• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ ହେଲା ବାସୁଙ୍ଗା ପାଟ

FNN WEB by FNN WEB
June 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ ହେଲା ବାସୁଙ୍ଗା ପାଟ
0
SHARES
1
VIEWS

 ବିଗ୍ରହମାନଙ୍କର ବିଜୟ ଡୋରୀ, ପଇତା, ରାକ୍ଷୀ ଆଦି ପ୍ରସ୍ତୁତିରେ ବ୍ୟବହାର ହୁଏ
 ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ ହୁଏ, କଇଥ ଫଳର ଅଠାରେ ରଙ୍ଗ ଦିଆଯାଏ
 ୧୯୮୧ ମସିହାରୁ ନିରନ୍ତର ଭାବେ ଯୋଗାଇ ଆସୁଛି ସେରିଫେଡ୍
 କେବଳ ବିଗ୍ରହଙ୍କ ସେବାରେ ଲାଗେ, ଏହାର ବାଣିଜ୍ୟିକ ବ୍ୟବହାର ନାହିଁ

ଭୁବନେଶ୍ୱର : ସ୍ଥାନୀୟ ଶହୀଦ ନଗରସ୍ଥିତ ଓଡିଶା ସମବାୟ ଟସର ଓ ରେଶମ ମହାସଂଘ (ସେରିଫେଡ୍) କାର୍ଯ୍ୟାଳୟ ପରିସରରୁ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଆଜି ପ୍ରେରଣ କରାଯାଇଛି । ଏହି ପବିତ୍ର କାର୍ଯ୍ୟକୁ ମାନ୍ୟବର ମନ୍ତ୍ରୀ, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ ପତାକା ଦେଖାଇ ପ୍ରେରଣ କରିଥିଲେ। ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ କରିବା ପୂର୍ବରୁ ମାନ୍ୟବର ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଧୂପ, ଦୀପ, ପୁଷ୍ପାଦି ପ୍ରଦାନ କରି ଭକ୍ତି ଅନ୍ତରରେ ପୂଜାର୍ଚ୍ଚନା କରି ବାସୁଙ୍ଗା ପାଟ ପ୍ରେରଣ କରିଥିଲେ ।

ସୂଚନଯୋଗ୍ୟ, ବାସୁଙ୍ଗା ପାଟ ହେଉଛି ଏକ ପବିତ୍ର ଓ ଅତ୍ୟନ୍ତ ଶକ୍ତିଶାଳୀ ରେଶମ ଡୋର ଯାହା ଚତୁର୍ଦ୍ଧାମୁରତୀଙ୍କ ରଥଯାତ୍ରା ଓ ଅନ୍ୟାନ୍ୟ ପର୍ବପର୍ବାଣୀରେ ବ୍ୟବହୃତ ହୋଇଥାଏ । ଶ୍ରୀମନ୍ଦିରରେ ବିଗ୍ରହମାନଙ୍କର ବିଜୟ ଡୋରୀ, ପଇତା, ରାକ୍ଷୀ ଆଦି ତିଆରି କରିବାରେ ବ୍ୟବହାର କରାଯାଇଥାଏ । ୧୯୮୧ ମସିହାରୁ ସେରିଫେଡ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଏହି ବାସୁଙ୍ଗା ପାଟ ଯୋଗାଇ ଆସୁଛି । ଚଳିତବର୍ଷ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ଯୋଗାଇ ଦିଆଯାଇଛି । ଏହି ବାସୁଙ୍ଗା ପାଟ ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ କରାଯାଇଥାଏ । ଏହା ମୁଖ୍ୟତଃ ଗଜପତି ଜିଲ୍ଲାର ମୋହନା ଓ ଆର. ଉଦୟଗିରୀ ବ୍ଲକର ଜନଜାତି ରେଶମ ଚାଷୀଙ୍କ ଦ୍ଵାରା ଉତ୍ପାଦିତ ହୋଇଥାଏ । ଏଥିରେ କୋରାପୁଟ ଜିଲ୍ଲାରୁ ସଂଗୃହୀତ କଇଥ ଫଳର ଅଠା ଲଗାଯାଇ ରଙ୍ଗାୟିତ କରାଯାଇଥାଏ ।

ଏହି କୋଷାଗୁଡିକୁ ସେରିଫେଡ ଦ୍ଵାରା ସଂଗ୍ରହ କରାଯାଇ କଟକ ଜିଲ୍ଲାର ନୂଆପାଟଣା ସ୍ଥିତ Silk Production & Technical Upgradation Centre ଠାରେ ପ୍ରକ୍ରିୟାକରଣ କରାଯାଏ । ଶ୍ରୀମନ୍ଦିର ପ୍ରଶାସନର ଆବଶ୍ୟକତା ଅନୁଯାୟୀ ବାସୁଙ୍ଗା ପାଟ ଡୋରୀ ଭାବରେ ପ୍ରସ୍ତୁତ କରି ମଧ୍ୟ ପ୍ରେରଣା କରାଯାଇଥାଏ । ଏହି ବାସୁଙ୍ଗା ପାଟକୁ କେବଳ ଶ୍ରୀମନ୍ଦିରର ଧାର୍ମିକ କାର୍ଯ୍ୟ ପାଇଁ ପ୍ରସ୍ତୁତ କରାଯାଉଥିବା ବେଳେ ଏହାର କୌଣସି ବାଣିଜ୍ୟିକ ବ୍ୟବହାର କରାଯାଇନଥାଏ ।

ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ହସ୍ତଶିଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତୀ ଛୋଟରାୟ, ଯୁଗ୍ମ ଶାସନ ସଚିବ (ଆଇଏଏସ) ମଧୁମିତା ରଥ, ସେରିଫେଡ ଅଧ୍ୟକ୍ଷ ଶ୍ରୀ ଭାଗୀରଥି ନନ୍ଦ, ସେରିଫେଡ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିକ୍ରମାଦିତ୍ୟ ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଡିଏନ୍‌ଏନ୍‌ ଲାବୋରେଟୋରୀକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

Next Post

ରବି ଧାନ ସଂଗ୍ରହ ସମୀକ୍ଷା କଲେ ମନ୍ତ୍ରୀ

FNN WEB

FNN WEB

Next Post
ରବି ଧାନ ସଂଗ୍ରହ ସମୀକ୍ଷା କଲେ ମନ୍ତ୍ରୀ

ରବି ଧାନ ସଂଗ୍ରହ ସମୀକ୍ଷା କଲେ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.