• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁଣି ବିଜେପି ରାଜ୍ୟ ସଭାପତି ହେବେ ମନମୋହନ ସାମଲ

FNN WEB by FNN WEB
July 7, 2025
in ଓଡ଼ିଶା, ମୁଖ୍ୟ ଖବର
0
ପୁଣି ବିଜେପି ରାଜ୍ୟ ସଭାପତି ହେବେ ମନମୋହନ ସାମଲ
0
SHARES
1
VIEWS

ଏକମାତ୍ର ପ୍ରାର୍ଥୀ ଭାବେ କଲେ ନାମାଙ୍କନ ଦାଖଲ
ଭୁବନେଶ୍ୱର : ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଛନ୍ତି ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଫଳରେ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ଉଜ୍ଜ୍ବଳ ହୋଇଛି। ଆସନ୍ତାକାଲି ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଏହା ପରେ ଆସନ୍ତାକାଲି ବିଜେପି ସଭାପତି ଘୋଷଣା ହେବ। ସୂଚନାଯୋଗ୍ୟ, ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଦଳର ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ତତ୍ତ୍ଵାବଧାନରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆଜି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଜାରି ଥିଲା।

ରାଜ୍ୟରେ ବିଜେପିକୁ କ୍ଷମତାକୁ ଆଣିବାରେ ୬୬ ବର୍ଷୀୟ ମନମୋହନ ସାମଲଙ୍କ ପ୍ରମୁଖ ଭୂମିକା ରହିଥିଲା । ତାଙ୍କ ନେତୃତ୍ୱରେ ଲଢୁଥିଲା ଦଳ । ସଂଘ ପରିବାର ସହ ତାଙ୍କର ରହିଛି ଘନିଷ୍ଠ ସଂପର୍କ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି ବିଏ, ଏଲଏଲଏମ୍ । ରାଜନୀତିରେ ମନମୋହନଙ୍କର ରହିଛି ଲମ୍ବା କ୍ୟାରିୟର୍ । ୧୯୫୯ ମସିହାରେ ଭଦ୍ରକ ଜିଲ୍ଲାରେ ଜନ୍ମିତ ମନମୋହନ ୧୯୭୯ ମସିହାରେ ଭଦ୍ରକ ମହାବିଦ୍ୟାଳୟର ଛାତ୍ର ସଂସଦ ସଭାପତି ହୋଇଥିଲେ । ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଜଣେ କାର୍ଯ୍ୟକର୍ତ୍ତା ଭାବେ କାମ କରୁଥିବା ବେଳେ ସେ ରାଜନୀତି ଆଡକୁ ଆକର୍ଷିତ ହୋଇଥିଲେ । ପରେ ବିଜେପିରେ ଯୋଗ ଦେଇଥିଲେ । ରାଜ୍ୟ ବିଜେପିର ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିବା ପରେ ୧୯୯୯ ମସିହାରେ ସେ ରାଜ୍ୟ ବିଜେପିର ସଭାପତି ହୋଇଥିଲେ । ସେ ସଭାପତି ଥିବା ବେଳେ ୨୦୦୦ ମସିହାରେ ବିଜେଡି ସହ ମେଣ୍ଟ କରି ବିଜେପି ରାଜ୍ୟରେ କ୍ଷମତାକୁ ଆସିବାରେ ସକ୍ଷମ ହୋଇଥିଲା ।

ମନମୋହନ ସାମଲ ୨୦୦୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୪ରେ ସେ ଧାମନଗର ବିଧାନସଭା ଆସନରୁ ନିର୍ବାଚିତ ହେବା ପରେ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ସେ ରାଜସ୍ୱ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ହୋଇଥିଲେ । ୨୦୦୮ ପର୍ଯ୍ୟନ୍ତ ସେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ୨୦୨୨ ଧାମନଗର ଉପନିର୍ବାଚନରେ ମନମୋହନ ନିର୍ବାଚନ ପରିଚାଳନାର ଦାୟିତ୍ୱ ନେଇ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ବିଜୟୀ କରାଇଥିଲେ । ବିଜେଡିର ବିଜୟଧାରାରେ ଲଗାଇଥିଲେ ରୋକ୍ । ୨୦୨୪ ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ୨୦୨୩ ମାର୍ଚ୍ଚରେ ମନମୋହନଙ୍କୁ ପିନ୍ଧାଯାଇଥିଲା ରାଜ୍ୟର କ୍ୟାପଟେନ୍ ମୁକୁଟ । ନେତୃତ୍ୱ ନେଉ ନେଉ ମନମୋହନ ଦେଇଥିଲେ ରଣହୁଙ୍କାର । ବିଜେପି ନିଶ୍ଚିତ ଜିତିବ ଓ ରାଜ୍ୟରେ ସରକାର କରିବ ବୋଲି ବାରମ୍ବାର ଦୋହରାଉଥିଲେ ସେ । ବିଜେପି ରାଜ୍ୟରେ କ୍ଷମତାକୁ ଆସିବାରେ ତାଙ୍କର ପ୍ରମୁଖ ଭୂମିକାକୁ ଦଳର ନେତାମାନେ ସ୍ୱୀକାର କରିଛନ୍ତି । ୨୪ ବର୍ଷ ତଳେ ସେ ସଭାପତି ଥିବା ବେଳେ ପ୍ରଥମେ ଦଳ କ୍ଷମତାକୁ ଆସିଥିଲା ଏଥର ବି କ୍ଷମତାକୁ ଆସିଛି । ସେ ଉପକୂଳ ଓଡିଶାରେ ଜଣେ ପଛୁଆ ବର୍ଗ ବା ଓବିସି ନେତା ଭାବେ ଜଣାଶୁଣା ।

Previous Post

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

Next Post

୨୦୩୬ ସୁଦ୍ଧା ୧୦ ଲକ୍ଷ ‘ସବୁଜ ଜୀବିକା’ ସୃଷ୍ଟି କରାଯିବ : ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
୨୦୩୬ ସୁଦ୍ଧା ୧୦ ଲକ୍ଷ ‘ସବୁଜ ଜୀବିକା’ ସୃଷ୍ଟି କରାଯିବ : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ୧୦ ଲକ୍ଷ ‘ସବୁଜ ଜୀବିକା’ ସୃଷ୍ଟି କରାଯିବ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.