• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

FNN WEB by FNN WEB
June 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ
0
SHARES
6
VIEWS


ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭୁବନେଶ୍ବରର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ତଥା ହସ୍ତତନ୍ତ, ହସ୍ତଶିଳ୍ପ ଓ ସ୍ଥାନୀୟ ଉତ୍ପାଦ ସଂପର୍କିତ ପ୍ରଦର୍ଶନୀ ଏବଂ ଫୁଡ୍‌ କୋଟ୍‌ର ଶୁଭାରମ୍ଭ କରିବା ସହିତ ବୁଲି ଦେଖିଥିଲେ । ସୂଚନାଯୋଗ୍ୟ ଯେ ଏହି ବିକାଶ ମେଳା ଜୁନ୍‌ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ମେଳାରେ ବିଭିନ୍ନ ବିଭାଗ ପକ୍ଷରୁ ପ୍ରାୟ ୭୫ରୁ ଅଧିକ ଷ୍ଟଲ୍‌ରେ ଜନସାଧାରଣଙ୍କୁ ସୂଚନା, ଶିକ୍ଷା ଓ ଯୋଗାଯୋଗ ପଦ୍ଧତି ମାଧ୍ୟମରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ସଚେତନ କରାଯାଉଛି । ଏଥିସହିତ ସୁଭଦ୍ରା ଶକ୍ତି ମହିଳା ମାନଙ୍କ ଦ୍ବାରା ୪୦ ରୁ ଅଧିକ ଷ୍ଟଲରେ ଓଡିଆ ପାରମ୍ପାରିକ ଖାଦ୍ୟର ବିବିଧତାକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଫୁଡ୍ ଫେଷ୍ଟିଭାଲ ମଧ୍ୟ ଆୟୋଜନ କରାଯାଇଛି ।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ଷକ ତଳେ ରାଜ୍ୟବାସୀ ଯେଉଁ ଆଶା ଆକାଂକ୍ଷା ନେଇ ଶାସନରେ ପରିବର୍ତ୍ତନ ଆଣିଥିଲେ ଓ ଆମକୁ ଦାୟିତ୍ବ ଭାର ଦେଇଥିଲେ, ଆମେ ଲୋକଙ୍କ ସେହି ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ଦୃଢ ପ୍ରତିବଦ୍ଧତାର ସହ କାର୍ଯ୍ୟ ଜାରି ରଖିଛୁ । ବିଗତ ଏକ ବର୍ଷ ଥିଲା ଆମ ପାଇଁ ଆହ୍ବାନର ବର୍ଷ । ଆମର ସବୁ କାର୍ଯ୍ୟକ୍ରମରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଆମକୁ ମାର୍ଗଦର୍ଶନ ଦେଇଆସିଛନ୍ତି। ଏହି ସମୟ ମଧ୍ୟରେ ଆମେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛୁ ଏବଂ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ଗୁଡିକୁ ବାସ୍ତବତାରେ ପରିଣତ କରିଛୁ । ଆମ ପ୍ରତିଶ୍ରୁତି ପାଣିର ଗାର ନୁହେଁ, ପଥରରେ ଅଙ୍କା ଯାଇଥିବା ଅଲିଭା ଗାର। କଥା ଦେଇଥିଲୁ କଥା ରଖିଛୁ ।

ସେ କହିଥିଲେ ଗଣତନ୍ତ୍ରରେ ଲୋକଙ୍କ ସ୍ବର ହିଁ ଭଗବାନଙ୍କ ସ୍ବର। ଯଦି ଲୋକେ ସେମାନଙ୍କ ନିର୍ବାଚିତ ସରକାରଙ୍କୁ ନିଜର କଥା, ନିଜର ବ୍ୟଥା କହିପାରିବେନି, ସେ ପ୍ରକାର ଗଣତନ୍ତ୍ର ଆତ୍ମାହୀନ। ଆମ ସରକାର ଆସିବା ପରେ ମୁଁ ବ୍ୟକ୍ତିଗତ ଭାବେ ଲୋକଙ୍କୁ ଭେଟି ଛୋଟବଡ ସମସ୍ୟା on the spot ସମାଧାନ କରିବା ପାଇଁ ମନସ୍ତ କଲି । ଗତ ଏକ ବର୍ଷ ମଧ୍ୟରେ ଓଡିଶାର ସମସ୍ତ ଜିଲ୍ଲାକୁ ଗସ୍ତ କରି ଲୋକଙ୍କ ସହ କଥାବାର୍ତ୍ତା କରିଛି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛି । ପୁରା ସରକାରକୁ ସମ୍ବଲପୁର ନେଇ ଯାଇ ଲୋକଙ୍କ କଥା ଶୁଣିଥିଲି । ଆଗାମୀ ଦିନରେ ଓଡିଶାର ବିଭିନ୍ନ ନିର୍ବାଚନମଣ୍ଡଳୀ ଗସ୍ତ କରିବାର ଯୋଜନା ରହିଛି । ସେ ପୁଣି କହିଥିଲେ ଯେ ଦୁର୍ନୀତି ବିରୁଦ୍ଧରେ ଯୁଦ୍ଧଂ ଦେହି ଡାକରା ଦିଆଯାଇଛି । ଗୋଟିଏ ବର୍ଷର ରେକର୍ଡ ଦେଖନ୍ତୁ। ଆଜି ପିଅନ ଠାରୁ ଆଇ.ଏ. ଏସ୍ ଅଧିକାରୀ ପର୍ଯ୍ୟନ୍ତ କୌଣସି ଦୁର୍ନୀତିଗସ୍ତ ଅଧିକାରୀ ଓ କର୍ମଚାରୀ ସୁରକ୍ଷିତ ନୁହନ୍ତି ।

ସେ ଆହୁରି କହିଥିଲେ ଯେ ଲୋକଙ୍କ ପାଇଁ କାମ କରିବାର ଦୃଢ ଇଚ୍ଛାଶକ୍ତି ଓ ପ୍ରତିବଦ୍ଧତା ଯୋଗୁ ଆମ ଲୋକଙ୍କୁ ଦେଇଥିବା ୨୧ଟି ପ୍ରତିଶ୍ରୁତି ମଧ୍ୟରୁ ପ୍ରାୟ ସମସ୍ତ ପ୍ରମୁଖ ପ୍ରତିଶ୍ରୁତିକୁ ସଫଳତାର ସହ କାର୍ଯ୍ୟକାରୀ କରିଛୁ । ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଜୀଙ୍କ ମାର୍ଗଦର୍ଶନ ଓ ଅକୁଣ୍ଠ ସମର୍ଥନ ଆମକୁ ଏ ଦିଗରେ ବିଶେଷ ସାହାଯ୍ୟ କରିଥିଲା । ପ୍ରଥମରୁ ଆମେ ସମାଜର ସବୁ ବର୍ଗର ସଶକ୍ତିକରଣ ଦିଗରେ କାର୍ଯ୍ୟ ଆରମ୍ଭ କରିଥିଲୁ । ବିଶେଷକରି ଗରିବ, ଚାଷୀ, ମହିଳା, ଯୁବବର୍ଗଙ୍କ ସଶକ୍ତିକରଣ ଥିଲା ପ୍ରମୁଖ ଆବଶ୍ୟକତା । ସେ ଦିଗରେ ଆମେ ନିଷ୍ଠାପର ଉଦ୍ୟମ କରିଛୁ । ବିରୋଧୀ କେବଳ ବିରୋଧ କରିବା ଉଦ୍ଦେଶ୍ୟରେ ଅନେକ କଥା କରୁଛନ୍ତି । ୨୪ ବର୍ଷ ମଧ୍ୟରେ ସେମାନେ ଯେଉଁ କାମ କରି ନଥିଲେ, ଆମେ ୨୪ ମିନିଟ୍‌ ଭିତରେ କରି ଦେଖାଇପାରିଛୁ । କୃଷକ କଲ୍ୟାଣ ଯୋଜନା ମାଧ୍ୟମରେ ରାଜ୍ୟରେ ପ୍ରତି ଚାଷୀ ପରିବାର ର ବାର୍ଷିକ ଆୟରେ ଅତି କମ୍‌ରେ ୩୦ ହଜାର ଟଙ୍କା ବୃଦ୍ଧି ହୋଇଛି। ଜନଜାତି ସଂପ୍ରଦାୟର ସର୍ବାଙ୍ଗୀନ ବିକାଶ ପାଇଁ ଉଦ୍ୟମ ଜାରି ରହିଛି । ସମସ୍ତଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିଛୁ । ଯୁବବର୍ଗଙ୍କ ପାଇଁ ସରକାରୀ ନିଯୁକ୍ତିର ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି କରିଛୁ । SEBC ବର୍ଗର ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସ୍ଥାନ ସଂରକ୍ଷିତ ହୋଇଛି । ୨୭ ହଜାରରୁ ଉର୍ଦ୍ଧ୍ବ ସରକାରୀ ନିଯୁକ୍ତି ପ୍ରଦାନ କରାଯାଇଛି । ଉତ୍କର୍ଷ ଓଡିଶା ୨୦୨୫ ମାଧ୍ୟମରେ ୧୭ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ସହିତ ୧୨.୯୦ ଲକ୍ଷ ଯୁବକଯୁବତୀଙ୍କ ପାଇଁ ନିଯୁକ୍ତିର ସୁଯୋଗ ସୃଷ୍ଟି କରାଯାଇଛି । ଓଡିଶାର ପ୍ରତ୍ୟେକ ଅଞ୍ଚଳକୁ ବିକାଶର ସୁଫଳ ପହଞ୍ଚାଇବା ପାଇଁ ଆମ ସରକାର ଦକ୍ଷିଣ ଓଡିଶା ବିକାଶ ପରିଷଦ ଓ ଉତ୍ତର ଓଡିଶା ବିକାଶ ପରିଷଦ ଗଠନ କରିଛନ୍ତି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ କହିଥିଲେ ଯେ ଯଶସ୍ବୀ ପ୍ରଧାନମନ୍ତ୍ରୀ ଆମକୁ ଆତ୍ମନିର୍ଭରଶୀଳତାର ମନ୍ତ୍ର ଦେଇଛନ୍ତି । ତେଣୁ ଓଡିଶାକୁ ପ୍ରତ୍ୟେକ ସ୍ତରରେ ଆତ୍ମନିର୍ଭରଶୀଳ କରିବା ପାଇଁ ଆମେ ମଧ୍ୟ ନିଷ୍ଠାପର ଉଦ୍ୟମ କରୁଛୁ। ଆମର ଲକ୍ଷ୍ୟ ଏକ ଆତ୍ମନିର୍ଭରଶୀଳ ଓ ସମୃଦ୍ଧ ଓଡିଶା । ଗାଁର ବିକାଶ ହେଲେ, ବିକଶିତ ଓଡିଶାର ସ୍ବପ୍ନ ସାକାର ହେବ। ଏହାକୁ ଲକ୍ଷ୍ୟ ରଖି ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭାରମ୍ଭ କରାଯାଇଛି। ଏହି ଜନମଙ୍ଗଳକାରୀ ଯୋଜନା ଗ୍ରାମାଞ୍ଚଳ ଲୋକଙ୍କ ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ଅଭିବୃଦ୍ଧି ଆଣିବାରେ ସହାୟକ ହେବ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁବିକାଶ ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଏକାମ୍ର ଭୁବନେଶ୍ବର ବିଧାୟକ ଶ୍ରୀ ବାବୁ ସିଂହ ଉପସ୍ଥିତ ଥିଲେ । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ ଓ ସ୍ଵେଚ୍ଛାସେବୀମାନଙ୍କ ସହ ଭାବ ବିନିମୟ କଲେ ମୁଖ୍ୟମନ୍ତ୍ରୀ

Next Post

ଗୋ-ସେବକ ହତ୍ୟା ଘଟଣା: ଇଣ୍ଟରନେଟ ସେବା ବନ୍ଦ,୧୬୧ ଧାରା ଜାରୀ

FNN WEB

FNN WEB

Next Post
ଗୋ-ସେବକ ହତ୍ୟା ଘଟଣା: ଇଣ୍ଟରନେଟ ସେବା ବନ୍ଦ,୧୬୧ ଧାରା ଜାରୀ

ଗୋ-ସେବକ ହତ୍ୟା ଘଟଣା: ଇଣ୍ଟରନେଟ ସେବା ବନ୍ଦ,୧୬୧ ଧାରା ଜାରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.