• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଆରସିବିର ବିଜୟ ଶୋଭାଯାତ୍ରା ବେଳେ ଦଳାଚକଟା, ୧୧ ମୃତ

FNN WEB by FNN WEB
June 4, 2025
in ଜାତୀୟ, ମୁଖ୍ୟ ଖବର
0
ଆରସିବିର ବିଜୟ ଶୋଭାଯାତ୍ରା ବେଳେ ଦଳାଚକଟା, ୧୧ ମୃତ
0
SHARES
0
VIEWS

ବେଙ୍ଗାଲୁରୁ: ବେଙ୍ଗାଲୁରୁରେ ବଡ଼ ଅଘଟଣ । ଲୁହରେ ଭିଜିଲା ଆରସିବିର ବିଜୟ ଉତ୍ସବ। ଆରସିବିର ବିଜୟ ଉତ୍ସବ ବେଳେ ଦଳାଚକଟା ହୋଇ ୧୧ ଜଣଙ୍କ ମୃତ୍ୟୁ । ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମ୍‌ ବାହାରେ ଏହି ଦଳାଚକଟା ହୋଇଛି । ଏଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି । ଏବେସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ସୂଚନା ଥିବାବେଳେ ଏହି ସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି । ସେହିପରି ୫୦ ଜଣ ଆହତ ହୋଇଛନ୍ତି। ଷ୍ଟାଡିୟମରେ ବିଜୟ ଉତ୍ସବ ବେଳେ ବହୁତ ସଂଖ୍ୟାରେ କ୍ରିକେଟ୍‌ ଫ୍ୟାନ୍‌ ଭିଡ଼ ଜମାଇବାରୁ ଅଘଟଣ ଘଟିଛି । କାଲି ଆଇପିଏଲ୍‌ରେ ଦମଦାର ବିଜୟ ପରେ ଆଜି ଟ୍ରଫି ନେଇ ବେଙ୍ଗାଲୁରୁରେ ପହଞ୍ଚିଥିଲା ଆରସିବି ଟିମ୍ ।

ଆରସିବି ୧୮ ବର୍ଷ ପରେ ଆଇପିଏଲ୍‌ ଟ୍ରଫି ଜିତିବାର ଉତ୍ସବ ପାଳନ କରିବାକୁ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ହଜାର ହଜାର ସଂଖ୍ୟାରେ ପ୍ରଶଂସକ ଭିଡ ଜମାଇଥିଲେ । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ, ବିଜୟ ସେଲିବ୍ରେସନ ବେଳେ ଷ୍ଟାଡିୟମ ବାହାରେ ଅଚାନକ ଭିଡ଼ ବେକାବୁ ହୋଇପଡିଥିଲା । ଯାହାଫଳରେ ଭୟଙ୍କର ଦଳାଚକଟା ଘଟି ବହୁସଂଖ୍ୟାକ ଲୋକ ଆହତ ହୋଇଥିଲେ। ସେହିପରି ବିଜୟ ଶୋଭାଯାତ୍ରା ସାମିଲ ହେବାକୁ ଅପେକ୍ଷା କରିଥିବା ଏକାଧିକ ଛୋଟ ପିଲା ମଧ୍ୟ ଅଣନିଃଶ୍ୱାସୀ ହୋଇ ଅଚେତ ହୋଇଯାଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକଙ୍କୁ ସୁରକ୍ଷାକର୍ମୀ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଥିବା ବେଳେ ବେଙ୍ଗାଲୁରୁରେ ଆରମ୍ଭ ହୋଇଥିବା ବର୍ଷା ସ୍ଥିତିକୁ ଆହୁରି ସାଂଘାତିକ କରିଛି। ବର୍ଷାରୁ ବର୍ତ୍ତିବା ପାଇଁ ଲୋକମାନେ ଠେଲାପେଲା ହେବାରୁ ଦଳଚକଟା ସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି।

ଆରସିବି ଟ୍ରଫି ଜିତିଥିବାରୁ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ବିଜୟ ଉତ୍ସବ ପାଳନ କରାଯାଉଛି। ଏଠାରୁ ଗୋଟିଏ ବିଜୟ ଶୋଭାଯାତ୍ରା ବାହାରିବାର ମଧ୍ୟ ଥିଲା। କିନ୍ତୁ ଏହା ପୂର୍ବରୁ ଷ୍ଟାଡିୟମ ଭିତରେ କର୍ଣ୍ଣାଟକା ସରକାରଙ୍କ ପକ୍ଷରୁ ଖେଳାଳିଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ଆରସିବିର ଷ୍ଟାର ଖେଳାଳି ବିରାଟ କୋହଲିଙ୍କୁ ସମ୍ବର୍ଦ୍ଧନା କରିଥିଲେ। ଏହାପରେ ହଠାତ ବର୍ଷା ହେବାରୁ ଲୋକମାନେ ସୁରକ୍ଷିତ ସ୍ଥାନକୁ ଯିବାକୁ ଚେଷ୍ଟା କରିଥିଲେ। ଏତିକି ବେଳେ ଷ୍ଟାଡିୟମ ବାହାରେ ଦଳାଚକଟା ସ୍ଥିତି ଦେଖାଯାଇଥିଲା। ସ୍ଥିତିକୁ ଦେଖି ଚିନ୍ନାସ୍ୱାମୀ ମେଟ୍ରୋ ଷ୍ଟେସନକୁ ବନ୍ଦ କରି ଦିଆଯାଇଛି। ଷ୍ଟାଡିୟମକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ବନ୍ଦ କରି ଦିଆଯାଇଛି। ପୁଲିସ୍‌ ଭିଡ଼କୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଥିଲେ ହେଁ ଷ୍ଟାଡିୟମ ବାହାରେ ସ୍ଥିତି ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ରହିଛି। କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଏହି ଅଘଟଣରେ ପ୍ରତିକ୍ରିୟା ଦେଇଛନ୍ତି, ”ମୁଁ ଏବେ ମୃତାହତଙ୍କ ସଠିକ୍ ସଂଖ୍ୟା ସ୍ପଷ୍ଟ କରିପାରିବି ନାହିଁ । ବର୍ତ୍ତମାନ ମୁଁ ଘଟଣାସ୍ଥଳକୁ ଯାଉଛି । ଷ୍ଟାଡିୟମରେ ବହୁସଂଖ୍ୟକ ଭାବବିହ୍ୱଳ ଫ୍ୟାନ ଉପସ୍ଥିତ ଥିଲେ ଏବଂ ସୁରକ୍ଷା ଦୃଷ୍ଟିରୁ ଆମେ ୫ ହଜାରରୁ ଊର୍ଦ୍ଧ୍ୱ ପୋଲିସ କର୍ମୀ ମୁତୟନ କରିଥିଲୁ । ସ୍ଥିତି ଉପରେ ନଜର ରଖିଛୁ ଏବଂ ଖୁବଶୀଘ୍ର ଘଟଣାର ବିସ୍ତୃତ ସୂଚନା ଦିଆଯିବ ।”

Previous Post

ଆଜିଠାରୁ ଆରମ୍ଭ ହେଲା ‘ଶୂନ ଦୁର୍ଘଟଣା ଦିବସ’

Next Post

ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ବଡ଼ ଅଘଟଣ: ଭୁଲ୍ ଇଞ୍ଜେକସନ୍‌ରୁ ୬ ରୋଗୀଙ୍କ ମୃତ୍ୟୁ

FNN WEB

FNN WEB

Next Post
ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ବଡ଼ ଅଘଟଣ: ଭୁଲ୍ ଇଞ୍ଜେକସନ୍‌ରୁ ୬ ରୋଗୀଙ୍କ ମୃତ୍ୟୁ

ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜରେ ବଡ଼ ଅଘଟଣ: ଭୁଲ୍ ଇଞ୍ଜେକସନ୍‌ରୁ ୬ ରୋଗୀଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.