• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସଂରକ୍ଷଣ ତାତି: ୨୧ ଅନ୍ଦୋଳନକୁ ଓହ୍ଲାଇବ ବିଜେଡି

FNN WEB by FNN WEB
May 16, 2025
in ଓଡ଼ିଶା, ମୁଖ୍ୟ ଖବର
0
ସଂରକ୍ଷଣ ତାତି: ୨୧ ଅନ୍ଦୋଳନକୁ ଓହ୍ଲାଇବ ବିଜେଡି
0
SHARES
4
VIEWS

ଭୁବନେଶ୍ୱର: ରାଜ୍ୟର ଏସଇବିସି ବର୍ଗର ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଶିକ୍ଷାନୁଷ୍ଠାନ ଗୁଡିକରେ ୧୧.୨୫ ପ୍ରତିଶତ ସିଟ ସଂରକ୍ଷଣ ବ୍ୟବସ୍ଥାର ରାଜ୍ୟ ବିଜେପି ସରକାରଙ୍କ ଘୋଷଣା ଓ ଏହାକୁ ଐତିହାସିକ ନିଷ୍ପତ୍ତି ବୋଲି ରାଜ୍ୟ ସରକାରଙ୍କ ଦାବିକୁ ବିଜୁ ଜନତା ଦଳ ଏକ ଧୋକା ଓ ପ୍ରବଞ୍ଚନା ବୋଲି କହିଛି। ଏସଇବିସି ବା ଓବିସି ବର୍ଗର ଛାତ୍ରଛାତ୍ରୀ ମାନଙ୍କୁ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକରେ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ ଦାବିରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ ବୋଲି ଘୋଷଣା କରିଛି।

ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ଓବିସି ସେଲର ଆବାହକ ତଥା ବରିଷ୍ଠ ବିଧାୟକ ଡ. ଅରୁଣ କୁମାର ସାହୁ, ଉପସଭାପତି (ହେଡକ୍ୱାର୍ଟର) ତଥା ବରିଷ୍ଠ ଗଣମାଧ୍ୟମ ସଂଯୋଜକ ଶ୍ରୀ ପ୍ରତାପ ଜେନା, ବରିଷ୍ଠ ଉପସଭାପତି ଶ୍ରୀ ସଞ୍ଜୟ ଦାସବର୍ମା ଓ ମୁଖପାତ୍ର ଶ୍ରୀ ପ୍ରଦୀପ ମାଝୀ ପ୍ରମୁଖ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ସମାଲୋଚନା କରିଥିଲେ। ଡ. ଅରୁଣ କୁମାର ସାହୁ କହିଥିଲେ, ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ ଏସଇବିସି ଛାତ୍ରଛାତ୍ରୀଙ୍କ ୧୧.୨୫ ପ୍ରତିଶତ ସ୍ଥାନ ସଂରକ୍ଷଣ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା ପଛୁଆବର୍ଗଙ୍କ ପାଇଁ ଏକ ଧୋକା ଓ ପ୍ରବଞ୍ଚନା। ରାଜ୍ୟ ସରକାରଙ୍କ ଦ୍ୱାରା, ଏହି ସମ୍ୱନ୍ଧରେ ପ୍ରକାଶିତ ହୋଇଥିବା ବିଜ୍ଞପ୍ତିରେ ସ୍ପଷ୍ଟ ହୋଇଛି ଯେ, ଏହା କେବଳ ଅଣବୈଷୟିକ ଓ ଅଣ ବୃତ୍ତିଗତ ଉଚ୍ଚ ଶିକ୍ଷା ପାଇଁ ଉଦ୍ଦିଷ୍ଟ। ଯେଉଁ ଶିକ୍ଷାନୁଷ୍ଠାନ ଗୁଡିକରେ ରାଜ୍ୟ ସରକାରଙ୍କ ତରଫରୁ ପଛୁଆବର୍ଗ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ସଂରକ୍ଷଣ ଘୋଷଣା କରାଯାଇଛି, ସେହି ଶିକ୍ଷାନୁଷ୍ଠାନ ମାନଙ୍କରେ ଥିବା ଆସନ ଗୁଡିକ ପ୍ରାୟତଃ ଖାଲି ପଡୁଛି। ଖାଲି ପଡୁଥିବା ଆସନ ଗୁଡିକ ପାଇଁ ସଂରକ୍ଷଣ ଘୋଷଣା କରିବା ଓ ଏହାକୁ ଐତିହାସିକ ବୋଲି ଦାବି କରିବା ଧୋକା ଓ ପ୍ରବଞ୍ଚନା ନୁହେଁ ତ ଆଉ କ’ଣ ବୋଲି ଡ. ସାହୁ ପ୍ରଶ୍ନ କରିଥିଲେ।

ଡ. ସାହୁ ଆହୁରି କହିଥିଲେ, ରାଜ୍ୟର ଶିକ୍ଷାନୁଷ୍ଠାନ ଗୁଡିକରେ ଓବିସି ଛାତ୍ର ଛାତ୍ରୀଙ୍କ ପାଇଁ ସମ୍ବିଧାନର ବ୍ୟବସ୍ଥା ଅନୁଯାୟୀ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବା ପାଇଁ ଗୋଟିଏ ଦାୟିତ୍ୱ ସମ୍ପର୍ଣ୍ଣ ବିରୋଧୀ ଦଳ ଭାବେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ଚାପ ପ୍ରୟୋଗ କରି ଆସୁଛି। ବିଧାନସଭାରେ ମୁଲତବି ପ୍ରସ୍ତାବ ମାଧ୍ୟମରେ ଏହି ପ୍ରସଙ୍ଗ ଉଠାଇବା ସହିତ ଆମ୍ୱେଦକରଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା ଦେଇଥିଲୁ। ଆମର ଦୃଢ଼ ଦାବି ଓ ରାଜ୍ୟର ପଛୁଆବର୍ଗଙ୍କ ଚାପର ବଶବର୍ତ୍ତୀ ହୋଇ ରାଜ୍ୟ ସରକାର ଅତ୍ୟନ୍ତ ତରବରିଆ ଭାବେ ଏହି ଘୋଷଣା କରିଛନ୍ତି। ରାଜ୍ୟ ସରକାର କ୍ଷମତାକୁ ଆସିବାର ଏକ ବର୍ଷ ପୂରଣ ହେବାକୁ ଯାଉଛି ଓ ଏହି ଏକ ବର୍ଷରେ ସରକାର ସେପରି କିଛି ଆଖି ଦୃଶିଆ ଉପଲବ୍ôଧ ହାସଲ କରିପାରି ନାହାନ୍ତି। ତେଣୁ ତରବରିଆ ଭାବେ ସରକାର ଏଭଳି ଏକ ପ୍ରଭାବହୀନ ସଂରକ୍ଷଣ ଘୋଷଣା କରିଛନ୍ତି। ଯେଉଁ କ୍ଷେତ୍ରରେ ଆସନ ଖାଲି ପଡୁଛି ସେଠାରେ ସଂରକ୍ଷଣ ପାଇଁ ଘୋଷଣା କରା ଯାଇଛି କିନ୍ତୁ ଇଂଜିନିୟରିଂ ଓ ମେଡିକାଲ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ପ୍ରଦାନ କରାଯାଇ ନାହିଁ। ଏହାର ଅର୍ଥ ଇଂଜିନିୟରିଂ, ମେଡିକାଲ ଓ ଅନ୍ୟ ବୃତ୍ତିଗତ ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗର ଛାତ୍ର ଛାତ୍ରୀଙ୍କ ପାଇଁ କୌଣସି ସଂରକ୍ଷଣ ନାହିଁ।

ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ପ୍ରତିବାଦ କରିବା ସହିତ ତୁରନ୍ତ ରାଜ୍ୟର ସମସ୍ତ ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗ ନିମନ୍ତେ ୨୭ପ୍ରତିଶତ ଆସନ ସଂରକ୍ଷଣ ଲାଗୁ କରିବା ପାଇଁ ବିଜୁ ଜନତା ଦଳ ଦାବି କରୁଛି। ଏହି ଦାବିକୁ ନେଇ ଆସନ୍ତା ୨୧ ତାରିଖରେ ରାଜଭବନ ସମ୍ମୁଖରେ ବିଜୁ ଜନତା ଦଳ ତରଫରୁ ଏକ ବିଶାଳ ଗଣଧାରଣା ଦିଆଯିବ ଓ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ଡ. ସାହୁ କହିଥିଲେ।

Previous Post

ପାରାଦୀପ ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

Next Post

ସମ୍ବଲପୁରରୁ ଖୁବ୍ ଶୀଘ୍ର କୃଷି ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ: ଧର୍ମେନ୍ଦ୍ର ପ୍ରଧାନ

FNN WEB

FNN WEB

Next Post
ସମ୍ବଲପୁରରୁ ଖୁବ୍ ଶୀଘ୍ର କୃଷି ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ: ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁରରୁ ଖୁବ୍ ଶୀଘ୍ର କୃଷି ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ: ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.