• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଏମସି ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ: ୩ ଗିରଫ

FNN WEB by FNN WEB
June 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଏମସି ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ: ୩ ଗିରଫ
0
SHARES
0
VIEWS

ଜନପଥରେ ବିଜେଡି କର୍ମୀ-ପୁଲିସ୍ ଧସ୍ତାଧସ୍ତି
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର କାର୍ଯ୍ୟରତ ଅତିରିକ୍ତ କମିଶନର ବରିଷ୍ଠ ଓଏଏସ୍ ରତ୍ନାକର ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟ ଭିତରେ ମରଣାନ୍ତକ ଆକ୍ରମଣ ହୋଇଛି । ଏହି ଆକ୍ରମଣ ଘଟଣାରେ ପୁଲିସ ଜଣେ କର୍ପୋରେଟରଙ୍କ ସମେତ ମୋଟ ୩ଜଣଙ୍କୁ ଗିରଫ କରିଥିବାବେଳେ ଏହାପଛରେ ଥିବା ମୁଖ୍ୟ ଷଡ଼ଯନ୍ତ୍ରକାରୀଙ୍କୁ ଗିରଫ ଦାବିରେ ବିଜେଡି ପକ୍ଷରୁ ଜନପଥରେ ରାସ୍ତାରୋକ ହୋଇଥିଲା । ପୁଲିସ ସହ ଧସ୍ତାଧସ୍ତି ପରେ ବିଜେଡି କର୍ମୀମାନଙ୍କୁ ପୁଲିସ ସେଠାରୁ ଉଠାଇ ନେଇଛି ଓ ରାସ୍ତା ଚଳାଚଳ ସ୍ୱାଭାବିକ ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ, ଆଜି ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ସମୟରେ ଅତିରିକ୍ତ କମିଶନର ଶ୍ରୀ ସାହୁ ନିଜ କାର୍ଯ୍ୟାଳୟରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରୁଥିବାବେଳେ ୬ରୁ ୭ଜଣ ଲୋକ ତାଙ୍କୁ ଆକ୍ରମଣ କରିଥିଲେ । ଏପରିକି ତାଙ୍କୁ ଘୋଷାଡ଼ି ନେଇ ମୁହଁକୁ ଗୋଇଠା ମାରିବା ସହ ଅମାନବୀୟ ଢଙ୍ଗରେ ମାଡ଼-ଗାଳି ସହ ରକ୍ତାକ୍ତ କରିଦେଇଥିଲେ । ତାଙ୍କୁ ସେଠାରୁ ଜବରଦସ୍ତି ଏକ ଗାଡ଼ିକୁ ଟାଣି ନେଇ ଏକ ନିର୍ଦ୍ଦିଷ୍ଟ ରାଜନୀତିକ ଦଳର ନେତାଙ୍କୁ କ୍ଷମା ମାଗିବା ପାଇଁ ବାଧ୍ୟ କରିଥିଲେ ।

ଆକ୍ରମଣକାରୀମାନେ ତାଙ୍କ ମୋବାଇଲ୍ ଛଡ଼ାଇ ନେଇଥିବା ମଧ୍ୟ ଅଭିଯୋଗ ହୋଇଥିଲେ । ଏନେଇ ବିଏମସି ଅତିରିକ୍ତ କମିଶନର ଶ୍ରୀ ସାହୁ ଖାରବେଳ ନଗର ଥାନାରେ ଅଭିଯୋଗ କରିଥିବାବେଳେ ବିଏମସିର କର୍ମଚାରୀମାନେ ଏହି ଆକ୍ରମଣର ପ୍ରତିବାଦରେ ଧାରଣାରେ ବସିଥିଲେ । ପରେ ବିଜେଡିର କର୍ମୀ ଓ କର୍ପୋରେଟରମାନେ ସନ୍ଧ୍ୟାରେ ପହଂଚି ଜନପଥରେ ରାସ୍ତାରୋକ ଆନ୍ଦୋଳନ କରିଥିଲେ । ଅଭିଯୁକ୍ତମାନଙ୍କୁ ଗିରଫ ସହ ସେମାନଙ୍କର ଗଡ଼ଫାଦରଙ୍କୁ ଗିରଫ ନିମନ୍ତେ ଦାବି କରିଥିଲେ ।

ଆନ୍ଦୋଳନକାରୀଙ୍କୁ ରାସ୍ତାରୁ ହଟାଇବା ପାଇଁ ପୁଲିସ ପ୍ରୟାସ କରିଥିବାବେଳେ ବିଜେଡି କର୍ମୀ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଆନ୍ଦୋଳନକାରୀଙ୍କୁ ସମର୍ଥନ ଦେବା ପାଇଁ ବିଜେଡିର ବରିଷ୍ଠ ନେତା ଅଶୋକ ଚନ୍ଦ୍ର ପଣ୍ଡା, ଅରୁଣ ସାହୁ, ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ ଦାସବର୍ମା ଓ ଅନନ୍ତ ନାରାୟଣ ଜେନାଙ୍କ ସମେତ ମେୟର ସୁଲୋଚନା ଦାସ ଓ ଅନ୍ୟମାନେ ସେଠାରେ ଉପସ୍ଥିତ ଥିଲେ । ପୁଲିସ ସେମାନଙ୍କୁ ଧାରଣାସ୍ଥଳରୁ ବଳପୂର୍ବକ ଉଠାଇ ନେବାପରେ ରାସ୍ତାରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଛି ।

ଏହି ଘଟଣାରେ ପୁଲିସ ଏପର୍ଯ୍ୟନ୍ତ ୩ଜଣଙ୍କୁ ଗିରଫ କରିଛି । ୨୯ ନମ୍ବର ୱାର୍ଡ କର୍ପୋରେଟର ଜୀବନ ରାଉତଙ୍କ ସମେତ ରଶ୍ମୀ ମହାପାତ୍ର ଓ ଦେବାଶୀଷ ପ୍ରଧାନଙ୍କୁ ପୁଲିସ ଗିରଫ କରିଥିବାବେଳେ ଅଧିକ ସଂଖ୍ୟକ ଗିରଫ ହୋଇପାରେ ବୋଲି ସୂଚନା ଦେଇଛି । ତେବେ ବିଜେଡି ନେତାମାନେ ଏହି ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଭାବେ ଜଣେ ବିଜେପି ନେତାଙ୍କ ଗିରଫ ଦାବି କରୁଥିବା ଜଣାପଡ଼ିଛି ।

ଏହି ଘଟଣାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିବା ସହ ତୁରନ୍ତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କହିଥିବା ନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ସୂଚନା ଦେଇଛନ୍ତି । ଯେଉଁ ରାଜନୀତିକ ନେତା ଏହି ସମସ୍ତ ଘଟଣାର ଷଡ଼ଯନ୍ତ୍ର କରିଛନ୍ତି ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ନବୀନ ଦାବି କରିଛନ୍ତି ।

ଜଣେ ବରିଷ୍ଠ ଅଧିକାରୀ ତାଙ୍କ କାର୍ଯ୍ୟାଳୟରେ ନିରାପଦ ନଥିବାବେଳେ ରାଜ୍ୟରେ ସାଧାରଣ ଲୋକେ ସରକାରଙ୍କଠୁ କିଭଳି ଆଇନଶୃଙ୍ଖଳା ଆଶା କରିବେ ବୋଲି କହିଛନ୍ତି । ସରକାରଙ୍କ ପ୍ରତି ଆସ୍ଥା ରକ୍ଷା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ନବୀନ ଆଶାବ୍ୟକ୍ତ କରିବା ସହ ପୂର୍ବତନ ରାଜ୍ୟପାଳଙ୍କ ପୁଅକୁ ଯେଭଳି ଛାଡ଼ିଦେଲେ ସେଭଳି କଲେ ଓଡ଼ିଶାବାସୀ କଦାପି କ୍ଷମା ଦେବେ ନାହିଁ ବୋଲି କହିଛନ୍ତି ।

Previous Post

ରଥ ଟ୍ରାଜେଡି: ପ୍ରଶାସନିକ ତଦନ୍ତ ଆରମ୍ଭ

Next Post

ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

FNN WEB

FNN WEB

Next Post
ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.