• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମଇ ୩୧ରୁ ଜୁନ୍‌ ୨୬ ପର୍ଯ୍ୟନ୍ତ ହେବ ବେଆଇନ ମାଦକଦ୍ରବ୍ୟ ବିରୋଧରେ ସଚେତନତା କାର୍ଯ୍ୟକ୍ରମ

FNN WEB by FNN WEB
May 23, 2025
in ଓଡ଼ିଶା, ମୁଖ୍ୟ ଖବର
0
ମଇ ୩୧ରୁ ଜୁନ୍‌ ୨୬ ପର୍ଯ୍ୟନ୍ତ ହେବ ବେଆଇନ ମାଦକଦ୍ରବ୍ୟ ବିରୋଧରେ ସଚେତନତା କାର୍ଯ୍ୟକ୍ରମ
0
SHARES
0
VIEWS


ବେଆଇନ ମାଦକ ଦ୍ରବ୍ୟ କାରବାରକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ:ମନ୍ତ୍ରୀ ଶ୍ରୀ ହରିଚନ୍ଦନ

 ବିଭିନ୍ନ ବିଭାଗ ସମନ୍ୱୟରେ ହେବ ବିସ୍ତୃତ କାର୍ଯ୍ୟକ୍ରମ
 ପାଲା, ଦାସକାଠିଆ, ଘୋଡ଼ାନାଚ ଓ ପଥପ୍ରାନ୍ତ ନାଟକ ଜରିଆରେ କରାଯିବ ସଚେତନ
 ବିଦ୍ୟାଳୟସ୍ତରରେ ହେବ ପ୍ରବନ୍ଧ ପ୍ରତିଯୋଗିତା
 ଜିଲ୍ଲା, ଉପଖଣ୍ଡ ଓ ବ୍ଲକ୍‌ରେ ବୁଲିବ ସଚେତନତା ରଥ
 ବେଆଇନ ମାଦକ ଦ୍ରବ୍ୟ କାରବାର ଓ ଗଞ୍ଜେଇ ଚାଷ ରୋକିବାକୁ ନିଆଯିବ ପଦକ୍ଷେପ

ଭୁବନେଶ୍ୱର : ନୂଆ ସରକାର ରାଜ୍ୟର ଶାସନ ଭାର ହାତକୁ ନେବା ପରେ ବେଆଇନ ମାଦକ ଦ୍ରବ୍ୟ କାରବାର ଆନେକାଂଶରେ ହ୍ରାସ ପାଇଛି । ଅବକାରୀ ବିଭାଗ, ପୋଲିସ ପ୍ରଶାସନ ଏବଂ ସ୍ପେସାଲ୍‌ ସ୍କ୍ୱାର୍ଡ ଜରିଆରେ ନିୟମିତ ଚଢ଼ାଉ କରାଯାଇ ଅନେକ ବେଆଇନ ମଦଭାଟିକୁ ବନ୍ଦ କରାଯିବା ସହ ପ୍ରସ୍ତୁତି ସାମଗ୍ରୀ ଓ ଗାଡ଼ି ଜବତ କରାଯିବା ସହିତ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ତଥାପି ଏ ଦିଗରେ ଅଧିକ କାର୍ଯ୍ୟ କରି ରାଜ୍ୟରୁ ବେଆଇନ ମାଦକ ଦ୍ରବ୍ୟ କାରବାରକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ଆମ ସମସ୍ତଙ୍କୁ ଉଦ୍ୟମ କରିବାକୁ ପଡ଼ିବ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଚଳିତ ୨୦୨୫ ମଇ ୩୧ରୁ ଜୁନ୍‌ ୨୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବେଆଇନ ମାଦକ ଦ୍ରବ୍ୟ ସେବନ ଓ କାରବାର ରୋକିବା ଦିଗରେ ସଚେତନତା କାର୍ଯର୍କ୍ରମ ନେଇ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ବେଆଇନ ମାଦକ ଦ୍ରବ୍ୟ ସେବନ ଓ କାରବାର ବିରୋଧରେ ସାରା ରାଜ୍ୟରେ ହେବାକୁ ଥିବା କାର୍ଯ୍ୟକ୍ରମରେ ପ୍ରତ୍ୟେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ ବିଦ୍ୟାଳୟ ସ୍ତରରୁ ଆରମ୍ଭ କରି ଗ୍ରାମପଞ୍ଚାୟତ ପର୍ଯ୍ୟନ୍ତ ରାଜ୍ୟର କୋଣ ଅନୁକୋଣରେ ସଚେତନତାର ବାର୍ତ୍ତାକୁ ପହଞ୍ଚାଇବାକୁ ପଡ଼ିବ । ପାଲା, ଦାସକାଠିଆ, ଘୋଡ଼ାନାଚ ଆଦି ସହ ବିଭିନ୍ନ ହାଟବଜାର ଅଞ୍ଚଳରେ ପଥପ୍ରାନ୍ତ ନାଟକ ଜରିଆରେ ବେଆଇନ ନିଶା ସେବନ କାରବାରର କୁପରିଣତି ନେଇ ସଚେତନତା ସୃଷ୍ଟି କାର୍ଯ୍ୟକ୍ରମକୁ ସଫଳ କରିବାକୁ ହେବ । ଏଥି ସହ ଜିଲ୍ଲା, ଉପଖଣ୍ଡ ଓ ବ୍ଲକ୍‌ ସ୍ତରରେ ସଚେତନତା ରଥ ଜରିଆରେ ସବୁବର୍ଗଙ୍କୁ ସଚେତନ କରାଇବା ନେଇ ଉପସ୍ଥିତ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପରାମର୍ଶ ଦେଇଥିଲେ । ଏଥିସହ ପ୍ରତ୍ୟେକ ଦିନ କ’ଣ ସବୁ କାର୍ଯ୍ୟକ୍ରମ କରାଯିବ ସେଥିନେଇ ତାଲିକା ପ୍ରସ୍ତୁତ କରିବାକୁ ବିଭାଗକୁ ନିର୍ଦେଶ ଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୂଜା ଗ୍ରାମାଞ୍ଚଳରେ ଥିବା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସାମିଲ କରି ବିଦ୍ୟାଳୟ ସ୍ତରରେ ବେଆଇନ ନିଶା ସେବନ ସମ୍ବନ୍ଧରେ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରିବା ସହ ବେଆଇନ ମାଦକ ଦ୍ରବ୍ୟ କାରବାର ଓ ସେବନ ବିରୁଦ୍ଧରେ ନିୟମିତ ସଚେତନତା କରିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଅବକାରୀ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ଆୟୋଜିତ ହେବାକୁ ଥିବା ଏହି ସଚେତନତା କାର୍ଯ୍ୟକ୍ରମର ଆଭିମୁଖ୍ୟ ସହ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ବିଭାଗର ସମ୍ପୃକ୍ତି ବିଷୟରେ ବୈଠକରେ ମାନ୍ୟବର ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏଥି ସହ ବିଭିନ୍ନ ବିଭାଗ ଜରିଆରେ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ‘Say Yes to Life, No to Drugs‘ ସଂକଳ୍ପ କାର୍ଯ୍ୟକ୍ରମ ଏବଂ ବେଆଇନ ନିଶା କାରବାରକୁ ରୋକିବା ଦିଗରେ ମାନସ ପୋର୍ଟାଲ(MANAS Portal) ଏବଂ ୧୯୩୩ ହେଲପ୍‌ଲାଇନ୍‌ ନମ୍ବର ଉପଯୋଗ ବିଷୟରେ ଲୋକଙ୍କୁ ସଚେତନ କରାଯିବ ବୋଲି ଶାସନ ସଚିବ କହିଥିଲେ ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗର ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଆର୍‌.କେ. ଶର୍ମା, ପୋଲିସ ଡିଆଇଜି(ଏସ୍‌ଟିଏଫ୍‌) ଶ୍ରୀ ପିନାକ ମିଶ୍ରଙ୍କ ସମେତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ବାଣିଜ୍ୟ ଓ ପରିବହନ, କ୍ରୀଡ଼ା ଓ ଯୁବସେବା, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟ ଜଳ, ମିଶନ ଶକ୍ତି, ଓର୍‌ସାକ୍‌, ଏନ୍‌ସିବି, ଭୁବନେଶ୍ୱର, ଓଡ଼ିଶା ରାଜ୍ୟ ପାନୀୟ ନିଗମ ଲିଃର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଅବକାରୀ କମିଶନର ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଷ୍ଟାର୍ଟଅପ୍ ଓଡ଼ିଶା ଏବଂ ଫୋନ୍‌ପେ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ

Next Post

ଓଏଏସ ବଦଳି: ଅନୁଜ ଦାସପଟ୍ଟନାୟକ ହେଲେ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ

FNN WEB

FNN WEB

Next Post
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଏସ ବଦଳି: ଅନୁଜ ଦାସପଟ୍ଟନାୟକ ହେଲେ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.