• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆସୁଛନ୍ତି ପ୍ରଧାନମନ୍ତ୍ରୀ: କରିବେ ରୋଡ୍ ଶୋ’, ଭେଟିଦେବେ ୧୯ହଜାର କୋଟିର ପ୍ରକଳ୍ପ

FNN WEB by FNN WEB
June 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୋଦୀ ସରକାର ୩.୦: ପ୍ରଧାନମନ୍ତ୍ରୀଙ୍କ ଆଗରେ ୫ ବଡ ଆହ୍ବାନ, ନୂଆ ସେନାଧ୍ୟକ୍ଷ-ଆଇବି ମୁଖ୍ୟଙ୍କ ହେବ ଚୟନ
0
SHARES
2
VIEWS

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ । ମୋହନ ସରକାରଙ୍କ ପ୍ରଥମ ବର୍ଷପୂର୍ତ୍ତି ଉତ୍ସବରେ ସାମିଲ ହୋଇ ମୋଟ ୧୮୬୦୦କୋଟି ଟଙ୍କାର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଏହାସହିତ ବିମାନ ବନ୍ଦରରୁ ଏକ ବିଶାଳ ରୋଡ୍ ଶୋ’ କରିବା ସହ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ ବୋଲି ଜଣାପଡ଼ିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ୨ଘଣ୍ଟିଆ ଓଡ଼ିଶା ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ପ୍ରଧାନମନ୍ତ୍ରୀ ମୋଦି ଆସନ୍ତାକାଲି ଅପରାହ୍ନ ୩ଟା ୪୦ମିନିଟରେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ୩ଟା ୪୫ମିନିଟରୁ ୪ଟା ୧୫ ପର୍ଯ୍ୟନ୍ତ ରୋଡ୍ ଶୋ’ ଓ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ । ଜନତା ମଇଦାନରେ ଆୟୋଜିତ ବର୍ଷପୂର୍ତ୍ତି ଉତ୍ସବରେ ପ୍ରଧାନମନ୍ତ୍ରୀ ୪ଟା ୧୫ମିନିଟରୁ ୫ଟା ୩୦ମିନିଟ୍ ପର୍ଯ୍ୟନ୍ତ ରହିବେ । ଆଉ ୫ଟା ୪୫ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରୁ ଆନ୍ଧ୍ରପ୍ରଦେଶ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବା ନିମନ୍ତେ ଭବ୍ୟ ପ୍ରସ୍ତୁତି ହୋଇଛି । ବିମାନ ବନ୍ଦରରୁ ଜନତା ମଇଦାନ ପର୍ଯ୍ୟନ୍ତ ରାସ୍ତାର ୨୮ଟି ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ପ୍ରାୟ ୨ଲକ୍ଷ ଲୋକ ଏହି ରୋଡ୍ ଶୋ’ରେ ସାମିଲ ହେବେ । ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରୁ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ ଓ କଳିଙ୍ଗ ଷ୍ଟାଡ଼ିୟମରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍ ଶୋ’ରେ ଯୋଗ ଦେବେ । ଜନତା ମଇଦାନରେ ପ୍ରାୟ ଏକ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି ।

ମୋହନ ସରକାରଙ୍କ ପ୍ରଥମ ବର୍ଷପୂର୍ତ୍ତି ଅବସରରେ ଆୟୋଜିତ ଉତ୍ସବରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ମୋଦି ମୋଟ ୧୮୬୦୦କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଏଥିରେ ୬୦ଟି ପ୍ରକଳ୍ପର ଶିଳାନ୍ୟାସ ଓ ୪୫ଟି ପ୍ରକଳ୍ପର ଉଦଘାଟନ ସାମିଲ ଅଛି । ଏସବୁ ପ୍ରକଳ୍ପ ମଧ୍ୟରେ ପାନୀୟ ଜଳ, ସିଂଚନ, କୃଷି , ସ୍ୱାସ୍ଥ୍ୟ ଭିତ୍ତିଭୂମି, ସଡ଼କ ଓ ବ୍ରିଜ୍ , ଜାତୀୟ ରାଜପଥ ଓ ନୂଆ ରେଳମାର୍ଗ ସାମିଲ ଅଛି ।

ବୌଦ୍ଧ ଜିଲ୍ଲାକୁ ପ୍ରଥମଥର ଜାତୀୟ ରେଳ ନେଟୱାର୍କ ସହ ସଂଯୋଗ କରି ନୂତନ ଟ୍ରେନ ସେବାର ଶୁଭାରମ୍ଭ କରିବେ । କ୍ରୁଟ୍ ପରିବହନ ଅଧୀନରେ ୧୦୦ଟି ଇଲେକ୍ଟ୍ରିକ ବସର ଶୁଭାରମ୍ଭ ମଧ୍ୟ କରିବେ । ସେହିପରି ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଶା ୨୦୩୬- ଭିଜନ ଡକ୍ୟୁମେଂଟର ଉନ୍ମୋଚନ କରିବା ସହ ମୁଖ୍ୟମନ୍ତ୍ରୀ ଅନ୍ତୋଦୟ ଯୋଜନାରେ ୫୦ହଜାର ହିତାଧିକାରୀ ଗୃହ କାର୍ଯ୍ୟାଦେଶ ବଂଟନ, ଆୟୁଷ୍ମାନ ବୟୋବନ୍ଦନା ଯୋଜନା କାର୍ଡ ବଂଟନ, ଲକ୍ଷପତି ଦିଦିଙ୍କୁ ସମ୍ବର୍ଦ୍ଧନା କରିବେ ବୋଲି ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଜନତା ମଇଦାନକୁ ଯାଇ ସେଠାରେ ରାଜ୍ୟସ୍ତରୀୟ ବର୍ଷପୂର୍ତ୍ତି ଉତ୍ସବ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ଉପସ୍ଥିତିରେ ରାଜ୍ୟ ମୁଖ୍ୟ ସଚିବ, ପୁଲିସ ଡିଜି ଓ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ପ୍ରଧାନମନ୍ତ୍ରୀ ଗସ୍ତ ଓ ସୁରକ୍ଷା ପାଇଁ ମୋଟ ୧୩୩ଟି ପ୍ଲାଟୁନ ପୁଲିସ୍ ଫୋର୍ସ ଓ ୫୦୦ରୁ ଅଧିକ ଅଧିକାରୀ ନିୟୋଜିତ ହେବେ । ୬୦ ଜଣ ଓଏଏସ ଅଧିକାରୀଙ୍କୁ କାର୍ଯ୍ୟକ୍ରମର ତଦାରଖ ଦାୟିତ୍ୱ ଦିଆଯାଇଛି ।

Previous Post

ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ଦେଲେ ନିର୍ଦ୍ଦେଶ

Next Post

ମୋଦିଙ୍କ ପାଇଁ ଦେଶ ଆଜି ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ମୋଦିଙ୍କ ପାଇଁ ଦେଶ ଆଜି ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

ମୋଦିଙ୍କ ପାଇଁ ଦେଶ ଆଜି ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.