• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ନିମନ୍ତେ ସଂସ୍କୃତି ବିଭାଗର ବୈଠକ

FNN WEB by FNN WEB
May 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ନିମନ୍ତେ ସଂସ୍କୃତି ବିଭାଗର ବୈଠକ
0
SHARES
1
VIEWS

ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଜଗତର ସର୍ବାଙ୍ଗୀନ ବିକାଶ, ଓଡ଼ିଆ ଚଳଚ୍ଚିତ୍ରର ବହୁଳ ପ୍ରଚାର ଓ ପ୍ରସାର, ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଏବଂ ଚଳଚ୍ଚିତ୍ର ଜଗତ ସହିତ ସଂଶ୍ଳିଷ୍ଟ ବିଭିନ୍ନ ପ୍ରସଙ୍ଗକୁ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଆଜି ଏକ ବୈଠକର ଆୟୋଜନ କରାଯାଇଥିଲା। ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ତଥା ଦିଗପହଣ୍ଡି ବିଧାୟକ ଶ୍ରୀଯୁକ୍ତ ସିଦ୍ଧାନ୍ତ ମହାପାତ୍ର ବୈଠକରେ ଅଧ୍ୟକ୍ଷତା କରିଥିଲେ। ଓଡ଼ିଆ ଚଳଚ୍ଚିତ୍ର ଜଗତର ନିର୍ମାତା, ନିର୍ଦ୍ଦେଶକ, ଅଭିନେତା, ଅଭିନେତ୍ରୀ, ଲେଖକ, ସଂଗୀତଜ୍ଞ ପ୍ରମୁଖ ବୈଠକରେ ଯୋଗଦେଇ ଚଳଚ୍ଚିତ୍ର ଜଗତର ବିକାଶ ଦିଗରେ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

ବୈଠକରେ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରକୁ ପ୍ରତିବର୍ଷ ନିୟମିତ ଭାବରେ ପ୍ରଦାନ କରାଯିବାକୁ ନେଇ ଆଲୋଚନା କରାଯାଇଥିଲା। ଏଥିସହିତ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ନିମନ୍ତେ ବିଚାରମଣ୍ଡଳୀର ସଦସ୍ୟ ଏବଂ ଅଧ୍ୟକ୍ଷଙ୍କ ଚୟନ, କଳା ଏବଂ ଚଳଚ୍ଚିତ୍ର ଜଗତ ସହିତ ସମ୍ପୃକ୍ତ ଥିବା ବ୍ୟକ୍ତି ଓ ବିଶେଷ ଭାବରେ ଯୁବବର୍ଗରୁ ଆସୁଥିବା କଳାପ୍ରେମୀମାନଙ୍କୁ ବିଚାରମଣ୍ଡଳୀରେ ସାମିଲ କରିବା, ପୁରସ୍କାର ରାଶିକୁ ବୃଦ୍ଧି କରିବା, ବର୍ତ୍ତମାନ ୩୩ ଟି ବର୍ଗରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଉଥିବା ବେଳେ ଆଗକୁ ଆହୁରି ଅଧିକ ବର୍ଗ ପାଇଁ ପୁରସ୍କାର ପ୍ରଦାନ କରିବାର ବ୍ୟବସ୍ଥା କରିବା, ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ନିମନ୍ତେ ଏକ ସ୍ୱତନ୍ତ୍ର ୱେବସାଇଟ୍ ନିର୍ମାଣ କରି ପୁରସ୍କାର ସମ୍ବନ୍ଧୀୟ ସମସ୍ତ ତଥ୍ୟ, ମନୋନୀତ ହୋଇଥିବା ଏବଂ ପୁରସ୍କାର ପାଇଥିବା ସମସ୍ତ ଚଳଚ୍ଚିତ୍ର ଏବଂ କଳାକାରମାନଙ୍କର ବିବରଣୀକୁ ୱେବସାଇଟରେ ସ୍ଥାନିତ କରିବା ଆଦିକୁ ନେଇ ଆଲୋଚନା କରାଯାଇଥିଲା।

ଏହିସହିତ ଏକ ନୂତନ ଚଳଚ୍ଚିତ୍ର ନୀତିର (ଫିଲ୍ମ ପଲିସି) ପ୍ରଣୟନ କରିବା, ଚଳଚ୍ଚିତ୍ର ନିର୍ମାଣ ପାଇଁ ସରକାରୀ ପ୍ରୋତ୍ସାହନ ରାଶି ପ୍ରଦାନ କରିବା, ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ଲିମିଟେଡ଼ (ଓଡ଼ିଶା ଫିଲ୍ମ ଡେଭେଲପ୍‌ମେଣ୍ଟ କର୍ପୋରେସନ୍‌ ଲିମିଟେଡ଼)କୁ ସଶକ୍ତ କରିବା ସହ ଏହାର କାର୍ଯ୍ୟ ପ୍ରଣାଳୀକୁ ସରଳୀକରଣ କରିବା, କଳିଙ୍ଗ ଷ୍ଟୁଡ଼ିଓର ବିକାଶ କରିବା ଆଦି ସମ୍ବନ୍ଧରେ ମଧ୍ୟ ଆଲୋଚନା କରାଯାଇଥିଲା।

ରାଜ୍ୟରେ ଚଳଚ୍ଚିତ୍ର ନିର୍ମାଣ କରିବା ପାଇଁ ଆବଶ୍ୟକୀୟ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଚଳଚ୍ଚିତ୍ର ପ୍ରେକ୍ଷାଳୟ ସଂଖ୍ୟାକୁ ବୃଦ୍ଧି କରିବା, ଚଳଚ୍ଚିତ୍ର ପାଇଁ ରହିଥିବା ଟିକେଟ୍‌କୁ ଦର୍ଶକମାନଙ୍କୁ ସୁଲଭ ମୂଲ୍ୟରେ ପ୍ରଦାନ କରିବା ପାଇଁ ବ୍ୟବସ୍ଥା ରହିବା, ଏକ ସ୍ୱତନ୍ତ୍ର ଚଳଚ୍ଚିତ୍ର ଅଭିଲେଖାଗାର ରଖିବା, ଓଟିଟି ଏବଂ ଡିଜିଟାଲ୍ କଣ୍ଟେଣ୍ଟକୁ ପ୍ରୋତ୍ସାହନ ଦେବା ସହ ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ଆଦି ସମ୍ବନ୍ଧରେ ଚଳଚ୍ଚିତ୍ର ଜଗତର ବ୍ୟକ୍ତିବିଶେଷମାନେ ପ୍ରସ୍ତାବ ରଖିଥିଲେ।

ରାଜ୍ୟରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ସହିତ ଦର୍ଶକମାନଙ୍କ ମନୋରଞ୍ଜନ ପାଇଁ ଓଡ଼ିଆ ନିଚ୍ଛକ କାହାଣୀକୁ ଆଧାର କରି ଚଳଚ୍ଚିତ୍ର ନିର୍ମାଣ କରିବା ଏବଂ ଚଳଚ୍ଚିତ୍ର ସମାଜ ସହିତ ଜଡ଼ିତ ବ୍ୟକ୍ତିବିଶେଷଙ୍କୁ ସଶକ୍ତ କରିବା ନିମନ୍ତେ ସରକାରଙ୍କ ତରଫରୁ ପଦକ୍ଷେପ ନିଆଯିବାକୁ ନେଇ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।

ଆଜିର ବୈଠକରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଶ୍ରୀଯୁକ୍ତ ଅରିନ୍ଦମ ରାୟ, ଶ୍ରୀଯୁକ୍ତ ଶ୍ରୀତମ ଦାସ, ଶ୍ରୀଯୁକ୍ତ ସବ୍ୟସାଚୀ ମିଶ୍ର, ଶ୍ରୀଯୁକ୍ତ ହରିହର ମହାପାତ୍ର, ବିଶିଷ୍ଟ ଅଭିନେତ୍ରୀ ଶ୍ରୀମତୀ ଅର୍ଚ୍ଚିତା ସାହୁ, ଶ୍ରୀମତୀ ପିଙ୍କି ପ୍ରଧାନ, ଅନୁ ଚୌଧୁରୀ, ସଂଗୀତଜ୍ଞ ଶ୍ରୀଯୁକ୍ତ ଦେବାଶିଷ ମହାପାତ୍ର, ଶ୍ରୀଯୁକ୍ତ ପଞ୍ଚାନନ ନାୟକ, ଦୂରଦର୍ଶନର ପୂର୍ବତନ ନିର୍ଦ୍ଦେଶକ ଶ୍ରୀମତୀ ଦୀପ୍ତି ମିଶ୍ର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀଯୁକ୍ତ ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀଯୁକ୍ତ ଦେବ ପ୍ରସାଦ ଦାଶ, ଉପନିର୍ଦ୍ଦେଶକ ସୁଶ୍ରୀ ଦେବଯାନୀ ଭୂୟାଁ, ଓଡ଼ିଶା ସାହିତ୍ୟ ଏକଡେମୀ ସଚିବ ଡ଼. ଚନ୍ଦ୍ରଶେଖର ହୋତା ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଭୁବନେଶ୍ୱର ଉପକଣ୍ଠ ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Next Post

ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଭୁଟାନ ଗସ୍ତ

FNN WEB

FNN WEB

Next Post
ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଭୁଟାନ ଗସ୍ତ

ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଭୁଟାନ ଗସ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.