• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 22, 2025
in ଓଡ଼ିଶା, ମୁଖ୍ୟ ଖବର
0
କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ପ୍ରାୟ ୬୬ ହଜାର କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
ପ୍ରାୟ ୪୯ ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦ୍‍ଘାଟିତ,
ଏହି ପ୍ରକଳ୍ପ ହେଉଛି ସମୃଦ୍ଧ ଓଡିଶା ନିର୍ମାଣର ଶୁଭାରମ୍ଭ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡିଶାର ସମୃଦ୍ଧ ଶିଳ୍ପ ଇତିହାସରେ ଆଉ ଏକ ସଫଳତାର ପୃଷ୍ଠା ଯୋଡି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁରର କଳିଙ୍ଗନଗର ଠାରେ ୧ ଲକ୍ଷ ୧୫ ହଜାର କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦ୍‌ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ, ସମୁଦାୟ ୨୦ଟି ପ୍ରକଳ୍ପର ଶିଳାନ୍ୟାସ ଓ ୪ଟି ନୂତନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହା ଦ୍ୱାରା ପ୍ରାୟ ୩୬ ହଜାର ନୂତନ ନିଯୁକ୍ତି ସୃଷ୍ଟି ହୋଇଛି । ସୂଚନାଯୋଗ୍ୟ ଯେ, ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଏବଂ ପ୍ରାୟ ୬୬ ହଜାର କୋଟି ଟଙ୍କାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଯାଜପୁର ଜିଲ୍ଲାରେ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି କାର୍ଯ୍ୟକ୍ରମ, ଶିଳାନ୍ୟାସ ନୁହେଁ, କି ଉଦ୍‌ଘାଟନ ନୁହେଁ, ଏହା ହେଉଛି ସମୃଦ୍ଧ ଓଡ଼ିଶାର ଭବିଷ୍ୟତର ନିର୍ମାଣ । ଏହିସବୁ ପ୍ରକଳ୍ପ ଯୋଗୁଁ ୩୬ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଏହା ଏକ ସଂଖ୍ୟା ନୁହେଁ । ପ୍ରତ୍ୟେକ ନିଯୁକ୍ତିର ଅର୍ଥ ହେଉଛି ଆମ ଗାଁର ଜଣେ ଯୁବକଙ୍କୁ ଆଉ ନିଯୁକ୍ତି ବାହାରକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟରେ ନିଯୁକ୍ତିର ଏକ ନୂଆ ଲହର ସୃଷ୍ଟି ହୋଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କଳିଙ୍ଗ ନଗର ଠାରେ ୨୦ଟି ଶିଳ୍ପର ଶିଳାନ୍ୟାସ କରାଗଲା । ଏହା ସମ୍ଭବ ହୋଇଛି, ଆମ ସରକାରଙ୍କ ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ । କାରଣ, ଯଦି ଇଚ୍ଛାଶକ୍ତି ନାହିଁ ତେବେ ପାଦେ ଆଗେଇବାକୁ ମଧ୍ୟ ମଣିଷ ସକ୍ଷମ ହୋଇପାରେ ନାହିଁ । ଆଜି ଆମ ସରକାର ନିଜର ଦୃଢ ଇଚ୍ଛା ଶକ୍ତିର ନିଦର୍ଶନ ଦେଖାଇଛନ୍ତି । ସେ କହିଥିଲେ ଯେ, ମାତ୍ର ୧୧୩ ଦିନ ମଧ୍ୟରେ ଦେଇଥିବା ପ୍ରତିଶ୍ରୁତି ଆମ ସରକାର ପୂରଣ କରିଛନ୍ତି । ଆଜି ଏହି ଯେଉଁ ସବୁ ପ୍ରକଳ୍ପ ଆପଣମାନଙ୍କ ସମ୍ମୁଖରେ ଭିତ୍ତିପ୍ରସ୍ତର ସ୍ଥାପନ ହେଲା, ଏହି ସମସ୍ତ ପ୍ରକଳ୍ପର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ସ୍ୱାକ୍ଷରିତ ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ପ୍ରକଳ୍ପ ସବୁ ମାଧ୍ୟମରେ ଲକ୍ଷାଧିକ ଓଡ଼ିଆ ଯୁବକ ଓ ଯୁବତୀ ନିଜ ରାଜ୍ୟର ମାଟିରେ ନିଜ ସ୍ଵପ୍ନ ପୂରଣ କରିପାରିବେ। ଏହା କେବଳ ଚାକିରି ନୁହେଁ, ଯୁବବର୍ଗଙ୍କ ପାଇଁ ଏହା ସ୍ୱାଭିମାନ, ଏହା ନୂଆ ଓଡ଼ିଶାର ନୂଆ ପରିଚୟ। ଏହା ସମୃଦ୍ଧ ଓଡିଶାର ଅୟମାରମ୍ଭ। ସେ ପୁଣି କହିଥିଲେ, ରାଜ୍ୟର ଶିଳ୍ପ ବିକାଶର ଏନ୍ତୁଡିଶାଳ ହେଉଛି ଶିଳ୍ପ ସମୃଦ୍ଧ କଳିଙ୍ଗ ନଗର । ଶିଳ୍ପ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରି ରାଜ୍ୟ ପାଇଁ ଏହି ଅଂଚଳ ଏକ ଦୃଷ୍ଟାନ୍ତ ପାଲଟିଛି । ମେକ୍ ଇନ୍ ଓଡ଼ିଶା କନକ୍ଲେଭ-ଉତ୍କର୍ଷ ଓଡ଼ିଶାର ଚମତ୍କାର ସଫଳତା ବଳରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ଆମେ ପାଇଥିଲୁ। ଆଉ ଆଜି, ବାସ୍ତବତା ଭୂମିରେ ଦୃଶ୍ୟମାନ ହେଉଛି ଯେ ଓଡ଼ିଶା ଆଉ କେବଳ ସମ୍ଭାବନାର ଭୂମି ନୁହେଁ, ଏହା ହେଉଛି ସୀମାହୀନ ସୁଯୋଗର ଭୂମି।

ଏହି ଅବସରରେ ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ କହିଥିଲେ ଯେ, ଓଡ଼ିଶାବାସୀଙ୍କ ବିଶ୍ୱାସକୁ ସାଥି କରି ଆମ ସରକାର କାର୍ଯ୍ୟ କରୁଛି ଏବଂ ଓଡ଼ିଶା ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପର ବିକାଶ ଆମ ପ୍ରଥମ ଉଦ୍ଦେଶ୍ୟ ଥିଲା ଆଉ ସେହି ଉଦ୍ଦେଶ୍ୟ କୁ ଆମ ସରକାର ସଫଳ କରୁଛନ୍ତି ବୋଲି ସେ କହିଥିଲେ। ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ଯେ, ରାଜ୍ୟର ଆର୍ଥିକ ପ୍ରଗତିର ମେରୁଦଣ୍ଡ ହେଉଛନ୍ତି ଯୁବଶକ୍ତି ଏବଂ ଯୁବଶକ୍ତିର ବିକାଶ ପାଇଁ ରୋଜଗାର ଆବଶ୍ୟକ। ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଜି ଆମ ସରକାରଙ୍କ ଉଦ୍ୟମ ସଫଳ ହେଉଛି। ଶିଳ୍ପର ବିକାଶ ହେଉଛି ଏବଂ ଏହା ଦ୍ୱାରା ଆମ ରାଜ୍ୟର ବିକାଶ ହେଉଛି। ଏହି କାର୍ଯ୍ୟକ୍ରମରେ ଯାଜପୁର ସାଂସଦ ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଶ୍ରୀ ଆକାଶଦାସ ନାୟକ, ବଡଚଣା ବିଧାୟକ ଶ୍ରୀ ଅମର ନାୟକ ପ୍ରମୁଖଙ୍କ ସମେତ ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥାର ଶିଳ୍ପପତି ମାନେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଶିଳ୍ପ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀ ଧନ୍ୟବାଦ ଦେଇଥିଲେ।

Previous Post

ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ପ୍ରଥମ ମାମଲା ଚିହ୍ନଟ

Next Post

ଶିଳ୍ପ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

FNN WEB

FNN WEB

Next Post
ଶିଳ୍ପ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଶିଳ୍ପ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.