• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଡ଼ିଓ ସିଡିଓ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ରାଜ୍ୟବାସୀଙ୍କୁ ହତୋତ୍ସାହିତ କରିଛି: ବିଜେଡି

FNN WEB by FNN WEB
May 15, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଡ଼ିଓ ସିଡିଓ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ରାଜ୍ୟବାସୀଙ୍କୁ ହତୋତ୍ସାହିତ କରିଛି: ବିଜେଡି
0
SHARES
2
VIEWS

ଭୁବନେଶ୍ୱର: ଲୋକସେବା ଭବନରେ ଆୟୋଜିତ ବିଡ଼ିଓ ଓ ସିଡିଓଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟ ରାଜ୍ୟବାସୀଙ୍କୁ ହତୋତ୍ସାହିତ କରିଛି ବୋଲି ଶଙ୍ଖଭବନରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ ରାଜ୍ୟରେ ବିକାଶ କାମ ତ୍ୱରାନ୍ୱିତ ହୋଇପାରୁନଥିବା ସ୍ୱୀକାର କରିଥିବା ବେଳେ ଅଧିକାରୀ ମାନେ ତାଙ୍କୁ ଅବମାନନା କରୁଥିବା କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ସରକାରୀ ଆଭାସୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେବା ସମୟରେ ଅଧିକାରୀମାନେ ଟିଭି ବନ୍ଦ କରିଦେଇ ଲୋକଙ୍କୁ ଚାଲିଯିବାକୁ କହୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ଯଦି ସତ ତାହେଲେ ଏହା ଅତ୍ୟନ୍ତ ସାଙ୍ଘାତିକ ଏବଂ ଏହା କ୍ରିମିନାଲ ନେଗ୍‌ଲିଜେନ୍ସ ବୋଲି ବିଚାର କରାଯିବ। ପ୍ରଶାସନିକ କଳ କାର୍ଯ୍ୟ କରିବାର ଏକ ନିର୍ଦ୍ଦିଷ୍ଟ ସରକାରୀ ବ୍ୟବସ୍ଥା ଅଛି। ପ୍ରୋଟୋକଲ ଅନୁଯାୟୀ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରଶାସନର ସର୍ବୋଚ୍ଚ କର୍ତ୍ତା। ତେଣୁ ମୁଖ୍ୟମନ୍ତ୍ରୀ ସଭା ସମିତିରେ ଅସହାୟତା ପ୍ରକାଶ କରିବା ପରିବର୍ତ୍ତେ ଅବମାନନା କରୁଥିବା ସରକାରୀ ଅଧିକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେଇ ନିଜ ନେତୃତ୍ୱର ପରିଚୟ ଦିଅନ୍ତୁ।

ମୁଖ୍ୟମନ୍ତ୍ରୀଙ୍କ ଅସହାୟତା ରାଜ୍ୟ ପାଇଁ ଶୁଭଙ୍କର ନୁହେଁ। ରାଜ୍ୟର ସର୍ବୋଚ୍ଚ କର୍ତ୍ତା ଯଦି ଅସହାୟ ହେବେ, ତାହେଲେ ସାଢେ଼ ୪ କୋଟି ଓଡିଶାବାସୀ କାହା ଉପରେ ଭରସା କରିବେ ବୋଲି ଡ. ମହାନ୍ତି ପ୍ରଶ୍ନ କରିଥିଲେ। ଡ. ମହାନ୍ତି ଆହୁରି କହିଥିଲେ, ଆଜି ମୁଖ୍ୟମନ୍ତ୍ରୀ ନିଜେ ସ୍ୱୀକାର କରିଛନ୍ତି, ରାଜ୍ୟରେ ବିଜେପି ସରକାର ଲୋକଙ୍କୁ ସୁଶାସନ ଦେବାରେ ଓ ରାଜ୍ୟର ବିକାଶକୁ ତ୍ୱରାନ୍ୱିତ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଦିନିକୁ ଦିନ ବିପର୍ଯ୍ୟସ୍ତ ହୋଇ ପଡିଛି। ରାଜ୍ୟରେ ଦୁଷ୍କର୍ମ ଓ ହତ୍ୟା ଘଟଣାର ଅହେତୁକ ବୃଦ୍ଧି ପାଇଛି। ଗୃହ ମନ୍ତ୍ରାଳୟର ଦାୟିତ୍ୱରେ ନିଜେ ମୁଖ୍ୟମନ୍ତ୍ରୀ ଥିଲେ ମଧ୍ୟ ସ୍ଥିତିରେ କୌଣସି ସୁଧାର ଆସୁନାହିଁ। ତେଣୁ ମୁଖ୍ୟମନ୍ତ୍ରୀ ପ୍ରଶାସନିକ କଳ ଉପରେ ନିୟନ୍ତ୍ରଣ ରଖି ଶାସନ ବ୍ୟବସ୍ଥାକୁ ସଜାଡନ୍ତୁ।

Previous Post

ରାଜ୍ୟ କ୍ୟାବିନେଟ୍‌ରେ ୬ଟି ପ୍ରସ୍ତାବକୁ ଅନୁମୋଦନ: ପଛୁଆବର୍ଗଙ୍କ ଲାଗି ଉଚ୍ଚଶିକ୍ଷାରେ ସଂରକ୍ଷଣ

Next Post

କର୍ଣ୍ଣ-ନାସା-ଗଳା ଅସ୍ତ୍ରୋପଚାର ଓ ଦ୍ରୁତ ଆରୋଗ୍ୟ ପାଇଁ କିମସରେ ଲାଗିଲା ଅତ୍ୟାଧୁନିକ ମେସିନ୍‍

FNN WEB

FNN WEB

Next Post
କର୍ଣ୍ଣ-ନାସା-ଗଳା ଅସ୍ତ୍ରୋପଚାର ଓ ଦ୍ରୁତ ଆରୋଗ୍ୟ ପାଇଁ କିମସରେ ଲାଗିଲା ଅତ୍ୟାଧୁନିକ ମେସିନ୍‍

କର୍ଣ୍ଣ-ନାସା-ଗଳା ଅସ୍ତ୍ରୋପଚାର ଓ ଦ୍ରୁତ ଆରୋଗ୍ୟ ପାଇଁ କିମସରେ ଲାଗିଲା ଅତ୍ୟାଧୁନିକ ମେସିନ୍‍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.