• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହ ଭାବ ବିନିମୟ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହ ଭାବ ବିନିମୟ କଲେ ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଓଡ଼ିଶାର ସାଂସ୍କୃତିକ ବିଭବକୁ ବିଶ୍ଵସ୍ତରରେ ପ୍ରତିପାଦିତ କରିବା ପାଇଁ ସରକାର ପ୍ରୟାସରତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ସବୁଠାରୁ ମହତ୍ବପୂର୍ଣ୍ଣ ହେଲେ ସାଧାରଣ ଜନତା। ଜନତାର ପ୍ରତ୍ୟେକବର୍ଗର ଲୋକେ ହେଉଛନ୍ତି ଗଣତାନ୍ତ୍ରିକ ପଦ୍ଧତିର ଅଂଶ ବିଶେଷ। ଏହି ଏକ ବର୍ଷ  ଥିଲା ଲୋକଙ୍କ ଆଶା-ଆକାଂକ୍ଷା ପୂରଣ କରିବାର ବର୍ଷ ଏବଂ ଏହି ବର୍ଷ ଥିଲା ସରକାର-ଜନ ସାଧାରଣଙ୍କ ମଧ୍ୟରେ ଥିବା ଖାଇକୁ ଦୂର କରି ସେତୁ ବାନ୍ଧିବାର ବର୍ଷ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟର ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହିତ ଭାବ ବିନିମୟ ଅବସରରେ କହିଛନ୍ତି।

ବୈଠକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଏକ ବର୍ଷ ମଧ୍ୟରେ ଆମ ସରକାରର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଯେ ଆମେ ଲୋକଙ୍କ ପାଖରେ କିଭଳି ପହଁଚିବୁ, ଏବଂ ଏହାକୁ ଆମେ ସଫଳ କରି ଦେଖାଇଛୁ। ବଜେଟ ଠାରୁ ଆରମ୍ଭ କରି ବିଭିନ୍ନ ଯୋଜନା ଏବଂ ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା, ଏ ସମସ୍ତ କାର୍ଯ୍ୟର ମୁଲ୍ୟାଙ୍କନ ଆଜି ଜନସାଧାରଣ କରୁଛନ୍ତି। ପ୍ରତ୍ୟେକ କାର୍ଯ୍ୟ ହାତକୁ ନେବା ପୂର୍ବରୁ ଆଜି ସରକାର ଲୋକମାନଙ୍କ ମତ ନେଉଛନ୍ତି ଏବଂ ତାଙ୍କ ଫିଡବ୍ୟାକ ଆଧାରରେ ହିଁ ସରକାର ସମସ୍ତ ନୀତି ପ୍ରଣୟନ କରୁଛନ୍ତି ।

ନିର୍ବାଚନ ଇସ୍ତାହାରରେ ପ୍ରତିଶୃତି ଦେଇଥିବା କାର୍ଯ୍ୟ ସହିତ ଅନେକ ଅଭିନବ ପରିକଳ୍ପନାକୁ ରୂପାୟିତ କରାଯାଇଛି। ଓଡ଼ିଶାର ବରପୁତ୍ରମାନଙ୍କୁ ସମ୍ମାନ ପ୍ରଦର୍ଶନ ହେଉ ଅବା ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ଓଡ଼ିଆ ସଂସ୍କୃତିକୁ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ପ୍ରତିପାଦିତ କରିବା ହେଉ, ସବୁଥିରେ ସରକାର ନିଜର ପ୍ରତିଶ୍ରୁତି ରକ୍ଷା କରିଛନ୍ତି । ବର୍ଷକ ସମୟ, ଗୋଟିଏ ସରକାର ପାଇଁ କେବଳ ଅୟମାରମ୍ଭ ମାତ୍ର । ଓଡ଼ିଶାର ସାଂସ୍କୃତିକ ବିଭବକୁ ବିଶ୍ଵସ୍ତରରେ ପ୍ରତିପାଦିତ କରିବା ପାଇଁ ଆମ ସରକାର ଆଗାମୀ ଦିନରେ ମଧ୍ୟ ନିରନ୍ତର ପ୍ରୟାସ ଜାରୀ ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ  ।

ସେ କହିଥିଲେ ଯେ, ଆଗାମୀ ଦିନରେ ୨୧ ଜଣ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠା କରାଯିବ। ସ୍ଵାଧୀନ ଭାରତର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜୟନ୍ତୀ ବର୍ଷବ୍ୟାପୀ କରାଯାଉଛି। କେବଳ ପ୍ରତିମୂର୍ତ୍ତି ଅନାବରଣ ନୁହେଁ, ଆଗାମୀ ଦିନରେ ଏହିଭଳି ମହାନ ବରପୁତ୍ରମାନଙ୍କ ଜନ୍ମସ୍ଥାନରେ ସ୍ମୃତି ସଂଗ୍ରହାଳୟ, ବ୍ୟାଖ୍ୟାନ କେନ୍ଦ୍ର, ଶିଶୁ ଉଦ୍ୟାନ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ଭିତ୍ତିଭୂମି ପ୍ରତିଷ୍ଠା କରିବା ପାଇଁ ଆମେ ଲକ୍ଷ୍ୟ ରଖିଛୁ। ରାଜ୍ୟରେ ପ୍ରାୟ ଶହେରୁ ଦେଢଶହ ଗ୍ରାମ, ଯେଉଁଠି ମହାପୁରୁଷ ଓ ମହୀୟସୀମାନେ ଜନ୍ମ ଗ୍ରହଣ କରିଥିଲେ, ତାଙ୍କ ଗ୍ରାମକୁ ଆଦର୍ଶ ଗ୍ରାମ କରି ତୋଳିବୁ।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଭରଷା ଓ ଦୃଢ ଇଚ୍ଛାଶକ୍ତି ବଳରେ ଆଜି ଓଡିଶା ନିଜ ଅସ୍ମିତା ପାଇଁ ଅନେକ ପଦକ୍ଷେପ ନେଇଛି। ଆଜି ପ୍ରତ୍ୟେକ ସୃଜନଶୀଳତାକୁ ମିଳୁଛି ପରିଚୟ। କଳା ସଂସ୍କୃତି ର ବିକାଶ ହୋଇ ଏହା ଜନାଦୃତ ହୋଇ ପାରୁଛି କେବଳ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରକାଶିତ ପୁସ୍ତକ “ସଂସ୍କୃତି ରୁ ସମୃଦ୍ଧି” ଉନ୍ମୋଚନ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀଶ୍ରୀମତୀ ପ୍ରଭାତୀ ପରିଡ଼ା, ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂହ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜିବ କୁମାର ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ, ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ବିଜୟକେତନ ଉପାଧ୍ୟାୟ ଧନ୍ୟବାଦ ଦେଇଥିଲେ।

Previous Post

ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ବିଭୋର ଶ୍ରଦ୍ଧାଳୁ

Next Post

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

FNN WEB

FNN WEB

Next Post
ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.