• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 16, 2025
in ଓଡ଼ିଶା, ମୁଖ୍ୟ ଖବର
0
୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
6
VIEWS

ପ୍ରତିବଦ୍ଧ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର : ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି।
ସୂଚନା ଯୋଗ୍ୟ ଯେ, ଆଜି ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏଥିରେ ପୂର୍ତ୍ତ ବିଭାଗର ୫୬୩ଟି, ଜଳ ସମ୍ପଦ ବିଭାଗର ୬୨ଟି, ପଞ୍ଚାୟିତ ରାଜ ଓ ପାନୀୟ ଜଳ ବିଭାଗର ୧୧୭ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨୦୪ଟି ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧୮ଟି ପଦବୀରେ ନିଯୁକ୍ତି ଦିଆଯାଇଛି। ଏହି ସବୁ ପଦବୀ ଗୁଡିକ ମଧ୍ୟରେ କନିଷ୍ଠ ଯନ୍ତ୍ରୀ, କନିଷ୍ଠ ପ୍ରବର୍ତ୍ତନ ଅଧିକାରୀ, ଟ୍ରେସର, ବୈଧ ମାପ ବିଜ୍ଞାନ ନିରୀକ୍ଷକ, ଜୁନିଅର ଆକାଉଣ୍ଟାଣ୍ଟ ପଦବୀ ରହିଛି।

ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତଙ୍କୁ ରଜ ଶୁଭେଚ୍ଛା ଜଣାଇ ଉଦବୋଧନ ଦେଇ କହିଥିଲେ ଯେ, ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ, ନିଜକୁ ଜନସାଧାରଣଙ୍କ ସେବକ ଭାବି ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷା ପୂରଣ କରିବା ଏବଂ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ ପ୍ରତିଶ୍ରୁତିବଦ୍ଧ ହୋଇ ଆପଣ ମାନେ କାମ କରିବେ ବୋଲି ମୋର ଆଶା ଓ ବିଶ୍ୱାସ । ସରକାରୀ ସ୍ତରରେ ଆପଣଙ୍କ ଦ୍ୱାରା ନିଆଯାଉଥିବା ପ୍ରତ୍ୟେକ ନିଷ୍ପତ୍ତି ଓ କାର୍ଯ୍ୟ ଜନ ମଙ୍ଗଳ ଉପରେ ଯେପରି ଆଧାରିତ ହେବ ସେଥପ୍ରତି ଆପଣ ମାନେ ଯତ୍ନବାନ ହେବେ।

ସେ ପୁଣି କହିଥିଲେ, ବିଗତ କିଛି ବର୍ଷ ଧରି ସରକାରୀ କ୍ଷେତ୍ରରେ ନିଯୁକ୍ତି ପ୍ରକ୍ରିୟା ମନ୍ଥର ଗତିରେ ଚାଲିଥିଲା। ଆମ ସରକାର ଆସିବା ପରେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ଯୁବ ଶକ୍ତିଙ୍କ ନିୟୋଜନକୁ ଗୁରୁତ୍ୱଦେଇ ଅପାର ନିଯୁକ୍ତି ସୁଯୋଗ ସୃଷ୍ଟି କରୁଛୁ। ଆମ ସରକାର ୫ ବର୍ଷରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି ନେଇଛି। ପ୍ରଥମ ଦୁଇ ବର୍ଷରେ ୬୫ ହଜାର ପଦବୀ ପୂରଣ ହେବ। ଆଜି ସୁଦ୍ଧା ୨୮,୩୪୬ ସରକାରୀ ନିଯୁକ୍ତି ଦିଆଗଲାଣି। ଏହା ଆମ ପାଇଁ ଏକ ଐତିହାସିକ ଉପଲବ୍ଧି। ୨୦୨୬ ଜୁନ ସୁଦ୍ଧା ଆମେ ଆମର ଧାର୍ଯ୍ୟ ଲକ୍ଷ୍ୟ ୬୫ ହଜାର ଅତିକ୍ରମ କରିଯାଇଥିବୁ। କେବଳ ସରକାରୀ ସ୍ତରରେ ନୁହେଁ, ବେସରକାରୀ ସ୍ତରରେ ପ୍ରଥମ ବର୍ଷରେ ଆମେ ୪୫ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ। ଗୋଟଏ ବର୍ଷ ମଧ୍ୟରେ ଆମେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୭୩,୩୪୬ ଜଣଙ୍କୁ ନିଯୁକ୍ତି ଦେଇଛୁ।

ସେ ଆହୁରି କହିଥିଲେ, ଯୁବ ଶକ୍ତିକୁ ନିଯୁକ୍ତି ଦେବା ଓ ସେମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଅଭିଯାନ ଆମ ସରକାରଙ୍କ ଦ୍ୱାରା କ୍ରମାଗତ ଭାବେ ଆଗେଇ ଚାଲିଛି। ଯୁବ ଗୋଷ୍ଠୀଙ୍କ ପାଇଁ ନିଯୁକ୍ତି ବୟସ ସୀମାକୁ ୪୨ ବର୍ଷକୁ ବୃଦ୍ଧି କରାଯାଇଛି। ଶିଳ୍ପାୟନ ମାଧ୍ୟମରେ ମଧ୍ୟ ଆମେ ଯୁବ ଶକ୍ତିଙ୍କ ପାଇଁ ଆଣିଛୁ ବିପୁଳ ନିଯୁକ୍ତି ସୁଯୋଗ। ଉତ୍କର୍ଷ ଓଡିଶା ୨୦୨୫ ରାଜ୍ୟରେ ୧୬ଟି କ୍ଷେତ୍ରରେ ୧୭ ଲକ୍ଷର ପୁଞ୍ଜିନିବେଶ ସହ ୧୨.୯୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିଛି। ଉତ୍କର୍ଷ ଓଡିଶା ଆୟୋଜନର ୫ ମାସ ମଧ୍ୟରେ ୫୬ଟି ଶିଳ୍ପାନୁଷ୍ଠାନର ଉଦଘାଟନ ଓ ଭିତ୍ତିପ୍ରସ୍ତର ଦିଆଯାଇଛି। ଏହା ମାଧ୍ୟମରେ ୧.୧୦ ଲକ୍ଷ ନିଯୁକ୍ତି ନିଶ୍ଚିତ ହୋଇଛି।

ସେ ପୁଣି କହିଥିଲେ, ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ, ପାରଦର୍ଶୀ ଓ ଦୁର୍ନୀତିମୁକ୍ତ କରିବା ପାଇଁ କଡା ଆଇନ ପ୍ରଣୟନ କରାଯାଇଛି। ଶେଷରେ ମୁଖ୍ୟମନ୍ତ୍ରୀ ନବ ନିଯୁକ୍ତଙ୍କୁ ସମାଜ ଓ ରାଜ୍ୟର ବିକାଶ ପାଇଁ ସମସ୍ତେ ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ କାର୍ଯ୍ୟର ସଫଳ ରୂପାୟନ ପାଇଁ ଦୃଢ ପ୍ରତିବଦ୍ଧ ହେବା ପାଇଁ ଆହ୍ୱାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ବିଭିନ୍ନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

୧୮ ନୁହେଁ,୨୦ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍

Next Post

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଅର୍ଥ କମିଶନ ଅଧ୍ୟକ୍ଷ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଅର୍ଥ କମିଶନ ଅଧ୍ୟକ୍ଷ

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଅର୍ଥ କମିଶନ ଅଧ୍ୟକ୍ଷ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.