• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରଥଯାତ୍ରାରେ ଦଳାଚକଟା ଏଡାଇବା ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

FNN WEB by FNN WEB
June 2, 2025
in ଓଡ଼ିଶା, ମୁଖ୍ୟ ଖବର
0
ରଥଯାତ୍ରାରେ ଦଳାଚକଟା ଏଡାଇବା ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା
0
SHARES
1
VIEWS


ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଲାଗିବ ସିସିଟିଭି

ଭୁବନେଶ୍ବର : ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ । ଶ୍ରୀଜୀଉଙ୍କ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ମଧ୍ୟରେ ଜୁନ ୧୧ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୬ ତାରିଖରେ ନବଯୌବନ ଦର୍ଶନ, ଜୁନ ୨୭ ତାରିଖରେ ରଥଯାତ୍ରା,ଜୁଲାଇ ୦୧ ତାରିଖରେ ହେରା ପଞ୍ଚମୀ, ଜୁଲାଇ ୦୪ରେ ସନ୍ଧ୍ଯା ଦର୍ଶନ, ଜୁଲାଇ ୦୫ ରେ ବାହୁଡା ଯାତ୍ରା, ଜୁଲାଇ ୦୬ ତାରିଖରେ ସୁନାବେଶ, ଜୁଲାଇ ୦୭ ରେ ଅଧରପଣା ଓ ଜୁଲାଇ ୮ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ।

ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ରଥଯାତ୍ରା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ । ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଏହାବ୍ଯତୀତ ରେଳବାଇ ପୋଲିସ ପକ୍ଷରୁ ପୁରୀ, ଭୁବନେଶ୍ବର, ଖୋର୍ଦ୍ଧା, ଜଟଣୀ ଆଦି ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।

ଏହା ସହ ପୁରୀ ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ ଅପରାଧୀଙ୍କ ବିରୋଧରେ ସ୍ଵତନ୍ତ୍ର ଡ୍ରାଇଭ, ହୋଟେଲ ଏବଂ ଲଜ ଗୁଡିକରେ ନିୟମିତ ଯାଞ୍ଚ, ରକ୍ଷକ ଯାନ ମୁତୟନ, K-9 ସ୍କ୍ବାର୍ଡ ମୁତୟନ, ଦଳା ଚକଟା ଭଳି ପରିସ୍ଥିତିକୁ ଏଡାଇବା ନିମନ୍ତେ ସଜାଗ ତଥା ସ୍ୱତନ୍ତ୍ର ବ୍ୟବସ୍ଥା, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଏହାସହ ବୈଠକରେ ଆପାତକାଳୀନ ପରିସ୍ଥିତିର ମୁକାବିଲା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

ଏହି ବୈଠକରେ ଆଭାସୀ ମାଧ୍ୟମରେ ନିର୍ଦ୍ଦେଶକ (ଗୁଇନ୍ଦା) ଶ୍ରୀ ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳ ଏବଂ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ଯୁନିକେସନ) ଶ୍ରୀ ଦୟାଲ ଗଙ୍ଗୱାର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଆଇଜି (କେନ୍ଦ୍ରାଞ୍ଚଳ) ଶ୍ରୀ ଏସ. ପ୍ରବୀଣ କୁମାର, ଆଇଜି (ଅପରେସନ) ଡ. ଦୀପକ କୁମାର, ଆଇଜି (ବିପିଏସପିଏ) ଶ୍ରୀ ଅନୁପ ସାହୁ, ଆଇଜି (କ୍ରାଇମବ୍ରାଞ୍ଚ) ଡ. ସାର୍ଥକ ଷଡଙ୍ଗୀ, ଡିଆଇଜି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜି (ଏସଆଇଡବ୍ଲୁ) ଡ. କନୱାର ବିଶାଳ ସିଂ ,ଡିଆଇଜି (ଏସଟିଏଫ) ଶ୍ରୀ ପିନାକ ମିଶ୍ର, ଏସପି (ରେଲୱେ) ଶ୍ରୀ ବିବେକାନନ୍ଦ ଶର୍ମା, ଏସପି (ପୁରୀ) ଶ୍ରୀ ଭିନୀତ ଅଗ୍ରୱାଲଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।

Previous Post

ଜେଇଇ ଆଡଭାନ୍‍ସଡ୍ ୨୦୨୫ ଫଳାଫଳ ପ୍ରକାଶ: କିଟ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ହଂସ ଦାରୁକ ରାଜ୍ୟ ଟପ୍‍ପର

Next Post

କଳିଙ୍ଗ ଷ୍ଟୁଡିଓକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
କଳିଙ୍ଗ ଷ୍ଟୁଡିଓକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

କଳିଙ୍ଗ ଷ୍ଟୁଡିଓକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.