• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ

FNN WEB by FNN WEB
June 26, 2025
in ଓଡ଼ିଶା, ମୁଖ୍ୟ ଖବର
0
ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ
0
SHARES
0
VIEWS

ସାମୁଦ୍ରିକ ବାଣିଜ୍ୟର ବିକାଶ ରାଜ୍ୟ ସରକାରଙ୍କ ଏକ ମୁଖ୍ୟ ଫୋକସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା (Concession Agreement) ସ୍ୱାକ୍ଷର ଅବସରରେ କହିଛନ୍ତି। ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ଜେ.ଏସ୍.ଡବ୍ଲୁ ଉତ୍କଳ ଷ୍ଟିଲ୍ ଲିମିଟେଡ୍ ସହିତ ରାଜ୍ୟ ସରକାରଙ୍କ ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଛି। ୫୨ ମିଲିଅନ ମେଟ୍ରିକ ଟନ୍ ପଣ୍ୟ ପରିବହନ କ୍ଷମତା ବିଶିଷ୍ଟ ଏହି ଜେଟି ସ୍ଥାପନ ନିମନ୍ତେ ପ୍ରାରମ୍ଭିକ ସ୍ତରରେ ୨,୧00 କୋଟି ଟଙ୍କା ନିବେଶ କରାଯିବ ଏବଂ ଏହା ମାଧ୍ୟମରେ ୩,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ।

ସେହିଭଳି ୧୬,୫୫୪ କୋଟି ଟଙ୍କା ନିବେଶରେ ଗୋପାଳପୁର ବନ୍ଦରର ସଂପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ ପାଇଁ ଗୋପାଳପୁର ପୋର୍ଟ୍ସ ଲିମିଟେଡ୍ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଛି। ଏହି ଉନ୍ନତିକରଣ କାର୍ଯ୍ୟ ପରେ ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ ଟନ ହେବ। ଏହା ମାଧ୍ୟମରେ ପ୍ରାୟ ୫ ହଜାର ଯୁବକଯୁବତୀଙ୍କ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନିଯୁକ୍ତି ସୃଷ୍ଟି ହେବ। ଜେ.ଏସ୍.ଡବ୍ଲ ଉତ୍କଳ ଷ୍ଟିଲ ଲିମିଟେଡ୍ ର ପ୍ରେସିଡେଣ୍ଟ ଶ୍ରୀ ଅନିଲ କୁମାର ସିଂ ଏବଂ ଗୋପାଳପୁର ପୋର୍ଟ୍ସ ଲିମିଟେଡ୍ ର ବିଜିନେସ ହେଡ ଶ୍ରୀ ସନ୍ଦିପ ଜୟସ୍ୱାଲ ଏବଂ ଓଡିଶା ସରକାରଙ୍କ ପକ୍ଷରୁ ବନ୍ଦର ନିର୍ଦ୍ଦେଶକ ଶ୍ରୀ ପଦ୍ମଲୋଚନ ରାଉଳଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଥିଲା।

ଲୋକସେବା ଭବନଠାରେ ଆୟୋଜିତ ଏହି ଚୁକ୍ତିନାମା ସ୍ୱାକ୍ଷର କାର୍ଯ୍ୟକ୍ରମରେ, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ସାମୁଦ୍ରିକ ବାଣିଜ୍ୟର ବିକାଶ ପାଇଁ ବିଭିନ୍ନ ଘରୋଇ କମ୍ପାନୀ ସହିତ ସହଭାଗୀତା ଭିତ୍ତିରେ କାର୍ଯ୍ୟ କରାଯିବାର ଲକ୍ଷ୍ୟ ରଖାଯାଇଛି। ଆଗାମୀ ଦିନରେ ଇଞ୍ଚୁଡି ଓ ବାହୁଡାଠାରେ ଦୁଇଟି ନୂଆ ବନ୍ଦର ପ୍ରତିଷ୍ଠାର ଲକ୍ଷ୍ୟ ରଖାଯାଇଥିବା ବେଳେ ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗ ବନ୍ଦରର ବିକାଶ ପାଇଁ ମଧ୍ୟ ଯୋଜନା ରହିଛି। ସେ ପୁଣି କହିଥିଲେ ଯେ, ଗୋପାଳପୁର ବନ୍ଦର ଲିମିଟେଡ୍ (Adani Ports) ଏବଂ ଜେ.ଏସ୍.ଡବ୍ଲୁ ଷ୍ଟିଲର ଉଭୟ ବନ୍ଦର ବିକାଶ ଓ ଇସ୍ପାତ ଉତ୍ପାଦନ କ୍ଷେତ୍ରରେ ସମଗ୍ର ବିଶ୍ୱରେ ଖ୍ୟାତି ରହିଛି। ଏହି ଦୁଇଟି କମ୍ପାନୀ ଆମର ବନ୍ଦର ଭିତ୍ତିକ ବିକାଶ (Port Led Development) କ୍ଷେତ୍ରରେ ଏକ ନୂଆ ଯୁଗ ସୃଷ୍ଟି କରିବେ ଏବଂ ଏହି ଦୁଇଟି ପ୍ରକଳ୍ପ ମାଧ୍ୟମରେ ରାଜ୍ୟରେ ୮,୪୫୦ ନିଯୁକ୍ତି ସୃଷ୍ଟି ହେବ।

ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା କହିଥିଲେ ଯେ, ଓଡିଶାର ସାମଗ୍ରିକ ବିକାଶରେ ବନ୍ଦର ଓ ଜେଟି ଉନ୍ନତିକରଣର ଏକ ପ୍ରମୁଖ ଭୂମିକା ରହିଛି। ଓଡିଶାର ସୁଦୀର୍ଘ ଉପକୂଳରେ ଅନେକ ସମ୍ଭାବିତ ସ୍ଥାନକୁ ନିରୂପିତ କରାଯାଇ ସେଠାରେ ଅଣ-ବୃହତ୍ତ ବନ୍ଦର, ଜେଟି, ମତ୍ସ୍ୟ ପୋତାଶ୍ରୟ ତଥା ଉପକୂଳ ପରିବହନ ଓ ଭିତ୍ତିଭୂମିର ବିକାଶ କରିବା ଆମ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ଅଟେ। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏବଂ ଜେ.ଏସ୍.ଡବ୍ଲୁ ଉତ୍କଳ ଷ୍ଟିଲ ଓ ଗୋପାଳପୁର ପୋର୍ଟ୍ସ ଲିମିଟେଡ ର ଅଧିକାରୀମାନ ଉପସ୍ଥିତ ଥିଲେ। ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ଅତିରିକ୍ତ ସଚିବ ଶ୍ରୀ ବିଧାନ ରାୟ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

Next Post

ଭାରତର ଅମୂଲ୍ୟ ଜ୍ଞାନ ଭଣ୍ଡାରକୁ ଏକାଠି କରିବାକୁ ପଡ଼ିବ: ଧର୍ମେନ୍ଦ୍ର ପ୍ରଧାନ

FNN WEB

FNN WEB

Next Post
ଭାରତର ଅମୂଲ୍ୟ ଜ୍ଞାନ ଭଣ୍ଡାରକୁ ଏକାଠି କରିବାକୁ ପଡ଼ିବ: ଧର୍ମେନ୍ଦ୍ର ପ୍ରଧାନ

ଭାରତର ଅମୂଲ୍ୟ ଜ୍ଞାନ ଭଣ୍ଡାରକୁ ଏକାଠି କରିବାକୁ ପଡ଼ିବ: ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.