• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଟକ ଠାରେ ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 13, 2025
in ଓଡ଼ିଶା, ମୁଖ୍ୟ ଖବର
0
କଟକ ଠାରେ ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଓଡିଶାର ନାରୀ ଶକ୍ତିକୁ ଆମର ସବୁଠାରୁ ଶ୍ରେଷ୍ଠ ଶକ୍ତି କରି ଗଢିତୋଳିବା ଏହି ସମାବେଶର ଏକମାତ୍ର ଉଦ୍ଦେଶ୍ୟ

ନାରୀଙ୍କୁ ସମ୍ମାନ ପ୍ରଦାନ କରିବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା

ସୁଭଦ୍ରା ଯୋଜନାର ସଫଳତା ଆମ ବଳିଷ୍ଠ ସଂକଳ୍ପର ଏକ ପ୍ରକୃଷ୍ଟ ଉଦାହରଣ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ, ନାରୀଙ୍କୁ ସମ୍ମାନ ପ୍ରଦାନ କରିବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା। ଏହି ସମାବେଶର ଏକମାତ୍ର ଉଦ୍ଦେଶ୍ୟ ହେଉଛି, ଓଡିଶାର ନାରୀ ଶକ୍ତିକୁ ଆମର ସବୁଠାରୁ ଶ୍ରେଷ୍ଠ ଶକ୍ତି କରି ଗଢିତୋଳିବା। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ଏକ ବର୍ଷ ପୂରଣ ପରେ ଦ୍ଵିତୀୟ ବର୍ଷର ପ୍ରଥମ କାର୍ଯ୍ୟକ୍ରମ ହେଉଛି, ଆମର ଏହି ନାରୀ ଶକ୍ତି ସମାବେଶ। କାରଣ, ଆମେ ବିଶ୍ବାସ କରୁ ଯେ ଯେତେ ପର୍ଯ୍ୟନ୍ତ ରାଜ୍ୟର ଅଧା ଜନସଂଖ୍ୟାର ବିକାଶ ହୋଇ ନାହିଁ, ରାଜ୍ୟ କେବେ ବି ବିକଶିତ ହୋଇ ପାରିବ ନାହିଁ। ଐତିହାସିକ ସହର କଟକ ଠାରେ ଏହିକାର୍ଯ୍ୟକ୍ରମର ଶୁଭାରମ୍ଭ ଓଡିଶାର ମାଆ ଓ ଭଉଣୀ ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିବ ବୋଲି ମୁଁ ଦୃଢ ନିଶ୍ଚିତ।

ନାରୀ ମାନଙ୍କ ସଶକ୍ତିକରଣ ପାଇଁ ଆମର ସବୁଠୁ ଯୁଗାନ୍ତକାରୀ ଯୋଜନା ହେଉଛି ସୁଭଦ୍ରା ଯୋଜନା। ସୁଭଦ୍ରା ଯୋଜନା ହେଉଛି ଓଡିଶାର ଇତିହାସରେ ସବୁଠାରୁ ବଡ ମହିଳା କଲ୍ୟାଣ କାର୍ଯ୍ୟକ୍ରମ। କେବଳ ମହିଳା ନୁହେଁ ଏତେ ବୃହତ ସାମାଜିକ କଲ୍ୟାଣକାରୀ ଯୋଜନା ପୂର୍ବରୁ କରାଯାଇ ନ ଥିଲା। ଆମ ସରକାର ଓଡିଶାର ପ୍ରତ୍ୟେକ ଗାଁ, ପ୍ରତ୍ୟେକ ପରିବାର ସହିତ ସଂଯୋଗ କରି ତଥ୍ୟ ସଂଗ୍ରହ କରିଛନ୍ତି। ଘରକୁ ଘର ବୁଲି, ଆମେ ଅଧିଂକାଶ ପରିବାର ସହିତ ଯୋଗାଯୋଗ କରିଛୁ। ବିଶେଷ କରି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଯେଉଁଠାରେ ମା ମାନେ ଏତେ ସଚେତନ ନୁହନ୍ତି, ସେଠାରୁ ତଥ୍ୟ ଅଣାଯାଇ ସେମାନଙ୍କୁ ଏହି ଯୋଜନାରେ ଯୋଡାଯାଇଛି। ସୁଭଦ୍ରା ଯୋଜନାର ସଫଳତା ଆମ ବଳିଷ୍ଠ ସଂକଳ୍ପର ଏକ ପ୍ରକୃଷ୍ଟ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଥିଲେ ଯେ, ଓଡିଶାର ବିଭିନ୍ନ ଅଞ୍ଚଳରେ ଅନେକ ମା’ ମାନେ ସୁଭଦ୍ରା ସହାୟତାକୁ ଏକାଠି କରି ବିଭିନ୍ନ ପ୍ରକାର ଅର୍ଥନୈତିକ କାରବାର, ମିଳିତ କୃଷି କାର୍ଯ୍ୟ କରି ନିଜ ପରିବାରପାଇଁ ଭଲ ରୋଜଗାର କରୁଛନ୍ତି। ଏହି ସୁଭଦ୍ରା ସହାୟତା ହେଉଛି ମାଆ ମାନଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ୱାବଲମ୍ବୀ କରିବାର ଏକ ଲମ୍ବା ଯାତ୍ରା। ମହିଳାଙ୍କୁ ଆର୍ଥିକ ସ୍ତରରେ ସ୍ବାବଲମ୍ବୀ କରିବା ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜୀ ‘“ଲକ୍ଷପତି ଦିଦି” ଯୋଜନାର ପରିକଳ୍ପନା କରିଥିଲେ। ଏହା ଆମ ରାଜ୍ୟ ପାଇଁ, ବିଶେଷ ଭାବେ ଆମ ରାଜ୍ୟର ମା’ ମାନଙ୍କ ପାଇଁ ଖୁସିର ବିଷୟ ଯେ ଓଡ଼ିଶା ବର୍ତ୍ତମାନ “ଲକ୍ଷପତି ଦିଦି” ସୃଷ୍ଟି କରିବାରେ ସମଗ୍ର ଭାରତରେ ପ୍ରଥମ ସ୍ଥାନରେ ଅଛି। ଆମେ ୧୬ ଲକ୍ଷରୁ ଅଧିକ ଲକ୍ଷପତି ଦିଦି ସୃଷ୍ଟି କରିଛୁ।

ସେ ପୁଣି କହିଥିଲେ ଯେ, ଚଳିତ ବର୍ଷ ରାଜ୍ୟର ସମସ୍ତ ସରକାରୀ ବିଭାଗ ମିଳିତ ଭାବରେ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ୩,୬୯୫ କୋଟି ଟଙ୍କାର ବ୍ୟବସାୟିକ ସୁଯୋଗ ପ୍ରଦାନ କରିଛନ୍ତି। ଏହା ଆମ ରାଜ୍ୟର ଇତିହାସରେ ସର୍ବକାଳୀନ ରେକର୍ଡ। ୩.୦୭ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରାୟ ୩୦୦ କୋଟି ଟଙ୍କାର ସୁଧ ଫେରସ୍ତ କରାଇ ସେମାନଙ୍କର ଆର୍ଥିକ ସ୍ୱପ୍ନକୁ ସାକାର କରିବାରେ ସହାୟକ ହୋଇଛୁ। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା (MSPY) ମାଧ୍ୟମରେ ଆମେ ମହିଳା ଓ ପିଲାମାନଙ୍କ ସୁସ୍ଥ ଭବିଷ୍ୟତ ପାଇଁ ଆବଶ୍ୟକ ପୁଷ୍ଟିକର ଖାଦ୍ୟ ଯୋଗାଇଦେବାର ବ୍ୟବସ୍ଥା କରୁଛୁ। ମହିଳା ସଶକ୍ତିକରଣ ଆମପାଇଁ ଏକ ସ୍ଲୋଗାନ ନୁହେଁ। ଚଳିତ ବର୍ଷ ବଜେଟରେ କେବଳ ମହିଳାଙ୍କ ପାଇଁ ୮୯ ହଜାର ୮୬୧ କୋଟି ଟଙ୍କାର ପ୍ରାବଧାନ ମହିଳାଙ୍କ ପାଇଁ ଆମର ପ୍ରତିବଦ୍ଧତା। ମହିଳା ସଶକ୍ତିକରଣରେ ଓଡିଶା ଦେଶର ଏକ ମଡେଲ ରାଜ୍ୟ ଭାବରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ପ୍ରେରଣା ହେବ।

ନିଜ ବକ୍ତବ୍ୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ନାରୀ ଶକ୍ତିର ଅମୃତ ଚେତନାରେ ଉଦ୍ଦୀପିତ ହୋଇ ଏକ ବିକଶିତ, ସମୃଦ୍ଧ ଏବଂ ଗର୍ବିତ ଓଡ଼ିଶା ଗଢ଼ିବା ପାଇଁ ସଂକଳ୍ପ ନେବା ପାଇଁ ଆହ୍ୱାନ ଦେଇଥିଲେ। ଏହି ଅବସରରେ ଅଭିଭାଷଣ ରଖି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡା କହିଛନ୍ତି ଯେ, ଆଜିର ଏହି ଉତ୍ସବ କେବଳ ସମ୍ମାନର ନୁହେଁ, ବରଂ ଓଡ଼ିଶାକୁ ଏକ ସମାନତା, ସମୃଦ୍ଧି ଓ ପ୍ରଗତିର ରାଜ୍ୟ ଭାବେ ଗଠନ କରିବାର ସଂକଳ୍ପ ଉତ୍ସବ । ମୁଁ ଆପଣ ସମସ୍ତଙ୍କୁ କଥା ଦେଉଛି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ସୁଭଦ୍ରା ସହାୟତା ଓ ସ୍ଵୟଂ ସହାୟକ ଗୋଷ୍ଠୀର କାର୍ଯ୍ୟଶୈଳୀକୁ ଆହୁରି ତ୍ୱରାନ୍ୱିତ କରି ଆଗାମୀ ବର୍ଷରେ ଆମେ ପ୍ରତି ପରିବାରର ଜଣେ ଲକ୍ଷପତି ଦିଦି ଓ ପ୍ରତି ପଞ୍ଚାୟତରେ ଜଣେ କରୋଡ଼ ପତି ଦିଦି ସୃଷ୍ଟି କରିବୁ। ଏହି ଅବସରରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପୋଷଣ ଅଭିଯାନରେ ତୃଣମୂଳ ସ୍ତରରୁ ରାଜ୍ୟସ୍ତରର ବିଭିନ୍ନ ଲିଖିତ ଓ ଫଟୋ ଚିତ୍ର ସମ୍ବଳିତ ଏକ କଫି ଟେବୁଲ ବୁକ ମୁଖ୍ୟମନ୍ତ୍ରୀ ଓ ସମସ୍ତ ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚନ କରାଯାଇଥିଲା। ଏଥିସହିତ ମହିଳା ସଶକ୍ତିକରଣ ବିଭାଗ ଦ୍ୱାରା ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ମହିଳା ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ କଟକ ସାଂସଦ, ଶ୍ରୀ ଭର୍ତ୍ତୃହରି ମହତାବ, ଜଗତସିଂହପୁର ସାଂସଦ ଶ୍ରୀ ବିଭୁପ୍ରସାଦ ତରାଇ, କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ସେଠୀ, ବଡମ୍ବା ବିଧାୟକ ଶ୍ରୀ ବିଜୟ ଦଳବେହେରା, ନିଆଳି ବିଧାୟକ ଶ୍ରୀ ଛବି ମଲ୍ଲିକ, ମାହାଙ୍ଗା ବିଧାୟକ ଶ୍ରୀ ସାରଦା ପ୍ରସାଦ ପ୍ରଧାନ ଓ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ପ୍ରମୁଖ ମଂଚାସୀନ ଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ଧନ୍ୟବାଦ ଦେଇଥିଲେ।

Previous Post

୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

Next Post

ଜଳ ପରିଚାଳନାରେ ଏଆଇ ଉପରେ ଗୁରୁତ୍ୱ

FNN WEB

FNN WEB

Next Post
ଜଳ ପରିଚାଳନାରେ ଏଆଇ ଉପରେ ଗୁରୁତ୍ୱ

ଜଳ ପରିଚାଳନାରେ ଏଆଇ ଉପରେ ଗୁରୁତ୍ୱ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.