ଭୁବନେଶ୍ବର:”ଓଡ଼ିଶା ପାଇଁ ଆଜି ଗୌରବମୟ ମୁହୂର୍ତ୍ତ । ପ୍ରଧାନମନ୍ତ୍ରୀ ମୋଦିଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି । ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳିସାରିଛି । ଓଡ଼ିଶା ବିକାଶ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିଛି । ସମସ୍ତ ୩୦ ଜିଲ୍ଲା ଗସ୍ତ କରି ଲୋକଙ୍କ ଦୁଃଖ ବୁଝିଛି । ରାଜ୍ୟରେ ୧୭ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରି ସାରା ଦେଶରେ ଆମେ ପ୍ରଥମ ହୋଇପାରିଛୁ ।” ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ରାଜ୍ୟପାଳ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ମନ୍ତ୍ରୀମାନେ ଉପସ୍ଥିତ ରହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଦେଶ ଆଜି ପୂରା ସୁରକ୍ଷିତ । ଭାରତ ବିଶ୍ବର ଚତୁର୍ଥ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର ହୋଇପାରିଛି । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି। ଓଡ଼ିଶା ବିକାଶ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିଛୁ । ଚାଷୀଙ୍କୁ ୮ ଶହ ଟଙ୍କା ବୋନସ ପ୍ରଦାନ କରିଛୁ । ବିକଶିତ ଗାଁ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛୁ । ୨୮ ହଜାରରୁ ଊର୍ଦ୍ଧ୍ବ ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ । ଭିଜନ ଡକ୍ୟୁମେଣ୍ଟ ୨୦୩୬ ମଧ୍ୟ ପ୍ରସ୍ତୁତ କରି ସାରିଛୁ । ୨୦୩୬ ପାଇଁ ୩୬ଟି ପ୍ରମୁଖ କାର୍ଯ୍ୟ ପାଇଁ ନିଷ୍ପତ୍ତି ନେଇ ସାରିଛୁ । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବିକଶିତ ଓଡ଼ିଶା ସ୍ବପ୍ନ ପୂରଣ ହେବାକୁ ଯାଉଛି । ଓଡ଼ିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଅଭିଭାଷଣରେ କହିଥିଲେ ଆଜି ସମଗ୍ର ଦେଶ କହୁଛି “ମୋଦୀ ହେ ତୋ, ଦେଶ ସୁରକ୍ଷିତ ହେ”। ମୋଦୀଙ୍କ ନେତୃତ୍ୱରେ ଦେଶ ବିକାଶର ନୂତନ ଶିଖର ଛୁଇଁଁଛି ଓ ଗତ ୧୧ ବର୍ଷ ମଧ୍ୟରେ ଦେଶର ପ୍ରତ୍ୟେକ ଶ୍ରେଣୀର ଲୋକଙ୍କ ଉନ୍ନତି ଘଟିଛି। ଭାରତ ବିଶ୍ୱର ଚତୁର୍ଥ ସବୁଠୁ ବଡ଼ ଅର୍ଥନୀତି ହୋଇଛି ଏବଂ ଖୁବ ଶୀଘ୍ର ୫ ଟ୍ରିଲିଅନ୍ ଡଲାର ଅର୍ଥନୀତି ହେବାକୁ ଯାଉଛି। ଦେଶରେ ଦାରିଦ୍ର୍ୟ ହାର ୨୭.୧% ରୁ ୫.୩%କୁ ହ୍ରାସ ପାଇଛି।














