• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
May 31, 2025
in ଓଡ଼ିଶା, ମୁଖ୍ୟ ଖବର
0
ସଚେତନତା ମାଧ୍ୟମରେ ତମାଖୁଜନିତ ମୃତ୍ୟୁକୁ ରୋକିହେବ: ମୁଖ୍ୟମନ୍ତ୍ରୀ
0
SHARES
5
VIEWS

ଭୁବନେଶ୍ୱର: ଭାରତରେ ପ୍ରାୟ ବର୍ଷକୁ ୧୪ ଲକ୍ଷ ଲୋକ ତମାଖୁ ସେବନ ଯୋଗୁ ଜୀବନ ହରାଉଛନ୍ତି। ପ୍ରତି ବର୍ଷ ଭାରତରେ ବିଭିନ୍ନ କାରଣରୁ ଯେତିକି ମୃତ୍ୟୁ ହେଉଛି, ତା’ର ପ୍ରାୟ ୧୦ ପ୍ରତିଶତ କେବଳ ତମାଖୁଜନିତ। ଜନସାଧାରଣ, ବିଶେଷକରି ଯୁବ ସମାଜ ଏଥିରୁ କିପରି ମୁକ୍ତି ପାଇବେ, ସେ ବିଷୟକୁ ଆଜି ଗମ୍ଭିରତାର ସହ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନଭେନ୍‍ସନ୍ ହଲ୍ ଠାରେ ବିଶ୍ୱ ତମାଖୁ ନିଷେଧ ଦିବସ ପାଳନ ଉପଲକ୍ଷେ ଆୟୋଜିତ ସଚେତନତା ଅଭିଯାନର ଶୁଭାରମ୍ଭ ଅବସରରେ କହିଛନ୍ତି।

ଏହି ଅବସରରେ ନିଶାଦ୍ରବ୍ୟ, ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୁଦ୍ଧରେ ଆରମ୍ଭ ହେଉଥିବା ସଚେତନତା ଅଭିଯାନରେ ସମସ୍ତେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ନିଶା ନୁହେଁ ଜୀବନକୁ ଆପଣେଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଂକଳ୍ପ ନେବାକୁ ଆହ୍ୱାନ ଦେଇଥିଲେ।
ତମାଖୁ, ବିଷାକ୍ତ ମଦ ଓ ଡ୍ରଗ୍‍ସ ବ୍ୟବହାର ଓ ପ୍ରସାରକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ପ୍ରଥମ ପର୍ଯ୍ୟାୟରେ ବିଶ୍ୱ ତମାଖୁ ନିଷେଧ ଦିବସ ମେ’ ୩୧ ତାରିଖ ଠାରୁ ଜୁନ ୨୬ ତାରିଖ ପର୍ଯ୍ୟନ୍ତ, ଦ୍ୱିତୀୟ ପର୍ଯ୍ୟାୟରେ ଜୁନ୍ ୨୬ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ, ତୃତୀୟ ପର୍ଯ୍ୟାୟରେ ଅକ୍ଟୋବର ୨ ଏବଂ ଚତୁର୍ଥ ପର୍ଯ୍ୟାୟରେ ଡିସେମ୍ବର ୨୫ରୁ ୨୦୨୬ ଜାନୁଆରି ୧୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ଏକ ବର୍ଷ ଧରି ଏହି ସଚେତନତା ଅଭିଯାନ ଜାରି ରହିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତମାଖୁଜନିତ ମୃତ୍ୟୁକୁ ରୋକିବା ପାଇଁ କେବଳ ଗୋଟିଏ ଉପାୟ ହେଉଛି ସଚେତନତା। ଲୋକମାନେ ଏହାର ଭୟାବହତା ଜାଣିବା ସତ୍ତ୍ୱେ ଏଥିରୁ ଦୂରେଇ ପାରୁନାହାନ୍ତି। ଯଦି ଗୋଟିଏ ବ୍ୟକ୍ତିକୁ ସଚେତନ କରାଇପାରୁଛେ, ତେବେ ଆମେ ତା’ର ଜୀବନ ବଞ୍ଚାଇ ପାରୁଛେ। ତମାଖୁ ସେବନର ଅପକାରିତା ଏବଂ ସ୍ୱାସ୍ଥ୍ୟଗତ ଭୟାବହତା ଉପରେ ସଚେତନତା ସୃଷ୍ଟି ପାଇଁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ସଚେତନତା ଅଭିଯାନକୁ ଘରେ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।

ତମାଖୁସେବନର ଭୟାବହତା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖଗହ୍ୱର କର୍କଟ କିମ୍ବା ଫୁସ୍‍ଫସ୍ କର୍କଟର ଶତ ପ୍ରତିଶତ କାରଣ ହେଉଛି ତମାଖୁ ଏବଂ ସିଗାରେଟ୍ ସେବନ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦୁନିଆରେ ଏକ ମାତ୍ର ସତ୍ୟ ହେଉଛି ମୃତ୍ୟୁ। ତେବେ ଏହା କଣ ଯନ୍ତ୍ରଣାଦାୟକ ହେବା ନିତ୍ୟାନ୍ତ ଆବଶ୍ୟକ। ତେଣୁ ଏକ ସୁସ୍ଥ ଜୀବନଶୈଳୀକୁ ଆପଣେଇବା ପାଇଁ ସମସ୍ତେ ସଚେତନ ହେବା ଉଚିତ୍ ବୋଲି ସେ କହିଥିଲେ। ତମାଖୁ, ସିଗାରେଟ୍ ଓ ନିଶାଦ୍ରବ୍ୟର ବିଜ୍ଞାପନ ମଧ୍ୟ ଯୁବ ସମାଜ ଉପରେ ପ୍ରଭାବ ପକାଉଛି। ଏହି ଛଳନାପୂର୍ଣ୍ଣ ବିଜ୍ଞାପନ ପ୍ରତି ମଧ୍ୟ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ନିଶା ଦ୍ରବ୍ୟ ଅପବ୍ୟବହାର, ବିଷାକ୍ତ ମଦ ଓ ଚୋରା ମଦର ବ୍ୟାପକତାକୁ ରୋକିବାକୁ ଅବକାରୀ, ଗୃହ ବିଭାଗ ଓ ନିଶା ନିୟନ୍ତ୍ରଣ ବ୍ୟୁରୋର ମିଳିତ ଉଦ୍ୟମରେ ଧରପଗଡ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇ ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ କରାଯାଉଛି। STFକୁ କ୍ଷମତାପନ୍ନ କରାଯାଇ ତମାଖୁ ସହିତ ଅନ୍ୟାନ୍ୟ ନିଶା ଦ୍ରବ୍ୟ ବିଶେଷ ଭାବେ ଚୋରା ଚାଲଣ ହେଉଥିବା ନିଶା ସାମଗ୍ରୀକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଚେଷ୍ଟା ଜାରି ରହିଛି। ତମାଖୁ ସହିତ ସବୁ ପ୍ରକାର ନିଶା ଦ୍ରବ୍ୟ ଉପରେ ଅଙ୍କୁଶ ଲଗାଇବା ପାଇଁ ଖୁବ୍ ଶୀଘ୍ର ନୂତନ ଅବକାରୀ ନୀତି ପ୍ରଣୟନ କରାଯିବ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ମାଦକ ତଥା ନିଶାଦ୍ରବ୍ୟ ବ୍ୟବହାରର କୁପରିଣାମ ବିଷୟରେ ଅବଗତ କରାଇବା ପାଇଁ ଏବଂ ଅପମିଶ୍ରିତ, ବିଶାକ୍ତ ଏବଂ ଚୋରା ମଦ କାରବାର ସମ୍ପୂର୍ଣ୍ଣ ରୋକିବା ପାଇଁ ରାଜ୍ୟବ୍ୟାପୀ ସଚେତନତା ଅଭିଯାନର ଲୋଗୋ, ଟି.ଭି. ସ୍ପଟ୍, ଥିମ୍ ସଙ୍ଗ୍ ଏବଂ ସୂଚନା ପୁସ୍ତିକା ଉନ୍ମୋଚନ କରିଥିଲେ।

Previous Post

ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଚିତ୍ରକଳା ପ୍ରଦର୍ଶନୀର ଆୟୋଜନ

Next Post

ଜେଇଇ ଆଡଭାନ୍‍ସଡ୍ ୨୦୨୫ ଫଳାଫଳ ପ୍ରକାଶ: କିଟ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ହଂସ ଦାରୁକ ରାଜ୍ୟ ଟପ୍‍ପର

FNN WEB

FNN WEB

Next Post
ଜେଇଇ ଆଡଭାନ୍‍ସଡ୍ ୨୦୨୫ ଫଳାଫଳ ପ୍ରକାଶ: କିଟ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ହଂସ ଦାରୁକ ରାଜ୍ୟ ଟପ୍‍ପର

ଜେଇଇ ଆଡଭାନ୍‍ସଡ୍ ୨୦୨୫ ଫଳାଫଳ ପ୍ରକାଶ: କିଟ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ହଂସ ଦାରୁକ ରାଜ୍ୟ ଟପ୍‍ପର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.