• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 3, 2025
in ଓଡ଼ିଶା, ମୁଖ୍ୟ ଖବର
0
ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଜିଲ୍ଲା ମୁଖ୍ୟାଳୟରେ ୩୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ଉଦ୍‍ଘାଟିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି । ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ 4 ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି।

ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡିବୁ। ଆମ ସରକାର ଆସିବା ପରେ ଆମେ ଓଡିଶାର 30ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ।

ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ। ସେ କହିଥିଲେ ଯେ, ଦେବଗଡ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ବିଜୁଳି ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଆମ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି ।

ସେ ପୁଣି କହିଥିଲେଯେ, ଓଡିଶାର ଜନସାଧାରଣକୁ ଯେଉଁ ପ୍ରତିଶ୍ରୁତି ଦେଇ ଆମେ ଲୋକଙ୍କ ସେବା କରିବାର ଦାୟିତ୍ୱ ନେଇଛୁ, ତାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଆମେ ଗୋଟିଏ ମିନିଟ ବି ନଷ୍ଟ କରିନାହୁଁ। ଆମ ସରକାର ଆସିବାର ଏକ ବର୍ଷ ହେବାକୁ ମାତ୍ର ୯ ଦିନ ବାକି ଅଛି। ଆଉ ଏଇ ଏକ ବର୍ଷ ଭିତରେ ଆମେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟର ସାମଗ୍ରୀକ ବିକାଶ ପାଇଁ ଅନେକ ଉନ୍ନୟନମୂଳକ ଓ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛୁ।
କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ, ଡ. ମୁକେଶ ମହାଲିଙ୍ଗ, ଦେବଗଡ ବିଧାୟକ, ଶ୍ରୀ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ଦେବଗଡ, ଶ୍ରୀ କବିନ୍ଦ୍ର ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ବିଶ୍ଵମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ।

Previous Post

ଓଡ଼ିଶାର ସମୃଦ୍ଧ ଇତିହାସ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ ଭଳି କାର୍ଯ୍ୟ କରୁ : ସୂର୍ଯ୍ୟବଂଶୀ ସୂରଜ

Next Post

ଆଜିଠାରୁ ଆରମ୍ଭ ହେଲା ‘ଶୂନ ଦୁର୍ଘଟଣା ଦିବସ’

FNN WEB

FNN WEB

Next Post
ଆଜିଠାରୁ ଆରମ୍ଭ ହେଲା ‘ଶୂନ ଦୁର୍ଘଟଣା ଦିବସ’

ଆଜିଠାରୁ ଆରମ୍ଭ ହେଲା ‘ଶୂନ ଦୁର୍ଘଟଣା ଦିବସ’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.