• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସରକାରଙ୍କ ଏକ ବର୍ଷ ପୂର୍ତ୍ତି: ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ସରକାରଙ୍କ ଏକ ବର୍ଷ ପୂର୍ତ୍ତି: ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
0
SHARES
5
VIEWS

ଲୋକଙ୍କ ସହିତ ଯୋଡି ହେବାର ପ୍ରୟାସ ଆମ ସରକାରଙ୍କ ହଲ୍‍ମାର୍କ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ, ସ୍ଥାନୀୟ ମହାତ୍ମାଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କରିଥିଲେ। ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଗଣତନ୍ତ୍ରରେ ଜନତା ହେଉଛନ୍ତି ଜନାର୍ଦ୍ଦନ। ଜନତାଙ୍କ ସେବାରେ ହିଁ ଜୀବନର ସାର୍ଥକତା। ଓଡିଶାରେ ଡବଲ ଇଞ୍ଜିନ ସରକାର, ଡବଲ ସ୍ପିଡରେ କାମ କରି ଲୋକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିପାରୁଛି। ଆମ ସରକାରଙ୍କ ଏକ ହଲ୍‍ମାର୍କ ହେଉଛି, ଲୋକଙ୍କ ସହିତ ଯୋଡି ହେବାର ପ୍ରୟାସ। ଏହି ଏକ ବର୍ଷରେ ଅନେକ କ୍ଷେତ୍ରରେ ଓଡ଼ିଶାର କାୟାକଳ୍ପ ହୋଇଛି। ମହିଳା, କୃଷକ, ଆଦିବାସୀ ଓ ଯୁବବର୍ଗର ସଶକ୍ତିକରଣ ସହିତ ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ଗାଁ ଠାରୁ ସହର ପର୍ଯ୍ୟନ୍ତ ସମସ୍ତଙ୍କ ମଧ୍ୟରେ ଆଶାର ସମ୍ଭାର ସୃଷ୍ଟି ହୋଇପାରିଛି। ଆଜି ଯେଉଁ ବିକାଶ ବାହନ ଯାତ୍ରା ଆରମ୍ଭ ହେବାକୁ ଯାଉଛି, ତାହା ହେଉଛି ଆମ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସହିତ ଜନସାଧାରଣ ମାନଙ୍କୁ ଯୋଡିବାର ଆଉ ଏକ ପ୍ରୟାସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଥିଲେଯେ ଆମେ ଏହି ବର୍ଷେ ମଧ୍ୟରେ ଲାଗୁ କରିଥିବା ସମସ୍ତ ଯୋଜନାର ସଫଳତା ପାଇଁ ଜନଭାଗିଦାରୀର ବ୍ୟାପକ ଆବଶ୍ୟକତା ରହିଛି। ବିଭିନ୍ନ ସୂଚନା ଓ ଶିକ୍ଷା ଭିତ୍ତିକ କାର୍ଯ୍ୟକ୍ରମ ମାଧ୍ୟମରେ ଅପହଞ୍ଚ ଅଞ୍ଚଳରେ ରହୁଥିବା ଲୋକଙ୍କ ନିକଟରେ ପହଞ୍ଚି, ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଏବଂ କାର୍ଯ୍ୟକ୍ରମ ବିଷୟରେ ନାଗରିକମାନଙ୍କୁ ସଚେତନ କରାଯାଇ ଲୋକଙ୍କୁ ଯୋଜନା ସହିତ ଯୋଡିବା ଆମର ଲକ୍ଷ୍ୟ। ଏହା ଦ୍ୱାରା ପ୍ରଶାସନ ଲୋକାଭିମୁଖୀ ହୋଇପାରୁଛି। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେଯେ, ସ୍ୱଚ୍ଛ, ଉତ୍ତରଦାୟୀ ଓ ଲୋକାଭିମୁଖୀ ଶାସନର ଏକ ବର୍ଷ ପୂରଣ ଅବସରର, ପ୍ରଶାସନକୁ ଜନ ସାଧାରଣଙ୍କ ଦ୍ୱାର ନିକଟରେ ପହଞ୍ଚାଇବା ପାଇଁ ଓଡ଼ିଶାର ୩୧୪ ଟି ବ୍ଲକ, ୧୧୫ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ୫ଟି ମହାନଗର ନିଗମରେ ଗଡିବ ସ୍ୱତନ୍ତ୍ର ‘ବିକାଶ ବାହନ’ ।ଏହି ବାହନ ଜରିଆରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ‘ପ୍ରଗତି ପ୍ରବାହ’ ପୁସ୍ତକ ଏବଂ ଏକ ବର୍ଷର ସଫଳତାର ତଥ୍ୟ ସମ୍ବଳିତ ପୁସ୍ତିକା ମଧ୍ୟ ସମସ୍ତଙ୍କ ପାଖରେ ପହଞ୍ଚିବ । ଏହାଦ୍ୱାରା ଲୋକମାନେ ସରକାରଙ୍କ ବିଭିନ୍ନ ଯୋଜନା ଓ ସଫଳ କାର୍ଯ୍ୟକ୍ରମ ସମ୍ପର୍କରେ ଜାଣିପାରିବେ । ବିଭିନ୍ନ ଯୋଜନା ଉପରେ ଆଧାରିତ ଭିଡିଓ ମଧ୍ୟ ଦେଖିପାରିବେ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ପ୍ରଥମ ଦିନରୁ ଜନତାଙ୍କ ସହିତ ଯୋଡି ହେବାର ଯେଉଁ ପ୍ରୟାସ ଆରମ୍ଭ ହୋଇଥିଲା, ଆଜି ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେହି ପ୍ରୟାସକୁ ଆହୁରି ଜୋରଦାର କରାଯାଇଛି। ଏହି ପ୍ରସାର କାର୍ଯ୍ୟକ୍ରମ ମାଧ୍ୟମରେ, ସରକାର, ଜନସାଧାରଣଙ୍କ ଭାଗୀଦାରିତାରେ ‘ବିକଶିତ ଓଡ଼ିଶା’ ତଥା ସମୃଦ୍ଧ ଓଡ଼ିଶା ଗଠନର ବୃହତ୍ତର ଲକ୍ଷ୍ୟକୁ ସାକାର କରିବା ପାଇଁ ପ୍ରୟାସ କରିଛନ୍ତି । ଏହି ଅବସରରେ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ କହିଥିଲେଯେ, ଲୋକଙ୍କ ଆଶୀର୍ବାଦରେ ଆଜି ଡବଲ ଇଞ୍ଜିନର ସରକାର ଓଡ଼ିଶାର ସାମଗ୍ରିକ ବିକାଶ ଓ ସମୃଦ୍ଧିର ଦାୟିତ୍ବରେ ଅଛନ୍ତି l କେନ୍ଦ୍ରରେ ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ରାଜ୍ୟରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ସମୃଦ୍ଧ ଓଡ଼ିଶାର ନିର୍ମାଣ ପାଇଁ ସଂକଳ୍ପବଦ୍ଧ । ଏହି ସମୟ ରାଜ୍ୟର ବିକାଶ ଓ ରାଷ୍ଟ୍ରର ପ୍ରଗତି ପାଇଁ ସ୍ବପ୍ନ, ସଂକଳ୍ପ ଓ ସମ୍ଭାବନାର ସମୟ ପ୍ରମାଣିତ ହୋଇଛି l ଏହି ସମୟ ରାଜ୍ୟର ବିକାଶ ଓ ରାଷ୍ଟ୍ରର ପ୍ରଗତି ପାଇଁ ସ୍ବପ୍ନ, ସଂକଳ୍ପ ଓ ସମ୍ଭାବନାର ସମୟ ପ୍ରମାଣିତ ହୋଇଛି l ଏହି ବିକାଶ ବାହନର ଶୁଭାରମ୍ଭ ଆମ ସରକାରଙ୍କ ଓଡ଼ିଶାବାସୀଙ୍କ ପ୍ରତି ସମର୍ପଣର ନୂତନ ଅଧ୍ୟାୟ l ଇତ୍ୟବସରରେ, ଏକାମ୍ର-ଭୁବନେଶ୍ୱର ବିଧାୟକ, ଶ୍ରୀ ବାବୁ ସିଂ ଓ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ମଞ୍ଚାସୀନ ଥିଲେ l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ସ୍ୱାଗତ ଭାଷଣ ଦେଇଥିବା ବେଳେ, ବିଭାଗୀୟ କମିଶନର ତଥା ସଚିବ ଶ୍ରୀ ଗିରିଶ ଏସ. ଏନ ଧନ୍ୟବାଦ ଦେଇଥିଲେ l

Previous Post

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ

Next Post

ଇଣ୍ଡିଆନ ଅଏଲ ପାରାଦୀପ ରିଫାଇନାରୀ ଓଡିଶା ପ୍ରଗତିକୁ ତ୍ବରାନ୍ବିତ କରିଛି

FNN WEB

FNN WEB

Next Post
ଇଣ୍ଡିଆନ ଅଏଲ ପାରାଦୀପ ରିଫାଇନାରୀ ଓଡିଶା ପ୍ରଗତିକୁ ତ୍ବରାନ୍ବିତ କରିଛି

ଇଣ୍ଡିଆନ ଅଏଲ ପାରାଦୀପ ରିଫାଇନାରୀ ଓଡିଶା ପ୍ରଗତିକୁ ତ୍ବରାନ୍ବିତ କରିଛି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.