• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ବିଭୋର ଶ୍ରଦ୍ଧାଳୁ

FNN WEB by FNN WEB
June 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ବିଭୋର ଶ୍ରଦ୍ଧାଳୁ
0
SHARES
3
VIEWS

ପୁରୀ: ଭକ୍ତଙ୍କ ମେଳରେ ଭକ୍ତବତ୍ସଳ। ରତ୍ନବେଦୀ ଛାଡ଼ି ସ୍ନାନବେଦୀରେ ମହାବାହୁ। ଚତୁର୍ଦ୍ଧା ବିଗ୍ରହଙ୍କ ସ୍ନାନଯାତ୍ରା ଦେଖି ବିଭୋର ଶ୍ରଦ୍ଧାଳୁ । ଭକ୍ତି ଓ ଆବେଗରେ ଜନ ସମୁଦ୍ର ବଡ଼ଦାଣ୍ଡ। ଘଣ୍ଟ ଘଣ୍ଟା, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର । ଜ୍ୟେଷ୍ଠ ପୂର୍ଣ୍ଣମୀରେ ଅନୁଷ୍ଠିତ ହୋଇଛି ଦାରୁଦିଅଁଙ୍କ ସ୍ନାନ ନୀତି । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୫ ଟା ୩୦ ରେ ମଙ୍ଗଳାର୍ପଣ ସରି ପୁଷ୍ପାଞ୍ଜଳି ଓ ଡୋର ଲାଗି ହୋଇ ଧାଡି ପହଣ୍ଡିରେ ସ୍ନାନମଣ୍ଡପକୁ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି । ପରେ ମଦନମୋହନ ବିଜେ ହୋଇ ମଙ୍ଗଳଆଳତି, ମଇଲମ, ତଡପଲାଗି ନୀତି ସରିବା ପରେ ଅଧର ପୋଛା ନୀତି ସମ୍ପର୍ଣ୍ଣ ହୋଇଥିଲା । ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ପୂର୍ବରୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ୧୦୮ ଗଡୁ ସୁବାସିତ ଜଳକୁ ଗରାବଡୁ ସେବକ ମାନେ ସ୍ନାନମଣ୍ଡପକୁ ବିଜେ କରାଇଥିଲେ । ଶ୍ରୀଜଗନ୍ନାଥଙ୍କୁ ୩୫ଗରା, ଶ୍ରୀବଳଭଦ୍ରଙ୍କୁ ୩୩ଗରା, ଦେବୀ ସୁଭଦ୍ରାଙ୍କୁ ୨୨ ଗରା ଏବଂ ସୁଦର୍ଶନଙ୍କୁ ୧୮ ଗରା ସୁବାସିତ ଜଳରେ ସ୍ନାନ କରାଯାଇଥିଲା । ସ୍ନାନ, ମଇଲମ, ମେକାପ ସର୍ବାଙ୍ଗ, ନୂଆ ଲୁଗା ଲାଗି ଶେଷ ହୋଇ ଛେରାପହଁରା ପରେ ମହାପ୍ରଭୁ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ । ନୀତିକାନ୍ତି ଶୃଙ୍ଖଳିତ ଓ ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ ମହାପ୍ରଭୁଙ୍କୁ କୃତଜ୍ଞତା ଜଣାଇଛନ୍ତି ସେବାୟତ।

ସ୍ନାନ ବେଦୀରେ ମହାପ୍ରଭୁଙ୍କ ସ୍ନାନ ନୀତି ଦେଖି ବିଭୋର ହୋଇଛନ୍ତି ଶ୍ରଦ୍ଧାଳୁ । ହାତୀବେଶରେ ମୁଖ୍ୟତଃ କଦଳୀ ପାଟୁଆ, କଇଁଥ ଅଠା, ସୋଲ, ଜରି, କପଡ଼ା, ଲେସ୍ ଆଦି ବ୍ୟବହାର କରାଯାଏ। ରାଘବ ଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କ ବେଶ ସାମଗ୍ରୀ ଯୋଗାଇ ଦିଆଯାଇଥାଏ। ଗୋପାଳତୀର୍ଥ ମଠ ଦିଏ ଶ୍ରୀବଳଭଦ୍ରଙ୍କ ବେଶ। ପାରମ୍ପରିକ ଭାବେ ପିଢ଼ିପିଢ଼ି ଧରି କାରିଗରମାନେ ହାତୀବେଶ ପ୍ରସ୍ତୁତ କରିଆସୁଛନ୍ତି। କାରିଗରଙ୍କୁ ମଠ ପକ୍ଷରୁ ପାରିଶ୍ରମିକ ଦିଆଯାଏ। ହାତୀବେଶ ପ୍ରସ୍ତୁତ କରି ସମସ୍ତେ ଖୁସି ଅଛନ୍ତି। ମହାପ୍ରଭୁଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ ମହଲରେ ବେଶ୍ ଆବେଗ ରହିଛି। ଏହି ଦୁର୍ଲ୍ଲଭ ବେଶ ଦର୍ଶନ କଲେ କୋଟିପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି।

ଏହି ଦୁର୍ଲ୍ଲଭ ବେଶ ଦର୍ଶନ ପାଇଁ ଲୋକାରଣ୍ଯ ହୋଇଛି ଶ୍ରୀକ୍ଷେତ୍ର । ଅନ୍ୟପଟେ ଭିଡ଼କୁ ଦୃଷ୍ଟିର ରଖି ସହରକୁ ବିଭିନ୍ନ ଜୋନରେ ବିଭକ୍ତ କରାଯାଇଥିବା ସହ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୭୦ ରୁ ପ୍ଲାଟୁନ ଫୋର୍ସ ସହ ୨୫୦ ଅଧିକ ଅଧିକାରୀ ମୁତୟନ ହୋଇଥିଲେ । ଶୃଙ୍ଖଳିତ ଦର୍ଶନ ପାଇଁ ବ୍ଯାରିକେଡ ବ୍ଯବସ୍ଥା କରାଯାଇଥିବାବେଳେ କୌଣସି ଅପ୍ରିତିକର ପରିସ୍ଥିତି ଏଡାଇବାକୁ ସିସିଟିଭିରେ ନଜର ରଖିଥିଲା ପୋଲିସ । ସ୍ନାନମଣ୍ଡପରେ ୧୦୮ ଗରା ଜଳରେ ପ୍ରତକ୍ଷ ସ୍ନାନ ପରେ ଜ୍ବରରେ ପୀଡିତ ହେବେ ଚତୁର୍ଦ୍ଧା ମୂର୍ତ୍ତି । ଅଣସର ତାଟିରେ ଦଇତାପତି ସେବାୟତଙ୍କ ଦ୍ବାରା ଚାଲିବ ଗୁପ୍ତ ଉପଚାର । ଏପଟେ ଶ୍ରୀମନ୍ଦିରରେ ଦର୍ଶନ ଦେବେ ପଟିଦିଅଁ ।

ଆସନ୍ତାକାଲି (ଜୁନ ୧୨)ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ବ୍ରହ୍ମଗିରିରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ପାଇଁ ବ୍ୟାପକ ‌ପୁଲିସ ମୁତୟନ ହେବେ। ୭ ପ୍ଲାଟୁନ ପୁଲିସ୍ ସହ ଜଣେ ସେକ୍‌ସନ ଫୋର୍ସ ସାଦା ପୋଷାକରେ ରହିବେ। ସେହିପରି ଜଣେ ଅତିରିକ୍ତ ପୁଲିସ ଅଧୀକ୍ଷକ, ୪ ଜଣ ଡିଏସ୍‌ପି, ୩ ଜଣ ଇନ୍‌ସପେକ୍ଟ, ୧୭ ଜଣ ଏସ୍‌ଆଇ/ଏଏସ୍‌ଆଇ, ୪ ଜଣ ହାବିଲଦାର, ୬ ଜଣ କନଷ୍ଟେବଳ, ୫୬ ଜଣ ଗୃହରକ୍ଷୀ, ୧୦ ଜଣ ଟ୍ରାଫିକ ପୁଲିସ ଉପସ୍ଥିତ ରହିବେ। ସୁରକ୍ଷା ପାଇଁ ବେରିକେଡ ଲାଗିସାରିଛି। ଅଲାରନାଥଙ୍କ ସାଧାରଣ ଦର୍ଶନ ସକାଳ ୬ଟାରୁ ଆରମ୍ଭ ହେବ। ମହାପ୍ରଭୁଙ୍କର ଏହି ପୀଠରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କର ଭିଡ଼ ରହିବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି।

Previous Post

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

Next Post

ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହ ଭାବ ବିନିମୟ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହ ଭାବ ବିନିମୟ କଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହ ଭାବ ବିନିମୟ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.