୃଢ କରିବାକୁ ହେବ । ଅନଲାଇନ ସହ ବିଶ୍ୱବଜାରରେ ଆମ ସାମଗ୍ରୀକୁ ଉପଲବ୍ଧ କରାଇବାକୁ ସେ ପରାମର୍ଶ ଦେଇଛନ୍ତି । ତା ସହ ବୁଣାକାର, କାରିଗର ଓ ରେଶମ ଚାଷୀଙ୍କ ହିତକୁ ପ୍ରାଥମିକତା ଦେଇ ଯୋଜନା ପ୍ରଣୟନ ଓ କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅବସରରେ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା, ତାହାର ସଫଳତା ଓ ଦକ୍ଷତା ବୃଦ୍ଧି ଉପରେ ସବିସ୍ତୃତ ସମୀକ୍ଷା କରିଥିଲେ । ବୟନିକା, ଉତ୍କଳିକା, ସମ୍ବଲପୁରୀ ବସ୍ତ୍ରାଳୟ, ଅମ୍ଳାନର ସମୃଦ୍ଧି ଉପରେ ମଧ୍ୟ ଚର୍ଚ୍ଚା କରିଥିଲେ । ସମସ୍ତ ପ୍ରକାର ରେଶମ ଯଥା ମୁଗା, ଟସର, ଏରି, ମଲବେରୀ , ଆଦି ରେଶମ ଚାଷ ଉପରେ ସେ ଗୁରୁତ୍ଵାରୋପ କରିଥିଲେ ।

ଏହି ଅବସରରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ସାମଗ୍ରୀ ଉତ୍ପାଦନରେ ନୂଆ ଡିଜାଇନ୍, ଉନ୍ନତ ପ୍ୟାକେଜିଙ୍ଗ, ଆଧୁନିକ ଜ୍ଞାନ କୌଶଳର ପ୍ରୟୋଗ, ବଜାର ସଂଯୋଗ ଓ ନୂଆ କ୍ଲଷ୍ଟର୍ ନିର୍ମାଣ ଉପରେ ଗୁରୁତ୍ଵାରୋପ କରିଥିଲେ । ସେହିପରି ବୁଣାକାର ଓ କାରିଗରଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ନିୟମିତ ପ୍ରଶିକ୍ଷଣ ଓ ପ୍ରୋତ୍ସାହନ ସମ୍ପର୍କରେ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀ ପ୍ରେମ ଚନ୍ଦ୍ର ଚୌଧାରୀ ଦିଗଦର୍ଶନ ଦେଇଥିଲେ । ହସ୍ତଶିଳ୍ପ ନିର୍ଦ୍ଦେଶିକା ତଥା ବୟନିକାର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତୀ ଛୋଟରାୟ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ତଥା ଯୁଗ୍ମ ସଚିବ ମଧୁମିତା ରଥ, ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକ, ବୟନଶିଳ୍ପ, ରେଶମ ଓ ହସ୍ତଶିଳ୍ପର ଉପ ନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । କ୍ଷେତ୍ର ଅଧିକାରୀମାନେ ଯୋଜନା କାର୍ଯ୍ୟକାରୀ ସମୟରେ ଉପୁଜୁଥିବା ସମସ୍ୟା ସମ୍ପର୍କରେ ନିଜର ମତାମତ ଉପସ୍ଥାପନ କରିଥିଲେ ।

ସୂଚନାଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷରେ ୨୩୭୫ ଜଣ ବୁଣାକାରଙ୍କୁ ୱର୍କ ସେଡ ନିର୍ମାଣ ପାଇଁ ସହାୟତା ପ୍ରଦାନ କରାଯାଇଥିବା ବେଳେ ୭୬୨ ଜଣଙ୍କୁ ତନ୍ତ ଗର୍ତ୍ତ ଢଳେଇ କରଣ, ୯୪୨୮ ଜଣଙ୍କୁ ଲାଇଟିଙ୍ଗ ୟୁନିଟ୍, କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ମାଧ୍ୟମରେ ୫୬୭ ଜଣଙ୍କୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ, ୪୮୪୨ ଜଣଙ୍କୁ ହସ୍ତତନ୍ତ ଉପକରଣ ଯୋଗାଇ ଦିଆଯାଇଛି ।

Previous Post

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା : ପୁରୀ ଏସ୍‌ପିଙ୍କୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

Next Post

ଇଭି ଷ୍ଟେସନ ନିର୍ମାଣ ପାଇଁ ରାଜ୍ୟର ଭିତ୍ତିଭୂମିକୁ ସୁଦୃଢ କରାଯାଉଛି: ଉପମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଇଭି ଷ୍ଟେସନ ନିର୍ମାଣ ପାଇଁ ରାଜ୍ୟର ଭିତ୍ତିଭୂମିକୁ ସୁଦୃଢ କରାଯାଉଛି: ଉପମୁଖ୍ୟମନ୍ତ୍ରୀ

ଇଭି ଷ୍ଟେସନ ନିର୍ମାଣ ପାଇଁ ରାଜ୍ୟର ଭିତ୍ତିଭୂମିକୁ ସୁଦୃଢ କରାଯାଉଛି: ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.