• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପିଏମ୍ ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 21, 2025
in ଓଡ଼ିଶା, ମୁଖ୍ୟ ଖବର
0
ପିଏମ୍ ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ କାର୍ଯ୍ୟ ଶେଷ କରନ୍ତୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ ହେଉଥିବା ପି. ଏମ୍. ଜନମନ୍ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ଉପସ୍ଥିତ ସମସ୍ତ ସଚିବ ମାନଙ୍କୁ, ରାଜ୍ୟର ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନାର ପ୍ରତ୍ୟେକ ଦୁର୍ଗମ ଅଂଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳ ମାନେ ଓ ଜିଲ୍ଲା ସ୍ତରରେ କାର୍ଯ୍ୟକରୁଥିବା ବିଭାଗୀୟ ଅଧିକାରୀ ମାନେ ମଧ୍ୟ ଚିହ୍ନଟ ହୋଇଥିବା ପ୍ରତ୍ୟେକ ଗ୍ରାମ ଓ ଜନବସତିକୁ ଯାଇ ସେଠାକାର ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ନିର୍ଦ୍ଦେଶ ଦେଇ କହିଥିଲେ। ସୂଚନାଯୋଗ୍ୟ ଯେ, ପି. ଏମ୍. ଜନମନ୍ ଯୋଜନାରେ ଓଡ଼ିଶାର ୧୪ଟି ଜିଲ୍ଲାର ୫୫ଟି ବ୍ଲକ, ୧୭୫୧ ଟି ଗ୍ରାମ/ ଜନ ବସତି, ୨୮୯ଟି ଗ୍ରାମ ପଂଚାୟତ ଏବଂ ୨ ଟି ପୌର ପ୍ରଶାସିତ ଅଂଚଳ ଅନ୍ତର୍ଭୁକ୍ତ ଥିବା ବେଳେ ସମୁଦାୟ ୬୮,୬୦୫ଟି ପରିବାରର ୩,୧୪,୫୧୪ ଲୋକ ଏହି ଯୋଜନାର ସୁଫଳ ପାଇବେ ।

ବୈଠକରୁ ଜଣାଯାଇଛି ଯେ, ୨୦୨୬ ବର୍ଷ ଶେଷ ସୁଦ୍ଧା ୪୫,୪୦୮ଟି ଘର , ଗ୍ରାମ୍ୟ ଉନ୍ନୟନ ବିଭାଗ ପାଖରୁ ପ୍ରାୟ ୨୧୦ କିଲୋମିଟରର ପକ୍କା ସଡକ, ୧୬୪୬ ଟି ଗ୍ରାମକୁ ଟ୍ୟାପ୍ ଯୋଗେ ଜଳ ଯୋଗାଣ, ୩୫୧ଟି ଅଂଚଳରେ ମୋବାଇଲ ଟାୱାର ସଂଯୋଗୀକରଣ, ୪୦୫ଟି ଅଂଚଳର ଛାତ୍ର ଛାତ୍ରୀଙ୍କ ପାଇଁ ହଷ୍ଟେଲ ନିର୍ମାଣ, ୭୪ଟି ବହୁମୁଖୀ କେନ୍ଦ୍ର ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି। ସମସ୍ତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ୧୪ ଟି ଜିଲ୍ଲାର ଯେଉଁ ଜନ ବସତିର(Habitation) ୫ କିଲୋମିଟର ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାହିଁ, ସେହିପରି ସମସ୍ତ ଅଂଚଳରେ ମୋବାଇଲ ମେଡିକାଲ ୟୁନିଟର ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା । ଏହିପରି ସମସ୍ତ ୧,୦୫୫ଟି ଜନ ବସତିକୁ ମୋବାଇଲ ମେଡିକାଲ ୟୁନିଟ ଯୋଗାଇ ଦିଆଯାଇଛି ଏବଂ ଏ କ୍ଷେତ୍ରରେ ଶତ ପ୍ରତିଶତ ସଫଳତା ହାସଲ ହୋଇଛି ବୋଲି ବୈଠକରୁ ଜଣା ଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।

ବିଶେଷତଃ ପିଭିଟିଜି ଅଂଚଳରେ ବସବାସ କରୁଥିବା ଆଦିବାସୀଙ୍କ ନିମନ୍ତେ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ମୋବାଇଲ କନେକ୍ସନ, ଆଦି କାର୍ଯ୍ୟ ଗୁଡିକୁ ଯଥାଶୀଘ୍ର ସମାପନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସଚିବ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଯୋଗାଯୋଗ ହୋଇପାରୁନଥିବା କିମ୍ବା ଦୁର୍ଗମ ଅଂଚଳ ଗୁଡିକୁ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ସଚିବ ମାନେ ପରିଦର୍ଶନରେ ଯାଇ ସେଠାକାର କାମ କିଭଳି ନିର୍ଦ୍ଧାରିତ ସମୟ ମଧ୍ୟରେ ସମାପ୍ତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ବୈଠକରେ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ ଏବଂ ବିଭିନ୍ନ ବିଭାଗର ଶାସନ ସଚିବମାନେ ଉପସ୍ଥିତ ଥିଲେ ।

Previous Post

ଦୂର ହେଲା ୧୮୦ ଦିନର ମାତୃତ୍ୱ ଛୁଟି ଦ୍ୱନ୍ଦ

Next Post

ଶୀଘ୍ର ମୌସୁମୀ ପାଇଁ ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

FNN WEB

FNN WEB

Next Post
ଶୀଘ୍ର ମୌସୁମୀ ପାଇଁ ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

ଶୀଘ୍ର ମୌସୁମୀ ପାଇଁ ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.