• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

FNN WEB by FNN WEB
June 21, 2025
in ଓଡ଼ିଶା, ମୁଖ୍ୟ ଖବର
0
ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
0
SHARES
4
VIEWS

ରାଜ୍ୟରେ ଡାଇରିଆ ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର : ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସମୀକ୍ଷା କରିଛନ୍ତି। ରାଜ୍ୟରେ ପରିସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଓ ନୂତନ ସଂକ୍ରମିତଙ୍କ ସଂଖ୍ୟା ସମ୍ପୂର୍ଣ୍ଣ ହ୍ରାସ ପାଇଥିବା ନେଇ ବୈଠକରୁ ଜଣାପଡିଛି ଏବଂ ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଡାଇରିଆ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ସହିତ ଜନଜୀବନ ସ୍ୱାଭାବିକ ସ୍ଥିତିକୁ ଫେରି ଆସୁଛି।

ବୈଠକରେ ସରକାରଙ୍କ ବିଭିନ୍ନ ବିଭାଗର ସମନ୍ଵିତ ପ୍ରୟାସ ଯୋଗୁଁ ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି ଓ ସଂକ୍ରମଣ ଦ୍ରୁତ ହ୍ରାସ ପାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେବେ ପରିସ୍ଥିତି ଯେପରି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିବ, ସେଥିପାଇଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରଠୁ ମେଡ଼ିକାଲ କଲେଜ ଯାଏଁ ଚିକିତ୍ସା ସେବାକୁ ବର୍ତ୍ତମାନ ପରି ସମନ୍ଵିତ ଭାବରେ କାର୍ଯ୍ୟକ୍ଷମ ରଖିବାପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ସଚିବ ଏବଂ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଯେଉଁଠାରେ ରୋଗର ଆଶଙ୍କା ଅଛି କିନ୍ତୁ କେସ ନାହିଁ, ସେଠାରେ ଆଗୁଆ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଦଶହରା ପର୍ଯ୍ୟନ୍ତ ସମସ୍ତ ପ୍ରଭାବିତ ଏବଂ ସମ୍ଭାବ୍ୟ ପ୍ରଭାବିତ ଅଂଚଳ ମାନଙ୍କରେ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ସୂଚନା ଦିଆଯାଇଥିଲା ଯେ, ସମସ୍ତ ଶିକ୍ଷାନୁଷ୍ଠାନରେ ପାନୀୟ ଜଳର ବିଶୋଧନ ପ୍ରକ୍ରିୟା ଚାଲୁରହିଛି। କୌଣସି ସ୍କୁଲରେ ପିଲା ଯେପରି ରୋଗରେ ନପଡନ୍ତି ସେଥିପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ସମସ୍ତ ନିୟମାବଳୀ ପାଳନ କରି ପ୍ରତିରୋଧକ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତିଯେ, ଯେଉଁ ବିଭିନ୍ନ ସ୍ଥାନ ମାନଙ୍କରେ ଯେଉଁଠାରେ ଷ୍ଟ୍ରିଟ ଫୁଡ ବିକ୍ରି ହେଉଛି, ସେହି ସ୍ଥାନ ମାନଙ୍କରେ ଖାଦ୍ୟ ପଦାର୍ଥର କଡାକଡି ଯାଞ୍ଚ କରିବା ଆବଶ୍ୟକ ଏବଂ ସେହି ଅଂଚଳ ଗୁଡିକୁ ବିଶୋଧନ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବା ଦରକାର। ସମସ୍ତ ଗାଁ ଗହଳି ଅଂଚଳରେ ନଳକୂପ ଗୁଡିକୁ ବିଶୋଧିତ କରିବା ଏବଂ ସେହି ଅଂଚଳର ପାନୀୟଜଳର ପରୀକ୍ଷା କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ସୂଚନାଯୋଗ୍ୟଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟର ସମସ୍ତ ପ୍ରଭାବିତ ଜିଲ୍ଲା ମାନଙ୍କରେ ସମୁଦାୟ ୩୮୯୨ ଜଣ ରୋଗଗ୍ରସ୍ତ ହୋଇଥିବା ବେଳେ ୩୫୪୩ ଜଣ ସୁସ୍ଥ ହୋଇସାରିଛନ୍ତି ଏବଂ ୨୫୪ ଜଣ ଚିକିତ୍ସାଧୀନ ଅଛନ୍ତି।

ରାଜ୍ୟ ସାରା ସୂଚନା- ଶିକ୍ଷା- ସଂଚାର (IEC) ମାଧ୍ୟମରେ ଜନସଚେତନତା କାର୍ଯ୍ୟକ୍ରମକୁ ଜୋରଦାର ଭାବରେ ଜାରି ରହିଛି । ମିଶନଶକ୍ତି ବିଭାଗ ପକ୍ଷରୁ ଡାଇରିଆ ନିବାରଣ ପାଇଁ ମହିଳା ଏସଏଚଜି ସଦସ୍ୟଙ୍କ ମାଧ୍ୟମରେ ସଚେତନତା ଅଭିଯାନ ଜାରି ରହିଛି l ଆଶା ଦିଦି, ଅଙ୍ଗନବାଡି କର୍ମୀ, ମହିଳା ଏସଏଚଜି ସଦସ୍ୟାମାନେ ସମସ୍ତ ପରିବାରଙ୍କ ନିକଟରେ ସଚେତନତା ବାର୍ତ୍ତା ପହଞ୍ଚାଇବା ପାଇଁ ଅଭିଯାନରେ ସକ୍ରିୟ ଭାବରେ ସଂଶ୍ଳିଷ୍ଟ ଅଛନ୍ତି । ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ଅଶ୍ୱଥି ଏସ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, ମହିଳା ଓ ଶିଶୁ ସୁରକ୍ଷା ବିଭାଗ, ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ମାନେ ଉପସ୍ଥିତ ଥିଲେ ।

Previous Post

ପୂର୍ବତଟ ରେଳପଥ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

Next Post

ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସଙ୍କ ସହ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ସାକ୍ଷାତ

FNN WEB

FNN WEB

Next Post
ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସଙ୍କ ସହ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ସାକ୍ଷାତ

ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସଙ୍କ ସହ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ସାକ୍ଷାତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.