• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟ ସରକାର ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ

FNN WEB by FNN WEB
June 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟ ସରକାର ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ
0
SHARES
1
VIEWS

ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ଆଜି ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ବୋଲି ଘୋଷଣା କରିଛନ୍ତି । ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଆଜିର ଦିନଟି ଉତ୍ସର୍ଗୀକୃତ। ପ୍ରଦୂଷିତ ପୃଥ‌ବୀର ଭୟାବହତାକୁ ହୃଦୟଙ୍ଗମ କରି ଅଧିକରୁ ଅଧିକ ସବୁଜ ପରିବେଶ ସୃଷ୍ଟି କରିବା ଏବଂ ପ୍ରକୃତିର ସଂରକ୍ଷଣ କରିବା ଏକାନ୍ତ ଅପରିହାର୍ଯ୍ୟ ହୋଇପଡିଛି। ପରିବେଶ ସଂରକ୍ଷଣ ପାଇଁ ନିଆଯାଉଥିବା ପଦକ୍ଷେପ, ଭବିଷ୍ୟତ ପିଢ଼ି ପାଇଁ ଏକ ସୁସ୍ଥ ଜୀବନଯାପନର ସହଜ ଏବଂ ସରଳ ମାଧ୍ୟମ ହେଇପାରିବ ।

ଆଜି କାଲି ଆମ ଜୀବନରେ ପ୍ଲାଷ୍ଟିକ ଅପରିହାର୍ଯ୍ୟ ହୋଇ ସାରିଛି, ବିଶେଷ ଭାବେ ଏକକ ବ୍ୟବହୃତ ପ୍ଲାଷ୍ଟିକ୍। ଆଜି ପ୍ଲାଷ୍ଟିକର ଅଧିକ ବ୍ୟବହାର ତିନିଗୋଟି ସମସ୍ୟା ଭାବେ ଉଭା ହୋଇଛି, ଜଳବାୟୁ ପରିବର୍ତ୍ତନ, ପ୍ରକୃତିର ଜଳ, ସ୍ଥଳ ଏବଂ ଜୈବ ବିବିଧତାରେ କ୍ଷୟ ଏବଂ ପ୍ରଦୂଷଣ ଓ ଆବର୍ଜନାର ସମସ୍ୟା। ଏହି ପରିପ୍ରେକ୍ଷୀରେ ପ୍ଲାଷ୍ଟିକ ବର୍ଜନ ଏକ ଗଣ ଆନ୍ଦୋଳନ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆମ ସରକାର ମଧ୍ୟ State Clean Air Programme ଆରମ୍ଭ କରିଛନ୍ତି । ଏହା ଜନସଂଖ୍ୟା ବହୁଳ ସହରାଞ୍ଚଳ ମାନଙ୍କରେ ବାୟୁ ପ୍ରଦୂଷଣର ମାତ୍ରା କମାଇବ ଏବଂ ବାୟୁମଣ୍ଡଳରେ Air Quality ବୃଦ୍ଧି ଘଟିବ। ସେଥିପାଇଁ State Pollution Control Board ମଧ୍ୟ ତତ୍ପର ଅଛି। ଆମ ସରକାର ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ ନିଷେଧ ସହ ଏହାର ଦୀର୍ଘସ୍ଥାୟୀ ବିକଳ୍ପକୁ ପ୍ରୋତ୍ସାହନ ଏବଂ ବର୍ଜ୍ୟ ପରିଚାଳନା ପ୍ରଣାଳୀକୁ ସଶକ୍ତ କରିବା ପାଇଁ ସକ୍ରିୟ ପଦକ୍ଷେପ ନେଇଛନ୍ତି। ସମାଜରେ ପ୍ରକୃତ ପରିବର୍ତ୍ତନ ଆଣିବାକୁ ହେଲେ ଏହା ପ୍ରଥମେ ନିଜ ଓ ନିଜ ପରିବାରଠାରୁ ଆରମ୍ଭ ହେବା ଆବଶ୍ୟକ। ‘ଏକ୍ ପେଡ୍ ମା’ କେ ନାମ୍’ ଅଭିଯାନରେ ରାଜ୍ୟ ସରକାର ପ୍ରାୟ ସାଢେ 6 କୋଟି ରୁ ଉର୍ଦ୍ଧ୍ୱ ଗଛ ଲଗାଇ ଏହି ଅଭିଯାନକୁ ସଫଳ କରିଛନ୍ତି ବୋଲି ସେ କହିଥିଲେ।

ସେ ପୁଣି କହିଥିଲେଯେ, ଆମ ସରକାର ଆସିବା ପରେ ଜଙ୍ଗଲ ଓ ବୃକ୍ଷ ଆବରଣରେ ପାଖାପାଖି ୫୬୦ ବର୍ଗ କିଲୋମିଟର ନେଟ୍ ବୃଦ୍ଧି ହୋଇଛି, ଯାହା ସମସ୍ତ ରାଜ୍ୟ ମଧ୍ୟରେ ଚତୁର୍ଥ ସର୍ବାଧିକ। ଜନସାଧାରଣ ଓ ଅନୁଷ୍ଠାନ ଗୁଡିକ ପ୍ରାୟ ୨ କୋଟିରୁ ଉର୍ଦ୍ଧ୍ୱ ଚାରା ରୋପଣ କରି ରେକର୍ଡ ସୃଷ୍ଟି କରିଛନ୍ତି। ଭାରତ ସରକାରଙ୍କ ଦ୍ୱାରା ଆନୁଷ୍ଠାନିକ ଭାବେ ୧୦୭ତମ ଜାତୀୟ ଉଦ୍ୟାନର ମାନ୍ୟତା ପାଇଛି ଶିମିଳିପାଳ। ‘ଆମ ଶିମିଳିପାଳ’ ଯୋଜନା ମାଧ୍ୟମରେ ବନ୍ୟପ୍ରାଣୀ ଓ ଉଦ୍ଭିଦ ସଂରକ୍ଷଣ ଓ ସୁରକ୍ଷା ପାଇଁ ୫୦ କୋଟି ଟଙ୍କା ବ୍ୟୟ ବରାଦରେ ଏକ ନୂତନ ପ୍ରୟାସର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ପରିବେଶ ସୁରକ୍ଷା ତଥା ଏହାର ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଭିନ୍ନ ଜିଲ୍ଲାର ୧୮୫ ପ୍ରକୃତି ମିତ୍ର ଏବଂ ୨୧୧ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରାପ୍ତ ଅନୁଷ୍ଠାନ ତଥା ବ୍ୟକ୍ତିଙ୍କୁ ଅଭିନନ୍ଦନ ଜଣାଉଛି । ମୋର ଦୃଢ ବିଶ୍ବାସ ସେମାନଙ୍କର କାର୍ଯ୍ୟ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହେବ। “Ending Plastic Pollution” ଉପରେ ରାଜ୍ୟସ୍ତରର ଇକୋ-ମଡେଲ ପ୍ରଦର୍ଶନୀର ସମସ୍ତ ଅଂଶଗ୍ରହଣକାରୀ ଓ ବିଜେତା ମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି। ଓଡିଶାରୁ ସର୍ବଶ୍ରେଷ୍ଠ ଇକୋ କ୍ଲବ ପୁରସ୍କାର ବିଜେତା ବିଦ୍ୟାଳୟ ତଥା ଶିକ୍ଷକ ମାନଙ୍କୁ ତାଙ୍କର ନିଷ୍ଠା ଏବଂ ପ୍ରତିବନ୍ଧତା ପାଇଁ ଶୁଭେଚ୍ଛା ଜଣାଉଛି । ସେହିପରି ବିଭିନ୍ନ ଶିଳ୍ପାନୁଷ୍ଠାନ ତଥା ପରିବେଶ ନିୟନ୍ତ୍ରଣ ବିଷୟରେ ସଂଶ୍ଲିଷ୍ଟ ବିଭିନ୍ନ ସଂସ୍ଥା ପ୍ରଦର୍ଶନୀ ମାଧ୍ୟମରେ ସଚେତନତା ସୃଷ୍ଟି କରିବାର ପ୍ରୟାସ କରିଛନ୍ତି, ସେମାନଙ୍କୁ ମୋର ଅଭିନନ୍ଦନ ।

ପ୍ଲାଷ୍ଟିକ୍ ପ୍ରଦୂଷଣକୁ ସମାପ୍ତ କରିବା ସହ ଆମ ନାଗରିକଙ୍କ ପାଇଁ ଏକ ସୁସ୍ଥ ଓ ସ୍ବଚ୍ଛ ପରିବେଶ ବଜାୟ ରଖିବା ପାଇଁ ଆଜି ଆମେ ସଂକଳ୍ପ ନେବା । ଏ ଦିଗରେ ଆପଣ ମାନଙ୍କ ଉଦ୍ୟମ, ମନୋବୃତ୍ତି ଓ ନିଷ୍ଠାପରତାକୁ କାମନା କରୁଛି । ଏକ ସୁସ୍ଥ ସମାଜ ପାଇଁ ଏକ ସୁସ୍ଥ ପରିବେଶ ଦରକାର ଏବଂ ପରିବେଶ ପ୍ରତି ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସମାରୋହରେ ଜନସାଧାରଣଙ୍କୁ ଆହ୍ୱାନ ଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ‘ଏକ ପେଡ ମା କେ ନାମ’ କାର୍ଯ୍ୟକ୍ରମରେ କୃଷି ଶିକ୍ଷା ସଦନ ଠାରେ ପରୀକ୍ଷରୋପଣ କରିଥିଲେ ଏବଂ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆସିଥିବା ଛାତ୍ର ଛାତ୍ରୀଙ୍କ ଦ୍ୱାରା ପରିବେଶ ଦିବସ ଉପଲକ୍ଷେ ପ୍ରଦର୍ଶନୀ ବୁଲି ଦେଖି ଥିଲେ । କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶ୍ରୀ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, State Pollution Control Board ସଦସ୍ୟା ତଥା ସଚିବ ଶ୍ରୀମତୀ ଉମା ନାନ୍ଦୁରୀ ଧନ୍ୟବାଦ ଦେଇଥିଲେ। ଏହି ସମାରୋହରେ, ପି.ସି.ସି.ଏଫ୍ ଏବଂ ଏଚ୍.ଓ. ଏଫ୍.ଏଫ୍ , ଶ୍ରୀ ଏସ୍. ପନ୍ଥ, ବିଭାଗୀୟ ନିର୍ଦ୍ଦେଶକ, ଡ. କେ. ମୁରୁଗେସନ୍ ଙ୍କ ସହ ପରିବେଶବିତ ଓ ବୈଜ୍ଞାନିକ ମାନେ ମଧ୍ୟ ଉପସ୍ଥିତ ଥିଲେ ।

Previous Post

ରବି ଧାନ ସଂଗ୍ରହ ସମୀକ୍ଷା କଲେ ମନ୍ତ୍ରୀ

Next Post

୧୧ରେ ସ୍ନାନପୂର୍ଣ୍ଣିମା, ପୁରୀ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ

FNN WEB

FNN WEB

Next Post
ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ ହେଲା ବାସୁଙ୍ଗା ପାଟ

୧୧ରେ ସ୍ନାନପୂର୍ଣ୍ଣିମା, ପୁରୀ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.