• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
0
SHARES
1
VIEWS

“ଆଦିବାସୀ ଶକ୍ତି ସମାବେଶ” ସଂସ୍କୃତି ଓ ପରମ୍ପରାର ଏକ ଅପୂର୍ବ ମିଳନ

ଓଡ଼ିଶାର ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି

କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ଜନଜାତି କଲ୍ୟାଣ ପାଇଁ ପ୍ରତିବଦ୍ଧ

ଆଗାମୀ ୧୧ ବର୍ଷ ରେ ସମୃଦ୍ଧ ଓଡିଶାର ଲକ୍ଷ୍ୟକୁ ସାକାର କରିବାକୁ ହେଲେ ରାଜ୍ୟର ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ କରିବାକୁ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି ତେଣୁ ଏହି ସଂସ୍କୃତିର ବିକାଶ ପାଇଁ ଆଗାମୀ ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ଓଡିଶାରେ ପରିଣତ କରିବାକୁ ହେବ। ଆଗାମୀ ୧୧ ବର୍ଷ ଭିତରେ ଏହି ଲକ୍ଷ୍ୟକୁ ସାକାର କରିବାକୁ ହେଲେ ରାଜ୍ୟର ୪୦ ପ୍ରତିଶତ ଜନସଂଖ୍ୟା ବିଶିଷ୍ଟ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ କରିବାକୁ ହେବ।

ଆଜି ଏହି “ଆଦିବାସୀ ଶକ୍ତି ସମାବେଶ” ରେ ସଂସ୍କୃତି ଓ ପରମ୍ପରାର ଏକ ଅପୂର୍ବ ମିଳନ ହେଉଛି। ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ମେଳା ରାଜ୍ୟର ସମସ୍ତ ଆଦିବାସୀ ସମ୍ପ୍ରଦାୟଙ୍କୁ ଏକାଠି କରିବାର ଓ ସେମାନଙ୍କୁ ପରସ୍ପରର ସଂସ୍କୃତି ସହ ପରିଚିତ କରାଇବାର ଏକ ସୁଯୋଗ ସୃଷ୍ଟି କରି ଆସୁଛି । ଏହି ସମାବେଶର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଆଦିବାସୀ ସମ୍ପ୍ରଦାୟର ସମସ୍ତ ସମସ୍ୟା ଓ ଆବଶ୍ୟକତାକୁ ସୁନିଶ୍ଚିତ କରିବା। ଆମେ ତାଙ୍କର ଶିକ୍ଷା, ସ୍ୱାସ୍ଥ୍ୟ, ଓ ସାମାଜିକ ସୁରକ୍ଷାରେ ଉନ୍ନତି କରିବା ପାଇଁ ପ୍ରତିବଦ୍ଧ ବୋଲି ସେ କହିଥିଲେ।

ଓଡିଶାର ପ୍ରାଣ ହେଉଛନ୍ତି ଏହାର ଜନଜାତି । ରାଜ୍ୟର ପ୍ରାୟ ଏକ ଚତୁର୍ଥାଂଶ ହେଉଛନ୍ତି ଆଦିବାସୀ ସଂପ୍ରଦାୟ ।ଆଦିବାସୀ ଜନଜାତି ଆଜି ଭାରତର ଶ୍ରେଷ୍ଠ ସ୍ଥାନ ଗ୍ରହଣ କରିଛନ୍ତି ଏବଂ ମୟୂରଭଞ୍ଜରୁ ୭ ଜଣ ଆଦିବାସୀ ସମ୍ପ୍ରଦାୟ ର ବିଧାୟକ ମାନେ ଆଜି ଏହି ଜିଲ୍ଲାର ପ୍ରତିନିଧିତ୍ବ କରୁଛନ୍ତି, ଏହା ଆମ ପାଇଁ ଗୌରବର ବିଷୟ । ଯେତେବେଳେ ସମ୍ମାନର କଥା ଆସେ ଏଇ ମୟୂରଭଞ୍ଜ ମାଟିର ଜଣେ ସାଧାରଣ ପରିବାରର ଝିଅ ବହୁ ବାଧାବିଘ୍ନ ସତ୍ତ୍ୱେ ଆଜି ଦେଶରା ପ୍ରଥମ ନାଗରିକ, ମହାମହିମ ରାଷ୍ଟ୍ରପତି ପଦରେ ଦେଶକୁ ଗୌରବାନ୍ଵିତ କରୁଛନ୍ତି। କେବଳ ମୟୂରଭଞ୍ଜ ନୁହେଁ ସାରା ଦେଶର ଜନଜାତି ଝିଅ, ପ୍ରତ୍ଯେକ ମହିଳାଙ୍କ ପାଇଁ ପ୍ରାରଣାର ଉତ୍ସ। ଭାରତୀୟ ସଂସ୍କୃତି ଓ ପରମ୍ପରା ଜନଜାତିଙ୍କ ବିନା କଳ୍ପନା କରିବା ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି।

ସେ କହିଛନ୍ତିଯେ, କେନ୍ଦ୍ର ସରକାରଙ୍କ ସହିତ ଓଡିଶା ରାଜ୍ୟ ସରକାର ଜନଜାତି କଲ୍ୟାଣ ପାଇଁ ପ୍ରତିବଦ୍ଧ। ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଅଧିନରେ ରାଜ୍ୟର ଜନଜାତି ସମୁଦାୟର ଜୀବିକା ବିକାଶକୁ ପ୍ରୋତ୍ସାହନ କରାଯାଉଛି । କୃଷି, ଜଳସେଚନ ଓ ପଶୁପାଳନ ମାଧ୍ୟମରେ ୧.୪୫ ଲକ୍ଷ ଜନଜାତି ପରିବାରର ଜୀବିକା ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆସିଛି । ୫ ହଜାର ଆଦିବାସୀ ଯୁବକ ଓ ଯୁବତୀମାନେ ପ୍ରତ୍ୟେକେ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପାଇ ଲଘୁ ଉଦ୍ୟୋଗ ଆରମ୍ଭ କରି ଉପକୃତ ହୋଇଛନ୍ତି । ଛାତ୍ରଛାତ୍ରୀଙ୍କ ଆବାସିକ ଶିକ୍ଷାକୁ ସହଜ କରିବା ପାଇଁ ୨୦୨୪ ଆର୍ଥିକ ବର୍ଷରେ ୮୩ ଗୋଟି ନୂତନ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରାବାସ, ୨୩ଟି ଅନ୍ୟାନ୍ୟ ପଛୁଆବର୍ଗ ଛାତ୍ରାବାସ ଏବଂ ୨୨୯ ଗୋଟି ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସ ପାଇଁ ମୋଟ ୭୩୨.୪୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।

ଶିକ୍ଷାକୁ ସୁଦୂରପ୍ରସାରି କରିବା ନିମନ୍ତେ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ସ୍ତରରେ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାଟିକୁ ଆରମ୍ଭ ହୋଇଛି । ଆବାସିକ ବିଦ୍ୟାଳୟଗୁଡ଼ିକୁ ଅତ୍ୟାଧୁନିକ ଶିକ୍ଷାନୁଷ୍ଠାନରେ ପରଣିତ କରିବା ଲକ୍ଷ୍ୟରେ ସହିଦ ଲକ୍ଷ୍ମଣ ନାୟକ ଆଦର୍ଶ ଆଶ୍ରମ ବିଦ୍ୟାଳୟ ଯୋଜନା ନିମନ୍ତେ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ‘ବିକଶିତ ଓଡିଶା, ବିକଶିତ ଭାରତ’ର ସାରଥି କରିବା ଉଦ୍ଦେଶ୍ୟରେ ରାଜ୍ୟରେ ପିଏମ୍-ଜନମନ ଯୋଜନାର ପ୍ରଚାରପ୍ରସାର କରାଯାଉଛି । ଏହି ଅଭିଯାନ ରାଜ୍ୟର ୧୪ ଟି ଜିଲ୍ଲାର ୧୬୭୯ ଟି ଗ୍ରାମରେ ବାସ କରୁଥିବା ୨,୯୪,୭୧୨ ଜଣ ବିଶେଷ ଭାବେ ଅନୁନ୍ନତ ଜନଜାତି ସମୁଦାୟ (ପିଭିଟିଜି) ଙ୍କ ନିକଟରେ ପହଞ୍ଚିବ । ରାଜ୍ୟ ସରକାର ଆଦିବାସୀ ସଂସ୍କୃତି ଓ ଐତିହ୍ୟ ଭବନ ଏବଂ ଆଦିବାସୀ ଭାଷା ପ୍ରତିଷ୍ଠାନ ନିମନ୍ତେ ଯଥାକ୍ରମେ ୧୦୦ କୋଟି ଓ ୫୦ କୋଟି ଟଙ୍କା ବ୍ୟୟ ବରାଦରେ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଓଡିଶାର ସାମଗ୍ରିକ ବିକାଶ ପାଇଁ ଆମ ସରକାର ଏକ ରଣ କୌଶଳ ପ୍ରସ୍ତୁତ କରିଛନ୍ତି। ଆଦିବାସୀ ସଶକ୍ତିକରଣ ଆମ ପାଇଁ କେବଳ ଏକ ସ୍ଲୋଗାନ କିମ୍ବା ଭୋଟ ପାଇଁ ଇଭେଣ୍ଟ ମେନେଜ୍ମେଣ୍ଟ ନୁହେଁ। ଏହା ଆମ ସରକାରଙ୍କ ଆପଣଙ୍କ ପାଇଁ ପ୍ରତିବଦ୍ଧତା। ପ୍ରତ୍ୟେକ ଆଦିବାସୀ ପରିବାରରେ ଶିକ୍ଷାର ପ୍ରସାର ହିଁ ଆଦିବାସୀ ସମାଜର ବିକାଶ ବୋଲି ଗଣଶିକ୍ଷା ତଥା ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ। ଗରିବ, ଅବହେଳିତ ଆଦିବାସୀ ଭାଇ ଭଉଣୀ ମାନଙ୍କ ସମସ୍ତ ମୌଳିକ ଆବଶ୍ୟକତା ପୂର୍ଣ୍ଣ କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପଂଚାୟତିରାଜ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ କହିଥିଲେ।

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଥିଲେଯେ, ଜନଜାତିମାନଙ୍କ ସାମାଜିକ ବ୍ୟବସ୍ଥା, ସାଂସ୍କୃତିକ ବୈଭବ ଓ ମୌଳିକତାକୁ ବଜାୟ ରଖିବାକୁ ପଡିବ କାରଣ ଆମ ସଂସ୍କୃତିର ମୂଳପିଣ୍ଡ ହେଉଛନ୍ତି ଆମ ଆଦିମ ଅଧିବାସୀ। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଥିଲେ ଯେ, ଆଦିବାସୀଙ୍କ ଉନ୍ନତିର କେବଳ ଆମ ସଂସ୍କୃତିର ବିକାଶ ନୁହେଁ ବରଂ ଆମ ପର୍ଯ୍ୟାବରଣର ବିକାଶ। ଉକ୍ତ କାର୍ଯ୍ୟକ୍ରମରେ ଆଦିବାସୀ ଲୋକକଳା, ସଂସ୍କୃତି ଓ ପରମ୍ପରା ସମ୍ବନ୍ଧରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ବ୍ୟକ୍ତି ବିଶେଷଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ।

କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟସଭା ସାଂସଦ, ଶ୍ରୀମତୀ ମମତା ମହାନ୍ତ, ବାଲେଶ୍ୱର ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମୟୁରଭଞ୍ଜ ସାଂସଦ, ଶ୍ରୀ ନବଚରଣ ମାଝୀ, ଉଦଳା ବିଧାୟକ, ଶ୍ରୀ ଭାସ୍କର ମଢେଇ, କରଞ୍ଜିଆ ବିଧାୟକ, ଶ୍ରୀ ପଦ୍ମଚରଣ ହାଇବୁରୁ, ସାରସକଣା ବିଧାୟକ ଶ୍ରୀ ଭାଦବ ହାଂସଦା, ବାରିପଦା ବିଧାୟକ, ଶ୍ରୀ ପ୍ରକାଶ ସୋରେନ, ରାଇରଙ୍ଗପୁର ବିଧାୟକ, ଶ୍ରୀ ଜଲେନ୍‍ ମୁର୍ମୁ, ବାଙ୍ଗିରିପୋଷି ବିଧାୟିକା, ସୁଶ୍ରୀ ସଞ୍ଜଳି ମୁର୍ମୁ ପ୍ରମୁଖ ମଂଚାସୀନ ଥିଲେ। ବଡ଼ସାହି ବିଧାୟକ ଶ୍ରୀ ସନାତନ ବିଜୁଳି ସ୍ୱାଗତଭାଷଣ ଦେଇଥିବା ବେଳେ, ଅନୁସୂଚିତ ଜାତି ଏବଂ ଜନଜାତି ବିଭାଗ ନିର୍ଦ୍ଦେଶିକା ଶ୍ରୀମତୀ ପୋମା ଟୁଡୁ ଧନ୍ୟବାଦ ଦେଇଥିଲେ।

Previous Post

ଆସନ୍ତା ୨୦ରେ ଦୁଇ ସହରରେ ବନ୍ଦ ରହିବ ସ୍କୁଲ

Next Post

ନାଲକୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ପ୍ରସ୍ତୁତି

FNN WEB

FNN WEB

Next Post
ନାଲକୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ପ୍ରସ୍ତୁତି

ନାଲକୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ପ୍ରସ୍ତୁତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.