• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ଲୋକଙ୍କ ସରକାର’ ଲୋକଙ୍କ ସୁଖଦୁଃଖରେ ସବୁବେଳେ ଅଛନ୍ତି

FNN WEB by FNN WEB
July 7, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ଲୋକଙ୍କ ସରକାର’ ଲୋକଙ୍କ ସୁଖଦୁଃଖରେ ସବୁବେଳେ ଅଛନ୍ତି
0
SHARES
13
VIEWS

ମୁଖ୍ୟମନ୍ତ୍ରୀଙ୍କ ସହିତ ୭ ଜଣ ମନ୍ତ୍ରୀ, ବିଭାଗୀୟ ଶାସନ ସଚିବ ଓ ପଦାଧିକାରୀ ଲୋକଙ୍କ ଅଭିଯୋଗ ଶୁଣିଲେ

ଭୁବନେଶ୍ୱର : ସମାଜର ଶେଷ ଧାଡିରେ ଥିବା ଲୋକମାନେ ଯେପରି ନିଜକୁ କେବେ ଅସହାୟ ନଭାବନ୍ତି ଏବଂ ସାଧାରଣ ଲୋକଟିଏ ଯେପରି ଅନୁଭବ କରିବ ଯେ ସରକାର ସୁଖଦୁଃଖରେ ତା ସହିତ ସବୁବେଳେ ଅଛନ୍ତି, ଏହି ମହତ ଉଦ୍ଦେଶ୍ୟ ରଖି ଲୋକଙ୍କ ସରକାର କ୍ରମାଗତ ଭାବେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଦ୍ୱାଦଶ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି। ଆଜି ପଞ୍ଜିକୃତ କରିଥିବା ୧ ହଜାର ଅଭିଯୋଗକାରୀ ସେମାନଙ୍କ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୭ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ।

ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପ୍ରଥମେ ଅଭିଯୋଗ ପ୍ରକୋଷ୍ଠରେ ପହଁଚି ଭିନ୍ନକ୍ଷମ ଲୋକମାନଙ୍କ ପାଖକୁ ଯାଇଥିଲେ ଏବଂ ସେଠାରେ ଜଣ ଜଣ କରି ସମସ୍ତଙ୍କ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ପରେ ପ୍ରକୋଷ୍ଠ ଭିତରକୁ ଆସି ପଞ୍ଜିକୃତ କରିଥିବା ଅନ୍ୟ ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଭେଟି, ଆପତ୍ତି ଅଭିଯୋଗ ଶୁଣାଇ ଆତ୍ମସନ୍ତୋଷର ସହ ଲୋକମାନେ ଫେରୁଥାନ୍ତି। ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମସନ୍ତୋଷର ଚିହ୍ନ।

ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଏକାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୮୯୪ଟି ଅଭିଯୋଗ ମଧ୍ୟରୁ ୧୦,୧୩୨ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୩ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ସ୍ୱତନ୍ତ୍ର ସଚିବ ଶ୍ରୀ ନିହାର ରଞ୍ଜନ ଦାଶ ଏବଂ ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Previous Post

୨୦୩୬ ସୁଦ୍ଧା ୧୦ ଲକ୍ଷ ‘ସବୁଜ ଜୀବିକା’ ସୃଷ୍ଟି କରାଯିବ : ମୁଖ୍ୟମନ୍ତ୍ରୀ

Next Post

ଶ୍ରୀଜିଉଙ୍କୁ ଲାଗିହେଲା ଅଧରପଣା: ଆସନ୍ତାକାଲି ନୀଳାଦ୍ରି ବିଜେ

FNN WEB

FNN WEB

Next Post
ଶ୍ରୀଜିଉଙ୍କୁ ଲାଗିହେଲା ଅଧରପଣା: ଆସନ୍ତାକାଲି ନୀଳାଦ୍ରି ବିଜେ

ଶ୍ରୀଜିଉଙ୍କୁ ଲାଗିହେଲା ଅଧରପଣା: ଆସନ୍ତାକାଲି ନୀଳାଦ୍ରି ବିଜେ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.